ପାର୍ବଣ ଋତୁରେ ଚାହିଦାକୁ ଦେଖି ବଢ଼ିଲା ଗହମର ଦାମ୍, ୬ ମାସରେ ୨୨ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ, ୧୭।୧୦: ଦେଶରେ ପାର୍ବଣ ଋତୁ ମଧ୍ୟରେ ଗହମର ମୂଲ୍ୟ ବୃଦ୍ଧି ପାଇଛି। ବର୍ତମାନ ସମୟରେ ଦେଶରେ ଭାରି ଚାହିଦା କାରଣରୁ ଘରୋଇ ବଜାରରେ ଗହମର ଦାମ୍ ୮ ମାସର ମଧ୍ୟରେ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଆଶା କରାଯାଉଛି ଯେ ଏହି ଦର ବୃଦ୍ଧିକୁ ନିୟନ୍ତ୍ରଣ କରିବା ପାଇଁ ସରକାର ନିଜର ଭଣ୍ଡାରରୁ ଖୋଲା ବଜାରକୁ ଗହମ ଜାରି କରିପାରନ୍ତି। ଏହା ବ୍ୟତୀତ ଆଗକୁ କିଛି ପ୍ରମୁଖ ରାଜ୍ୟରେ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସରକାର ଗହମର ମୂଲ୍ୟକୁ ନିୟନ୍ତ୍ରଣ କରିବା ପାଇଁ ଗହମର ଆମଦାନି ଉପରେ କର ଛାଡ କରିପାରନ୍ତି।

ରିଉଟର୍ସ ରିପୋର୍ଟ ଅନୁଯାୟୀ ଦିଲ୍ଲୀରେ ମଙ୍ଗଳବାର ୧୭ ଅକ୍ଟୋବରକୁ ଗହମର ଦାମ୍ ୧.୬ ପ୍ରତିଶତ ବୃଦ୍ଧି ପାଇଁ ୨୭,୩୯୦ ଟଙ୍କା ପ୍ରତି ମେଟ୍ରିକ ଟନରେ ପହଞ୍ଚିଛି, ଯାହା ୧୦ ଫେବୃଆରୀ ୨୦୨୩ ପରେ ସବୁଠୁ ମହଙ୍ଗା ଅଟେ।

ସରକାରୀ ତଥ୍ୟକୁ ଦେଖିଲେ ୧୭ ଅକ୍ଟୋବର ୨୦୨୩ରେ ଗହମ ପ୍ରତି କିଲୋ ୩୦.୨୯ ଟଙ୍କାରେ ପହଞ୍ଚିଛି ଥିବା ବେଳେ ଅଧିକତମ ମୂଲ୍ୟ ୫୮ ଟଙ୍କା ରହିଛି। ତେବେ ୧ ଅକ୍ଟୋବର ୨୦୨୩ ସୁଦ୍ଧା ସରକାରଙ୍କ ଭଣ୍ଡାର ଗୁଡିକରେ ୨୪ ମିଲିୟନ ମେଟ୍ରିକ ଟନ୍ ଗହମ ଗଛିତ ରହିଛି ଯାହା ଗତ ପାଞ୍ଚ ବର୍ଷର ହାରାହାରି ୩୭.୬ ମେଟ୍ରିକ ମିଲିୟନ ଟନ୍ ଠାରୁ ବହୁତ କମ୍ ଅଟେ। ସେହିପରି ବିଶେଷଜ୍ଞ ମାନଙ୍କ କହିବା ମୁତାବକ ‘ଏଲ ନିନୋ’ ପ୍ରଭାବରେ ରବି ଋତୁରେ ଗହମର ଉତ୍ପାଦନ ପ୍ରଭାବିତ ହୋଇପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?