Posted inଖେଳ

ଅମ୍ପାୟରଙ୍କ ଉପରେ ରାଗିଗଲେ ହରମନପ୍ରୀତ, କଲେ ଏମିତି କାମ

ଢାକା,୨୩।୭: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ତୃତୀୟ ମ୍ୟାଚ ଟାଇ ହୋଇଛି। ଏହି ମ୍ୟାଚରେ ଭାରତୀୟ ମହିଳା ଦଳର ଅଧିନାୟକ ହରମନପ୍ରୀତ କୌର ଅମ୍ପାୟାରଙ୍କ ଉପରେ ରାଗି ନିଜ ବ୍ୟାଟ୍‌କୁ ଷ୍ଟମ୍ପ ଉପରେ ମାରିଥିଲେ।
ଏହି ମ୍ୟାଚରେ ୨୨୬ ରନ ପିଛା କରୁଥିବା ଭାରତୀୟ ଦଳ ଅଧିନାୟକ ହରମନପ୍ରୀତଙ୍କ ରୂପରେ ଚତୁର୍ଥ ଉଇକେଟ ହରାଇଥିଲେ। ଏହି ଉଇକେଟ ୩୪ତମ ଓଭରର ଚତୁର୍ଥ ବଲରେ ପଡିଥିଲା। ହରମନପ୍ରୀତ ଏକ ସ୍ବିପ ସଟ ଖେଳିବାକୁ ଚେଷ୍ଟା କରିଥିଲେ, କିନ୍ତୁ ବଲ ତାଙ୍କ ପ୍ୟାଡ ବାଜିଥିଲା। ବୋଲର ନହିଦା ଅଖତର ଅପିଲ୍‌ କରିଥିଲେ ଏବଂ ଅମ୍ପାୟାର ତାଙ୍କୁ ଏଲବିଡବ୍ଲୁ ଘୋଷଣା କରିଥିଲେ। ଅମ୍ପାୟାରଙ୍କ ନିଷ୍ପତ୍ତିରେ ହରମନପ୍ରୀତ ସମ୍ପୂର୍ଣ୍ଣ ଅସନ୍ତୁଷ୍ଟ ଦେଖାଯାଉଥିଲେ।
ସେ ପାଭିଲିୟନକୁ ଫେରିବା ପୂର୍ବରୁ ଷ୍ଟମ୍ପରେ ନିଜ ବ୍ୟାଟ୍‌ ପ୍ରହାର କରିଥିଲେ, ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହା ବ୍ୟତୀତ ସେ ପାଭିଲିୟନକୁ ଫେରିବାବେଳେ ଅମ୍ପାୟାରଙ୍କୁ ମଧ୍ୟ କିଛି କହିଥିଲେ। ହରମନପ୍ରୀତ ୨ ଚୌକା ସହାୟତାରେ ୨୧ ବଲରେ ୧୪ ରନ ଖେଳିଥିଲେ।
ମ୍ୟାଚ ପରେ ଅମ୍ପାୟାରଙ୍କ ବିଷୟରେ ହରମନପ୍ରୀତ କହିଛନ୍ତି, ମୁଁ ଭାବୁଛି ଏହି ମ୍ୟାଚରୁ ଆମକୁ ଅନେକ କିଛି ଶିଖିବାକୁ ଅଛି। ଏହି ମ୍ୟାଚ୍‌ରେ ଅମ୍ପାୟାରିଂ ଦେଖି ଆମେ ଆଶ୍ଚର୍ଯ୍ୟ ହୋଇଗଲୁ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?