ଝାଡ଼ାବାନ୍ତି ବ୍ୟାପିବାବେଳେ ନଈ ନାଳ ପାଣି ପିଉଛନ୍ତି ଲୋକେ

ରାୟଗଡା ଅଫିସ, ୩।୮: ଏବେ ରାୟଗଡ଼ାରେ ବ୍ୟାପୁଛି ଝାଡ଼ାବାନ୍ତି। ଅସ୍ବାସ୍ଥ୍ୟକର ପରିବେଶ ଓ ଅପରିସ୍କାର ପାଣି ପିଇବା ଦ୍ୱାରା ଏହା ବ୍ୟାପୁଛି। ଏହା ମଧ୍ୟରେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦରରେ ସପ୍ତାହେ ହେବ ଲୋକଙ୍କୁ ପାଇପ୍‌ ପାଣି ମିଳୁନି। ଫଳରେ ଲୋକେ ନଈ ନାଳର ପାଣି ପିଇବାକୁ ବାଧ୍ୟ ହେଉଛନ୍ତି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ବ୍ୟାପକ ଅସନ୍ତୋଷ ଦେଖାଦେଇଛି।
ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ସପ୍ତାହ ଧରି ବିଶୁଦ୍ଧ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ସଦର ଥାନାରୁ ଆରମ୍ଭ କରି ମୁଖ୍ୟ ସଡକ, ମୁଖ୍ୟ ବଜାର, କାମ୍ପସାହି, ବେହେରା ସାହି, ଗୌଡ଼ସାହି ଓ ପୁରୁଣା ବସଷ୍ଟାଣ୍ଡ ଦାନୁସାହି, କଦମ୍ବ ଦ୍ୱାରସାହି, କୁମ୍ଭାର ସାହିରେ ପ୍ରାୟ ୫୦୦ ଘର ଅଧିବାସୀ ମୋଟ ୧୫ଶହଜନସଂଖ୍ୟା ରହିଛନ୍ତି। ଆଜକୁ ପ୍ରାୟ ସପ୍ତାହ ହେବ ଲୋକେ ସପ୍ଲାଇ ପାଣି ପାଉନାହାନ୍ତି। ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ କେନାଲ ଖୋଲା ହେବା ଯୋଗୁ ପୁରୁଣା ପାଇପ କାଚରାସାହି ଓ ଥାନା ପାଖରେ ଫାଟି ଯାଇ ଛିଦ୍ର ହୋଇ ପାଣି ବେକାର ନଷ୍ଟ ହୋଇ ବୋହିଯାଉଛି। ବର୍ତ୍ତମାନ ସ୍ଥାନୀୟ ବାସିନ୍ଦା ବାଧ୍ୟ ହୋଇ ନଦୀର ଅପରିଷ୍କାର ଗୋଳିଆ ପାଣି ବ୍ୟବହାର କରିବା ଦ୍ୱାରା ପତଳା ଝାଡା, କାଚୁକୁଣ୍ଡିଆ ଭଳି ହଇଜା ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଦେଖିବାକୁ ମିଳିଛି। ପୂର୍ବରୁ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ହେଉଥିଲା। ବର୍ତ୍ତମାନ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲୁଥିବା ଯୋଗୁ ଉକ୍ତ ପୁରୁଣା ପାଇପ ଲାଇନକୁ ବନ୍ଦ କରି ଦେଇ ନୂତନ ପାଇପ ଲାଇନ ବିଛାଉଛନ୍ତି। ଅନେକ ସାହିକୁ ନୂତନ ପାଇପ ଲାଇନ ସଂଯୋଗ କରାଯାଇଛି। ଏହି କାମ ପାଇଁ ସପ୍ତାହ ହେବ ବିଶୁଦ୍ଧ ପାନୀୟ ଜଳରୁ ବଞ୍ଚିତ ଅଛନ୍ତି ଲୋକେ। ଜଳ ଯୋଗାଣ ବିଭାଗ କାର୍ଯ୍ୟରେ ବିଳମ୍ବ କରୁଥିବା ଯୋଗୁ ଏହା ଶେଷ ହେବାକୁ କିଛିଦିନ ଲାଗିବ। ତାହା ଭିତରେ ଝାଡ଼ା ବାନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି। ଉକ୍ତ ବ୍ଲକରେ କିଛିଦିନ ହେବ ହଇଜା ଓ କଲେରାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୨ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇ ସାରିଛନ୍ତି। ତେଣୁ ଏ ଦିଗରେ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କହିଛନ୍ତି। ତୁରନ୍ତ ପଦକ୍ଷେପ ଗ୍ରହଣ ନକଲେ ଆଗାମୀ ଦିନରେ ଆନ୍ଦୋଳନ କରିବୁ ବୋଲି ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏ ବିଷୟରେ ସରପଞ୍ଚ ଗୌତମ ବାର୍ଲିଙ୍କୁ ପଚାରିବାର ବର୍ତ୍ତମାନ ବଡ ଟ୍ୟାଙ୍କର ଯୋଗେ ପାଣି ଯୋଗାଯାଉଛି। ଜଳ ଯୋଗାଣ କନିଷ୍ଠ ଯନ୍ତ୍ରୀଙ୍କୁ କହି ତୁରନ୍ତ ସମସ୍ୟାର ସମାଧାନ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri