Posted inଖେଳ

ଯେବେ ଶେଷଥର ପାଇଁ ମୁହାଁମୁହିଁ ହୋଇଥିଲେ CSK-MI, କିଏ ହୋଇଥିଲା ବିଜୟୀ

କୋଲକାତା,୨୩।୩: ଆଜି ଚେପକରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ ମୁହାଁମୁହିଁ ହେବେ। କିନ୍ତୁ ଆପଣ ଜାଣନ୍ତି କି ଶେଷ ଥର ପାଇଁ ଏହି ଦୁଇ ଦଳ ପରସ୍ପରର ସାମ୍ନା କରିବା ସମୟରେ କ’ଣ ଘଟିଥିଲା? ସେହି ମ୍ୟାଚରେ କେଉଁ ଦଳ ଜିତିଥିଲା? ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ଶେଷ ଥର ପାଇଁ IPL 2024 ସିଜିନରେ ମୁହାଁମୁହିଁ ହୋଇଥିଲେ। ଉଭୟ ଦଳ ୧୪ ଏପ୍ରିଲ ୨୦୨୪ରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ମୁହାଁମୁହିଁ ହୋଇଥିଲେ। ସେହି ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଥିଲା। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସକୁ 20 ରନରେ ପରାଜୟର ସାମ୍ନା କରିବାକୁ ପଡିଲା।

ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ସୁପର କିଙ୍ଗ୍ସ ୨୦ ଓଭରରେ ୪ ୱିକେଟ ହରାଇ ୨୦୬ ରନ କରିଥିଲା। ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ଅଧିନାୟକ ଋତୁରାଜ ଗାୟକୱାଡ 40 ବଲ ରେ ସର୍ବାଧିକ 69 ରନ କରିଥିଲେ। ଶିବମ ଦୁବେ ୩୮ ବଲରେ ୬୬ ରନରେ ଅପରାଜିତ ଇନିଂସ ଖେଳିଥିଲେ। ଏହା ବ୍ୟତୀତ ମହେନ୍ଦ୍ର ସିଂହ ଧୋନି ୪ ବଲ ରେ ୨୦ ରନ କରି ଏକ ଭଲ ଫିନିସ ଦେଇଥିଲେ। ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ସର୍ବାଧିକ ୨ଟି ୱିକେଟ ନେଇଥିଲେ। ଏହା ବ୍ୟତୀତ ଜେରାଲ୍ଡ କୋଏଟଜୀ ଏବଂ ଶ୍ରେୟସ ଗୋପାଳଙ୍କୁ ଗୋଟିଏ ଲେଖାଏ ସଫଳତା ମିଳିଛି।

ଚେନ୍ନାଇ ସୁପର କିଙ୍ଗ୍ସର ୨୦୬ ରନ ଜବାବରେ, ମୁମ୍ବାଇ ଇଣ୍ଡିଆନ୍ସର ଆରମ୍ଭ ଭଲ ଥିଲା। ମୁମ୍ବାଇ ଇଣ୍ଡିଆନ୍ସର ଓପନର ଇଶାନ କିଷନ ଏବଂ ରୋହିତ ଶର୍ମା ୭ ଓଭରରେ ୭୦ ରନ ଯୋଡିଥିଲେ। ବିଶେଷକରି, ରୋହିତ ଶର୍ମାଙ୍କ ଦମଦାର ଶୈଳୀ ଦେଖିବାକୁ ମିଳିଥିଲା। ରୋହିତ ଶର୍ମା 63 ବଲ ରେ 105 ରନ ଅପରାଜିତ ରଖିଥିଲେ। ସେ ତାଙ୍କ ଇନିଂସରେ ୧୧ଟି ଚୌକା ଏବଂ ୫ଟି ଛକା ମାରିଥିଲେ। ତିଲକ ବର୍ମା 20 ବଲରୁ 31 ରନ କରିଥିଲେ, କିନ୍ତୁ ଅନ୍ୟ ବ୍ୟାଟସମ୍ୟାନମାନେ ନିରାଶ କରିଥିଲେ। ତେଣୁ, ମୁମ୍ବାଇ ଇଣ୍ଡିଆନ୍ସ ଦଳ 20 ଓଭରରେ 6 ୱିକେଟ ବିନିମୟରେ ମାତ୍ର 186 ରନ କରିପାରିଲା। ଏହିପରି ଚେନ୍ନାଇ ସୁପର କିଙ୍ଗସ 20 ରନରେ ମ୍ୟାଚ ଜିତିଲା। ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ମାଥିଶା ପଥିରଣା ସର୍ବାଧିକ ୪ଟି ୱିକେଟ ନେଇଥିଲେ। ଏହା ବ୍ୟତୀତ ତୁଷାର ଦେଶପାଣ୍ଡେ ଏବଂ ମୁସ୍ତାଫିଜୁର ରହମାନ ପ୍ରତ୍ୟେକେ ଗୋଟିଏ ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri