ଗହମ ଯୋଗାଣ ବନ୍ଦ, ଉପଭୋକ୍ତା ହଇରାଣ

ପୁରୀ ଅଫିସ, ୧୭ା୯: ଉପଭୋକ୍ତାଙ୍କ ସମସ୍ୟା ନେଇ ଭାରତୀୟ କମ୍ପ୍ୟୁନିଷ୍ଟ ପାର୍ଟି (ମାକର୍‌ସବାଦୀ) (ସିପିଆଇଏମ୍‌) ପୁରୀ ଜିଲା କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ଦିଆଯାଇଛି। ସ୍ମାରକପତ୍ରରେ ଦର୍ଶାଯାଇଛି ଯେ, ଗତ ଫେବୃୟାରୀ ମାସରୁ ପୁରୀ ଜିଲାରେ ଗହମ ଯୋଗାଣ ବନ୍ଦ ହୋଇଯାଇଛି। ଗହମ ପାଇଁ ମିଳୁଥିବା ଚାଉଳକୁ କାଟି ନିଆଯାଇଛି। କିରୋସିନ ଲିଟର ପ୍ରତି ୧୨୦ ଟଙ୍କା। ଏହି ଦର ପେଟ୍ରୋଲ, ଡିଜେଲ ଦରଠାରୁ ବଳିଗଲାଣି। ଫଳରେ ଖାଉଟି ହନ୍ତସନ୍ତ ହେଉଛନ୍ତି। ସେହିପରି ଖୋଲା ବଜାରରେ ଅଟା କିଲୋ ୩୩ ଟଙ୍କା ହୋଇଥିବାରୁ ଗରିବ ଓ ମଧ୍ୟବିତ୍ତ ଲୋକ ହନ୍ତସନ୍ତ ହେଉଛନ୍ତି। ଏହାସତ୍ତ୍ୱେ ଜିଲାର ଲୋକ ପ୍ରତିନିଧିମାନେ ଏ ବିଷୟରେ ନୀରବ ରହିଛନ୍ତି ଯାହା ଦୁର୍ଭାଗ୍ୟଜନକ। ସମସ୍ତ ବିଧାୟକ, ଏମ୍‌ପି, ନେତା ମନ୍ତ୍ରୀ ସମସ୍ତେ ଚୁପ। ପ୍ରଶାସନ ପରିବହନ ସମସ୍ୟା କଥା କହି ନିଜ ମୁଣ୍ଡରୁ ଦୋଷ ଖସାଉଛି। ଏଥିଯୋଗୁ ସାଧାରଣରେ ଅସନ୍ତୋଷ ବଢୁଛି। ଖାଉଟିଙ୍କୁ ତୁରନ୍ତ ଗହମ ପ୍ରଦାନ, କଣ୍ଟ୍ରୋଲରେ ମିଳୁଥିବା ଚାଉଳକୁ କାଟିବା ବନ୍ଦ, ନୂତନ ଆବେଦନକାରୀଙ୍କୁ ଖାଉଟି କାର୍ଡ ଯୋଗାଇବା ସହ କିରୋସିନ ଦର କମାଯିବାକୁ ଦଳ ଦାବି କରିଛି। ବିକ୍ଷୋଭରେ ଜିଲା ସଂଯୋଜକ ଜଗନ୍ନାଥ ଦେଓ, ଶରତ କୁମାର ରାୟଗୁରୁ, ରଣଜିତ ନାୟକ, ଟୁନା ନାୟକ, ପବିତ୍ର ମୋହନ ଦଳାଇ, ପ୍ରତିମା ଦେଓ, ବନମାଳି ବରାଳ, ମୁନା ପ୍ରଧାନ, ଦେବବ୍ରତ ସାହୁ ଓ କୃପାସିନ୍ଧୁ ପଣ୍ଡା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

୧୨ ଅକ୍ଟୋବରରୁ ୩ ରାଶି ମାଲାମାଲ! ବିଶାଖା ନକ୍ଷତ୍ରରେ ବୁଧଙ୍କ ଚଳନ, ଚମକିବ ଆପଣଙ୍କ ଭାଗ୍ୟ?

ବୈଦିକ ଜ୍ୟୋତିଷରେ ବୁଧଙ୍କୁ “ଗ୍ରହମାନଙ୍କ ରାଜକୁମାର” ବୋଲି କୁହାଯାଏ। ବୁଧ ହେଉଛନ୍ତି ବୁଦ୍ଧି, ବାଣୀ, ତର୍କ ଏବଂ ବ୍ୟବସାୟର କାରକ ଗ୍ରହ। ବର୍ତ୍ତମାନ ବୁଧ ତାଙ୍କ ମିତ୍ର…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?