Posted inଜାତୀୟ

ଦାୟିତ୍ୱ ଗ୍ରହଣ କଲେ ଆତିଶୀ, ହେଲେ ପାଖରେ କାହିଁକି ରଖିଲେ ଖାଲି ଚୌକି, କହିଲେ ଏମିତି କଥା

ନୂଆଦିଲ୍ଲୀ,୨୩।୯: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ ସୋମବାର ସଚିବାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି। ଅରବିନ୍ଦ କେଜରିୱାଲଙ୍କ ଚେୟାରକୁ ତାଙ୍କ ପାଖରେ ରଖି ଆତିଶୀ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆତିଶୀ କହିଛନ୍ତି ଯେ ପ୍ରଭୁ ରାମଙ୍କ ‘କଠଉ’କୁ ସିଂହାସନରେ ରଖି ଭରତ ଯେପରି କାମ କରିଥିଲେ ସେହିଭଳି ସେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବରେ ଚାରିମାସ କାର୍ଯ୍ୟ କରିବେ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ କହିଛନ୍ତି, ‘ଆଶା କରାଯାଉଛି ଯେ ଫେବୃଆରୀରେ ପ୍ରସ୍ତାବିତ ନିର୍ବାଚନରେ ଲୋକମାନେ ଅରବିନ୍ଦ କେଜରିୱାଲଙ୍କୁ ଫେରାଇ ଆଣିବେ, ସେପର୍ଯ୍ୟନ୍ତ ତାଙ୍କ ଚେୟାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ରହିବ। କେଜରିୱାଲ ରାଜନୀତିରେ ସମ୍ମାନ ଏବଂ ନୈତିକତାର ଏକ ଉଦାହରଣ ସୃଷ୍ଟି କରିଛନ୍ତି, ଭାଜପା ତାଙ୍କ ଭାବମୂର୍ତ୍ତିକୁ ଖରାପ କରିବାକୁ କୌଣସି ପଥ ଛାଡି ନାହିଁ।

ସୂଚନାଯୋଗ୍ୟ, ଆତିଶୀ ଶନିବାର ତାଙ୍କ କ୍ୟାବିନେଟ ସହିତ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। କେଜରିୱାଲ ସରକାରଙ୍କ ସମୟରେ ସେ ରଖିଥିବା ୧୩ଟି ବିଭାଗକୁ ନିଜ ପାଖରେ ରଖିଛନ୍ତି, ଯେଉଁଥିରେ ଶିକ୍ଷା, ରାଜସ୍ବ, ଅର୍ଥ, ଶକ୍ତି ଏବଂ ଜନ କାର୍ଯ୍ୟ ବିଭାଗ (ପିଡବ୍ଲ୍ୟୁଡି) ଅନ୍ତର୍ଭୁକ୍ତ। ସୌରଭ ଭରଦ୍ୱାଜ ଶନିବାର ଦାୟିତ୍ୱ ଗ୍ରହଣ କରିଥିଲେ। ଆତିିଶୀ ପରେ ଭରଦ୍ୱାଜଙ୍କ ନିକଟରେ ସର୍ବାଧିକ ଆଠଟି ବିଭାଗର ଦାୟିତ୍ୱ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri