ଅନିର୍ଦ୍ଦିଷ୍ଟ କାଳ ପାଇଁ ଚକା ଜାମ୍‌ ଆନ୍ଦୋଳନ

ସୁନ୍ଦରଗଡ଼,୧୮ା୯(ଡି.ଏନ୍‌.ଏ.): ଏମ୍‌ସିଏଲ କୋଇଲା ଖଣିରୁ କୋଇଲା ପରିବହନ ଭଡ଼ା ବୃଦ୍ଧି ଦାବି ନେଇ ରବିବାରଠାରୁ ସୁନ୍ଦରଗଡ଼ ମିଳିତ ଟ୍ରକ ମାଲିକ ସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଚକାଜାମ ଆନ୍ଦୋଳନ ଆରମ୍ଭ ହୋଇଛି। ଫଳରେ ଏମ୍‌ସିଏଲ୍‌ର ତିନୋଟି କୋଇଲା ଖଣିରୁ ଝାରସୁଗୁଡ଼ା, ସମ୍ବଲପୁର ଓ ପଡ଼ୋଶୀ ରାଜ୍ୟ ଛତିଶଗଡ଼କୁ କୋଇଲା ପରିବହନ ସମ୍ପୂର୍ଣ୍ଣ ଭାବେ ବାଧାପ୍ରାପ୍ତ ହୋଇଛି। ଡିଜେଲ, ଟୋଲ ଟ୍ୟାକ୍ସ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ସାମଗ୍ରୀର ଦର ବ୍ରୁଦ୍ଧି ଯୋଗୁ କୋଇଲା ପରିବହନ କରୁଥିବା ଟ୍ରକ୍‌ ମାଲିକମାନେ ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇ ବ୍ୟାଙ୍କର କିସ୍ତି ଲୋନ୍‌ ଟଙ୍କା ପରିଶୋଧ କରି ନ ପାରି ଦେବାଳିଆ ହୋଇପଡ଼ିଛନ୍ତି। ଆନ୍ଦୋଳନ ଯୋଗୁ ରାସ୍ତାରେ ଓ କୋଇଲା ଖଣି ଅଞ୍ଚଳରେ ହଜାର ହଜାର ଟ୍ରକ ଅଟକି ରହିଛି। ଟନ୍‌ ପିଛା ୧୪୦ ଟଙ୍କା ଲେଖାଏ ଭଡ଼ା ବୃଦ୍ଧି ଦାବି ନେଇ ପ୍ରଶାସନର ମଧ୍ୟସ୍ଥିରେ ବିଭିନ୍ନ କାରଖାନା କର୍ତ୍ତୃପକ୍ଷ ଏବଂ ମିଳିତ ଟ୍ରକ ମାଲିକ ସଂଘର କର୍ମକର୍ତ୍ତାଙ୍କ ମଧ୍ୟରେ ଦୁଇ ଥର ଆଲୋଚନା ବୈଠକ ଫଳପ୍ରଦ ହୋଇ ନ ଥିବାରୁ ପରିଶେଷରେ ମିଳିତ ଟ୍ରକ ମାଲିକ ସଂଘ ଏହି ଆନ୍ଦୋଳନକୁ ଓହ୍ଲାଇଛି। ରବିବାର ଡୁଡୁକା ବାଇପାସଠାରେ ମିଳିତ ଟ୍ରକ ମାଲିକ ସଂଘ ପକ୍ଷରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମ,ପୂର୍ବତନ ବାଚସ୍ପତି କିଶୋର ଚନ୍ଦ୍ର ପଟେଲ,ଅଜୟ ପଟେଲଙ୍କ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ଅଞ୍ଚଳର ଜନସାଧାରଣ ଏକତ୍ରିତ ହୋଇ ପରିବହନ ଭଡ଼ା ବୃଦ୍ଧି ଦାବିକୁ ସମର୍ଥନ ଜଣାଇଥିଲେ। ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଓ ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ମଧ୍ୟ ଏହି ସଭାରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri