Posted inଜାତୀୟ

ମୁଁ ଉଠିଲା ବେଳକୁ, ମୋ ଚାରିପାଖରେ ଥିଲା ମୃତଦେହ’… ଭୟଙ୍କର କାହାଣୀ ବଖାଣିଲେ ବିମାନ ଦୁର୍ଘଟଣାରେ ବଞ୍ଚିଯାଇଥିବା ଏକମାତ୍ର ବ୍ୟକ୍ତି

ଅହମ୍ମଦାବାଦ,୧୩।୬: ଅହମ୍ମଦାବାଦର ଭୟାବହ ବିମାନ ଦୁର୍ଘଟଣାରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ କେବଳ ଜଣେ ମାତ୍ର ଯାତ୍ରୀ ବଞ୍ଚତ୍ୟାଇଥିବା ସ୍ପଷ୍ଟ ହୋଇଛି। ଏହାକୁ ଏକ ଚମତ୍କାରୀ ବୋଲି ବିଶ୍ୱାସ କରାଯାଉଛି। ତାଙ୍କ ନାମ ରମେଶ ବିଶ୍ୱାସକୁମାର ବୁଚାର୍ଭାଦା। ସେ ଶେଷ ମୁହୂର୍ତ୍ତରେ ବିମାନରୁ ଡେଇଁ ପଡ଼ିଥିଲେ ବୋଲି ଜଣାପଡ଼ିଛି। ରମେଶ ନିଜକୁ ଦୁର୍ଘଟଣାରୁ ଉଦ୍ଧାର କରିବା ପରେ ଆହତ ଅବସ୍ଥାରେ ଚାଲି ଚାଲି ଯାଉଥିବା ଦେଖାଯାଇଛି।
ଅହମ୍ମଦାବାଦ ପୋଲିସ କମିଶନର ଜିଏସ ମଲିକ କହିଛନ୍ତି, ପୋଲିସ ସିଟ 11A ରେ ଜଣେ ବଞ୍ଚିଥିବା ବ୍ୟକ୍ତିଙ୍କୁ ପାଇଛନ୍ତି। ବ୍ୟକ୍ତିଙ୍କୁ ହସ୍ପିଟାଲରେ ରଖାଯାଇଛି ଏବଂ ତାଙ୍କର ଚିକିତ୍ସା ଚାଲିଛି।

୪୦ ବର୍ଷୀୟ ବଞ୍ଚିଥିବା ବ୍ୟକ୍ତି ବିଶ୍ୱାସ କୁମାର ତାଙ୍କ ଲୋକଟାଙ୍କୁରା କାହାଣୀ ବଖାଣିଥିଲେ। ସେ କହିଥିଲେ, ଉଡ଼ାଣ ଆରମ୍ଭ ହେବାର ୩୦ ସେକେଣ୍ଡ ପରେ ଏକ ଜୋରରେ ଶବ୍ଦ ହୋଇଥିଲା ଏବଂ ତା’ପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏସବୁ ବହୁତ ଶୀଘ୍ର ଘଟିଥିଲା। ଯେତେବେଳେ ମୁଁ ଉଠିଲି, ମୋ ଚାରିପାଖରେ ମୃତଦେହ ବିଛାଡ଼ି ହୋଇ ପଡ଼ିଥିଲା। ମୁଁ ଭୟଭୀତ ହୋଇ ସେଠାରୁ ଦୌଡ଼ି ପଳାଇଲି। ବିମାନର ଖଣ୍ଡଗୁଡ଼ିକ ମୋ ଚାରିପାଖରେ ବିଛାଡ଼ି ହୋଇ ପଡ଼ିଥିଲା। କେହି ଜଣେ ମୋତେ ଧରି ଆମ୍ବୁଲାନ୍ସରେ ହସ୍ପିଟାଲ ନେଇଗଲେ। ବିଶ୍ୱାସ ତାଙ୍କ ପରିବାରକୁ ଭେଟିବାକୁ ଭାରତ ଆସିଥିଲେ।

ବ୍ରିଟିଶ ନାଗରିକ ବିଶ୍ୱାସ କିଛି ଦିନ ପାଇଁ ତାଙ୍କ ପରିବାରକୁ ଭେଟିବାକୁ ଭାରତ ଆସିଥିଲେ ଏବଂ ତାଙ୍କ ଭାଇ ଅଜୟ କୁମାର ରମେଶ (୪୫)ଙ୍କ ସହିତ ବ୍ରିଟେନ ଫେରୁଥିଲେ। ବିଶ୍ୱାସ କହିଛନ୍ତି,ସେ ୨୦ ବର୍ଷ ଧରି ଲଣ୍ଡନରେ ରହୁଛନ୍ତି। ତାଙ୍କ ସ୍ତ୍ରୀ ଏବଂ ପିଲାମାନେ ମଧ୍ୟ ଲଣ୍ଡନରେ ରହୁଛନ୍ତି।

ଶେଷ ହସ୍ତଗତ ତଥ୍ୟ ଅନୁଯାୟୀ, ଅହମଦାବାଦ ସିଭିଲ ହସ୍ପିଟାଲକୁ ମୋଟ ୨୬୫ଟି ମୃତଦେହ ଆସିଥିବା ଡିସିପି କାନନ ଦେଶାଇ ଗଣମାଧ୍ୟମକୁ କହିଛନ୍ତି। ସେମାନଙ୍କ ମଧ୍ୟରେ ବିମାନ ଯାତ୍ରୀ, ହଷ୍ଟେଲ ଛାତ୍ର ଓ ସ୍ଥାନୀୟ ଲୋକେ ଥିବା କୁହାଯାଉଛି। ଅନେକ ଆହତ ହୋଇଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଅନ୍ୟପକ୍ଷରେ ଦୁର୍ଘଟଣାର କାରଣ ଜଣାପଡ଼ି ନ ଥିବାବେଳେ ‘ବିମାନ ଦୁର୍ଘଟଣା ତଦନ୍ତ ବ୍ୟୁରୋ’ ଏହାର ତଦନ୍ତ ଚଳାଇଛି। ଅନେକ ସୁରକ୍ଷା ବୈଶିଷ୍ଟ୍ୟ ଥିବା ବୋଇଂ ୭୮୭-୮ ଡ୍ରିମ୍‌ଲାଇନର ବିମାନର ଏହା ପ୍ରଥମ ବଡ଼ ଦୁର୍ଘଟଣା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?