କେବେ ଦୀପାବଳି? ମୁକ୍ତିମଣ୍ଡପର ନିଷ୍ପତ୍ତ ପରେ କାଶୀ ପଣ୍ଡିତଙ୍କ ମଧ୍ୟରେ ସୃଷ୍ଟିହେଲା ଝଡ

ନୂଆଦିଲ୍ଲୀ,୨୯।୧୦: ଦୀପାବଳି କେବେ ? ଅକ୍ଟୋବର ୩୧ କିମ୍ବା ନଭେମ୍ବର ୧? ଏହାକୁ ନେଇ ଲୋକେ ଦ୍ୱନ୍ଦ୍ୱରେ ଅଛନ୍ତି। କେବଳ ସାଧାରଣ ଲୋକେ ନୁହନ୍ତି, ଚଳିତ ବର୍ଷ ପାଞ୍ଜିକୁ ନେଇ ଦେଖା ଦେଇଛି ଦ୍ବନ୍ଦ୍ବ। କେତେବେଳେ କାର୍ତ୍ତିକ ବ୍ରତ ତ, କେତେବେଳେ ସୋମନାଥ ବ୍ରତ। ଆଉ ଏବେ ଦୀପାବଳିକୁ ନେଇ ଦେଖାଦେଇଛି ବଡ଼ ଦ୍ବନ୍ଦ୍ବ। ଅକ୍ଟୋବର ୩୧ ଓ ନଭେମ୍ବର ୧ ତାରିଖ, ଦୁଇ ଦିନ ରହିଛି ଅମାବାସ୍ୟା ତିଥି। ତେବେ କେବେ ପାଳିବେ ଦୀପାବଳି, ଏହାକୁ ନେଇ ଲୋକଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

କୋହେନୂର କ୍ୟାଲେଣ୍ଡରରେ ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି ଯେ, ଅକ୍ଟୋବର ୩୧ ତାରିଖରେ ପଡୁଛି ଦୀପାବଳି। ସେହିପରି ବିରଜା ପାଞ୍ଜିରେ ମଧ୍ୟ ଅକ୍ଟୋବର ୩୧ ତାରିଖରେ ଦୀପାବଳି ପଡୁଥିବା ଉଲ୍ଲେଖ ରହିଛି। ତେବେ ଅସଲି ଖଡିରତ୍ନ ପଞ୍ଜିକାରେ ୩୧ରେ ଶ୍ୟାମାକାଳୀ ପୂଜା ଉଲ୍ଲେଖ ରହିଛି। ଆଉ ନଭେମ୍ବର ୧ ତାରିଖରେ ବଡ଼ବଡ଼ିଆ ଡାକ ଓ ଦୀପାବଳି ପାଳନ ହେବା ନେଇ ସୂଚନା ରହିଛି।

ତେବେ ପାଞ୍ଜି ଅନୁମୋଦନ କରୁଥିବା ପୁରୀ ମୁକ୍ତି ମଣ୍ଡପର ଭୂମିକାକୁ ନେଇ ମଧ୍ୟ ପ୍ରଶ୍ନ ଉଠିବାରେ ଲାଗିଛି। ମୁକ୍ତିମଣ୍ଡପ ପଣ୍ଡିତ ସଭାର ପୂର୍ବତନ ସମ୍ପାଦକ କହିଛନ୍ତି, ଅକ୍ଟୋବର ୩୧ ତାରିଖ ରାତିରେ ଶ୍ୟାମାକାଳୀ ପୂଜା ଓ ନଭେମ୍ବର ୧ ତାରିଖ ଦିନ ପୟାଶ୍ରାଦ୍ଧ ଓ ଦୀପାବଳୀ ପାଳନ କରାଯିବ । ଅକ୍ଟୋବର ୩୧ ଅପରାହ୍ନ ସମୟରେ ଅମାବାସ୍ୟା ରହୁଥିଲେ ମଧ୍ୟ ପ୍ରତ୍ୟୁଷ ସମୟକୁ ଅମାବାସ୍ୟା ରହୁନଥିବାରୁ ସେହି ଦିନ କେବଳ ଶ୍ୟାମାକାଳୀ ପୂଜା ଅନୁଷ୍ଠିତ ହେବ । ତେବେ ନଭେମ୍ବର ୧ରେ ଅମାବାସ୍ୟା ଉଦୟ ପର୍ବରେ ଥିବାରୁ ଶ୍ରୀମନ୍ଦିରରେ ସେହିଦିନ ପୟାଶ୍ରାଦ୍ଧ ସହ ଦୀପାବଳି ଅମାବାସ୍ୟା ପଳନ କରାଯିବ ବୋଲି ସେ କହିଛନ୍ତି। ଏହାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ବତନ୍ତ୍ର ନୀତିକାନ୍ତି ସହ ଦର୍ଶନ ବ୍ୟବସ୍ଥା ମଧ୍ୟ କରାଯାଇଛି ।

ସେହିପରି ଧର୍ମନଗରୀ କାଶୀ ବା ବାରାଣାସୀର ପଣ୍ଡିତମାନଙ୍କ ମଧ୍ୟରେ ବି ଏହାକୁ ନେଇ ମତଭେଦ ଆରମ୍ଭ ହୋଇଛି । କିଛି ଦିନ ତଳେ ଉତ୍ତରପ୍ରଦେଶର ବାରଣାସୀରେ ଥିବା କାଶୀ ବିଦ୍ୱାନ ପରିଷଦ ଦାବି କରିଥିଲେ ଯେ ଦୀପାବଳି ଅକ୍ଟୋବର ୩୧ରେ ଅଛି। କିନ୍ତୁ ଦେଶର ପ୍ରସିଦ୍ଧ ଜ୍ୟୋତିଷଶାସ୍ତ୍ରୀ ଗଣେଶ୍ବର ଶାସ୍ତ୍ରୀ ଦ୍ରାବିଡ଼ ଏବଂ କାଶୀର ଆଉ କେତେକ ପଣ୍ଡିତ ଦୀପାବଳି ତାରିଖ ୧ ନଭେମ୍ବର ବୋଲି କହିଥିଲେ। ଏବେ କାଶୀ ବିଦ୍ୱାନ ପରିଷଦ ଗଣେଶ୍ବର ଶାସ୍ତ୍ରୀ ଦ୍ରାବିଡ଼ଙ୍କ ସମେତ ଅନ୍ୟ ସମସ୍ତ ପଣ୍ଡିତଙ୍କୁ ଚ୍ୟାଲେଞ୍ଜ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri