Posted inଜାତୀୟ

ଦାୟିତ୍ୱ ଗ୍ରହଣ କଲେ ଆତିଶୀ, ହେଲେ ପାଖରେ କାହିଁକି ରଖିଲେ ଖାଲି ଚୌକି, କହିଲେ ଏମିତି କଥା

ନୂଆଦିଲ୍ଲୀ,୨୩।୯: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ ସୋମବାର ସଚିବାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି। ଅରବିନ୍ଦ କେଜରିୱାଲଙ୍କ ଚେୟାରକୁ ତାଙ୍କ ପାଖରେ ରଖି ଆତିଶୀ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆତିଶୀ କହିଛନ୍ତି ଯେ ପ୍ରଭୁ ରାମଙ୍କ ‘କଠଉ’କୁ ସିଂହାସନରେ ରଖି ଭରତ ଯେପରି କାମ କରିଥିଲେ ସେହିଭଳି ସେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବରେ ଚାରିମାସ କାର୍ଯ୍ୟ କରିବେ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ କହିଛନ୍ତି, ‘ଆଶା କରାଯାଉଛି ଯେ ଫେବୃଆରୀରେ ପ୍ରସ୍ତାବିତ ନିର୍ବାଚନରେ ଲୋକମାନେ ଅରବିନ୍ଦ କେଜରିୱାଲଙ୍କୁ ଫେରାଇ ଆଣିବେ, ସେପର୍ଯ୍ୟନ୍ତ ତାଙ୍କ ଚେୟାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ରହିବ। କେଜରିୱାଲ ରାଜନୀତିରେ ସମ୍ମାନ ଏବଂ ନୈତିକତାର ଏକ ଉଦାହରଣ ସୃଷ୍ଟି କରିଛନ୍ତି, ଭାଜପା ତାଙ୍କ ଭାବମୂର୍ତ୍ତିକୁ ଖରାପ କରିବାକୁ କୌଣସି ପଥ ଛାଡି ନାହିଁ।

ସୂଚନାଯୋଗ୍ୟ, ଆତିଶୀ ଶନିବାର ତାଙ୍କ କ୍ୟାବିନେଟ ସହିତ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। କେଜରିୱାଲ ସରକାରଙ୍କ ସମୟରେ ସେ ରଖିଥିବା ୧୩ଟି ବିଭାଗକୁ ନିଜ ପାଖରେ ରଖିଛନ୍ତି, ଯେଉଁଥିରେ ଶିକ୍ଷା, ରାଜସ୍ବ, ଅର୍ଥ, ଶକ୍ତି ଏବଂ ଜନ କାର୍ଯ୍ୟ ବିଭାଗ (ପିଡବ୍ଲ୍ୟୁଡି) ଅନ୍ତର୍ଭୁକ୍ତ। ସୌରଭ ଭରଦ୍ୱାଜ ଶନିବାର ଦାୟିତ୍ୱ ଗ୍ରହଣ କରିଥିଲେ। ଆତିିଶୀ ପରେ ଭରଦ୍ୱାଜଙ୍କ ନିକଟରେ ସର୍ବାଧିକ ଆଠଟି ବିଭାଗର ଦାୟିତ୍ୱ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri