ଗହମ ଯୋଗାଣ ବନ୍ଦ, ଉପଭୋକ୍ତା ହଇରାଣ

ପୁରୀ ଅଫିସ, ୧୭ା୯: ଉପଭୋକ୍ତାଙ୍କ ସମସ୍ୟା ନେଇ ଭାରତୀୟ କମ୍ପ୍ୟୁନିଷ୍ଟ ପାର୍ଟି (ମାକର୍‌ସବାଦୀ) (ସିପିଆଇଏମ୍‌) ପୁରୀ ଜିଲା କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ଦିଆଯାଇଛି। ସ୍ମାରକପତ୍ରରେ ଦର୍ଶାଯାଇଛି ଯେ, ଗତ ଫେବୃୟାରୀ ମାସରୁ ପୁରୀ ଜିଲାରେ ଗହମ ଯୋଗାଣ ବନ୍ଦ ହୋଇଯାଇଛି। ଗହମ ପାଇଁ ମିଳୁଥିବା ଚାଉଳକୁ କାଟି ନିଆଯାଇଛି। କିରୋସିନ ଲିଟର ପ୍ରତି ୧୨୦ ଟଙ୍କା। ଏହି ଦର ପେଟ୍ରୋଲ, ଡିଜେଲ ଦରଠାରୁ ବଳିଗଲାଣି। ଫଳରେ ଖାଉଟି ହନ୍ତସନ୍ତ ହେଉଛନ୍ତି। ସେହିପରି ଖୋଲା ବଜାରରେ ଅଟା କିଲୋ ୩୩ ଟଙ୍କା ହୋଇଥିବାରୁ ଗରିବ ଓ ମଧ୍ୟବିତ୍ତ ଲୋକ ହନ୍ତସନ୍ତ ହେଉଛନ୍ତି। ଏହାସତ୍ତ୍ୱେ ଜିଲାର ଲୋକ ପ୍ରତିନିଧିମାନେ ଏ ବିଷୟରେ ନୀରବ ରହିଛନ୍ତି ଯାହା ଦୁର୍ଭାଗ୍ୟଜନକ। ସମସ୍ତ ବିଧାୟକ, ଏମ୍‌ପି, ନେତା ମନ୍ତ୍ରୀ ସମସ୍ତେ ଚୁପ। ପ୍ରଶାସନ ପରିବହନ ସମସ୍ୟା କଥା କହି ନିଜ ମୁଣ୍ଡରୁ ଦୋଷ ଖସାଉଛି। ଏଥିଯୋଗୁ ସାଧାରଣରେ ଅସନ୍ତୋଷ ବଢୁଛି। ଖାଉଟିଙ୍କୁ ତୁରନ୍ତ ଗହମ ପ୍ରଦାନ, କଣ୍ଟ୍ରୋଲରେ ମିଳୁଥିବା ଚାଉଳକୁ କାଟିବା ବନ୍ଦ, ନୂତନ ଆବେଦନକାରୀଙ୍କୁ ଖାଉଟି କାର୍ଡ ଯୋଗାଇବା ସହ କିରୋସିନ ଦର କମାଯିବାକୁ ଦଳ ଦାବି କରିଛି। ବିକ୍ଷୋଭରେ ଜିଲା ସଂଯୋଜକ ଜଗନ୍ନାଥ ଦେଓ, ଶରତ କୁମାର ରାୟଗୁରୁ, ରଣଜିତ ନାୟକ, ଟୁନା ନାୟକ, ପବିତ୍ର ମୋହନ ଦଳାଇ, ପ୍ରତିମା ଦେଓ, ବନମାଳି ବରାଳ, ମୁନା ପ୍ରଧାନ, ଦେବବ୍ରତ ସାହୁ ଓ କୃପାସିନ୍ଧୁ ପଣ୍ଡା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri