Posted inଖେଳ

କେବେ ହୋଇଥିଲା ଦ୍ରାଭିଡ-ରୋହିତଙ୍କ ପ୍ରଥମ ସାକ୍ଷାତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୭।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ଜୟପୁରରେ ଖେଳାଯିବ। ଏହି ମ୍ୟାଚରେ ଏକ ନୂତନ ଭାରତୀୟ ଦଳ ଦେଖିବାକୁ ମିଳିବ। ଭାରତୀୟ ଟି -୨୦ ଦଳ ରୋହିତ ଶର୍ମାଙ୍କ ଅଧିନାୟକତ୍ୱ କରିବେ ଏବଂ ମୁଖ୍ୟ କୋଚ ରାହୁଲ ଦ୍ରାଭିଡ ରହିବେ। ଉଭୟ ଜୟପୁରରୁ ସେମାନଙ୍କର ଯାତ୍ରା ଆରମ୍ଭ କରିବେ। ଏହାପୂର୍ବରୁ ଉଭୟ ପୁରୁଣା ସ୍ମୃତିକୁ ମନେ ପକାଇଛନ୍ତି।
୨୦୦୭ ରେ ରାହୁଲ ଦ୍ରାବିଡଙ୍କ ଅଧିନାୟକତ୍ୱରେ ଭାରତରେ ଡେବ୍ୟୁ କରିଥିବା ରୋହିତ ଶର୍ମା ସେହି ମୁହୂର୍ତ୍ତକୁ ମନେ ପକାଇଥିଲେ। ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ଦିନିକିଆ ଖେଳିବା ଠାରୁ ଆରମ୍ଭ କରି ରୋହିତ ସୀମିତ ଓଭର କ୍ରିକେଟରେ ନିଜର ଖ୍ୟାତି ଅର୍ଜନ କରିଛନ୍ତି। ଏଥି ସହିତ, ଦ୍ରାବିଡ ଜଣେ ମହାନ ଖେଳାଳି ଥିଲେ, ଜଣେ କୋଚ ଭାବରେ ଭାରତୀୟ କ୍ରିକେଟର ଏକ ନୂତନ ଖେଲାଳି ପ୍ରସ୍ତୁତ କରିବାରେ ବଡ଼ ଭୂମିକା ଗ୍ରହଣ କରିଛନ୍ତି।
ନ୍ୟୁଜିଲାଣ୍ଡ ବିପକ୍ଷ ଟି -୨୦ ସିରିଜ ପୂର୍ବରୁ ପ୍ରଥମ ସାକ୍ଷାତ ଉଭୟ ସ୍ମରଣ କରିଥିଲେ। ଦ୍ରାବିଡ କହିଛନ୍ତି, ଗତକାଲି ଆମେ ବସ୍‌ରେ ଏ ବିଷୟରେ କଥା ହେଉଥିଲୁ। ସମୟ କିପରି ଡେଣା ସହିତ ଉଡିଯାଏ। ଆମେ ସମସ୍ତେ ଜାଣିଥିଲୁ ଯେ ରୋହିତ ସ୍ବତନ୍ତ୍ର। ସେ ଅତ୍ୟନ୍ତ ପ୍ରତିଭାଶାଳୀ ଥିଲେ। ମୁଁ କେବେ ଭାବି ନ ଥିଲି ଯେ ଏତେ ବର୍ଷ ପରେ ମୁଁ ତାଙ୍କ ସହ କାମ କରିବାର ସୁଯୋଗ ପାଇବି। ଭାରତୀୟ ଦଳ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ସହିତ ସେ ଏହି ସବୁ ବର୍ଷରେ ଯାହା ହାସଲ କରିଛନ୍ତି ତାହା ପ୍ରଶଂସନୀୟ।
ସେହିପରି ରୋହିତ କହିଛନ୍ତି, ମୁଁ ୨୦୦୭ରେ ପ୍ରଥମେ ଦଳରେ ମନୋନୀତ ହୋଇଥିଲି, ସେତେବେଳେ ମୁଁ ଦ୍ରାଭିଡ ଭାଇଙ୍କ ସହ ବେଙ୍‌ଗାଲୁରୁର ଏକ କ୍ୟାମ୍ପରେ କଥା ହେବାର ସୁଯୋଗ ପାଇଲି। ସେ ବହୁତ କମ କଥାବାର୍ତ୍ତା ହେଉଥିଲେ ଏବଂ ମୁଁ ବହୁତ ନର୍ଭସ ଥିଲି। ସେଗୁଡ଼ିକ ସବୁ ଭଲ ସ୍ମୃତି ଏବଂ ଭବିଷ୍ୟତରେ ଅଧିକ କିଛି ହେବ ବୋଲି ଆଶା କରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?