ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ ପୂର୍ବରୁ ମୁସ୍କାନ ନାମକ ଏକ ଚଳନ୍ତା ଯାତ୍ରୀବାହୀ ବସର ଚକା ବାହାରି ପଡ଼ିଲା ।

ବୁଧବାର ମଧ୍ୟାହ୍ନ ପ୍ରାୟ ୧ ଟାରେ ୪୦ ରୁ ଉର୍ଦ୍ଧ୍ବ ପର୍ଯ୍ୟଟକଙ୍କୁ ନେଇ ଘରୋଇ ଯାତ୍ରୀବାହୀ ବସଟି ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିରୁ ଭାୟା ଦିଗପହଣ୍ଡି ଦେଇ ପୁରୀ ଅଭିମୁଖେ ଯାଉଥିଲା । ଏହି ସମୟରେ ବସର ସମ୍ମୁଖ ଭାଗ ରେ ଥିବା ବାମ ଚକାଟି ଛିଡି ଯାଇଥିଲା । ଫଳରେ ବସଟି ପ୍ରାୟ ୨ ଶହ ମିଟର ପର୍ଯ୍ୟନ୍ତ ରାସ୍ତାରେ ଘୋଷାଡି ହୋଇ ଯାଇଥିଲା । ବସରେ ଥିବା ପର୍ଯ୍ୟଟକ ମାନେ ଭୟଭୀତ ହୋଇ ଚିତ୍କାର କରିଥିଲେ। କିନ୍ତୁ ଅଘଟଣ ପୂର୍ବରୁ ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ବସଟି ଅଟକି ଥିଲା। ପର୍ଯ୍ୟଟକମାନେ ସୁରକ୍ଷିତ ଅବସ୍ଥାରେ ବସରୁ ଓହ୍ଲାଇ ପଡ଼ିଥିଲେ।

ସୂଚନା ଅନୁସାରେ,  ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରୁ ୪୦ ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ ନୂଆବର୍ଷ ନିମନ୍ତେ ବିଭିନ୍ନ ଜିଲାର ପର୍ଯ୍ୟଟନ କ୍ଷେତ୍ର ବୁଲିବା ପରେ  ସକାଳୁ ଗଞ୍ଜାମ ଜିଲା ତପ୍ତପାଣି ଉଷ୍ଣପ୍ରସ୍ରବଣରେ ପହଞ୍ଚି ବଣଭୋଜି କରିବା ସହ ସେଠାରେ ଗରମ ପାଣି କୁଣ୍ଡରେ ଗାଧୋଇ ମଜା ଉଠାଇଥିଲେ । ପରେ ସେମାନେ ପୁରୀ ଶ୍ରୀମନ୍ଦିର ଅଭିମୁଖେ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଥିଲା । ଆବଶ୍ୟକ ଫିଟନେସ ନଥାଇ ବସ ଗୁଡ଼ିକ ଚଳାଚଳ କରୁଛି । ଏଥି ନିମନ୍ତେ ପରିବହନ ବିଭାଗ ପକ୍ଷରୁ ଧରପଗଡ କରାଯାଉନାହିଁ । ଘଟଣା ଯଦି ତପ୍ତପାଣି ଘାଟି ରାସ୍ତାରେ ଘଟି ଥାଆନ୍ତା ତେବେ ବଡ଼ ଧରଣର ଦୁର୍ଘଟଣାକୁ ଏଡ଼ାଇ ହୋଇନଥାନ୍ତା ବୋଲି ସ୍ଥାନୀୟ ଅଞ୍ଚଳରେ ଲୋକେ ଚର୍ଚ୍ଚା କରିଥିଲେ।

ବସକୁ ଆବଶ୍ୟକ ମରାମତି ନକରି ଭଡ଼ା ମିଳିବା ଆଶାରେ ବସ ମାଲିକମାନେ ଆବଶ୍ୟକ ଫିଟନେସ ନକରି ଭଡ଼ା ଛାଡୁଥିବାରୁ ରାସ୍ତାରେ ଦୁର୍ଘଟଣା ଘଟୁଥିବା ନେଇ ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri