Posted inଖେଳ

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଦିନିକିଆ କେବେ? କେବେ, କେଉଁଠି ଦେଖିବେ ପ୍ରସାରଣ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୭: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ୨ୟ ମୁକାବିଲା ବିଶାଖାପାଟନମ୍‌ରେ ଖେଳାଯିବ। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ ଟିମ୍‌ କ୍ରମାଗତ ଦ୍ୱିତୀୟ ମ୍ୟାଚ୍‌ ଜିତି ସିରିଜ ଉପରେ କବ୍ଜା କରିବା ଲକ୍ଷ୍ୟରେ ଓହ୍ଲାଇବ। ସେହିଭଳି ଷ୍ଟିଭ୍‌ ସ୍ମିଥଙ୍କ ଅଧିନାୟକତ୍ୱରେ ଅଷ୍ଟ୍ରେଲିଆ ଦଳରେ ସିରିଜରେ ରହିବା ଉଦ୍ଦେଶ୍ୟରେ ମଇଦାନକୁ ଓହ୍ଲାଇବ।

ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ପାରିବାରିକ କାରଣରୁ ବିରତି ନେଇଥିବା ରୋହିତ ଫେରିବେ। ପ୍ରଥମ ମ୍ୟାଚ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆ ବିଜେତା ହୋଇଥିବା ବେଳେ ରୋହିତଙ୍କ ପ୍ରତ୍ୟାବର୍ତ୍ତନ ପରେ ନିଶ୍ଚିତ ଭାବେ ଭାରତୀୟ ଟିମ୍‌ରେ ପରିବର୍ତ୍ତନ ଆସିବ। ଇଶାନ କିଷନଙ୍କୁ ବାଦ ଦିଆଯିବ। ମୁମ୍ବାଇରେ ମ୍ୟାଚ ଜିତିଥିବା ଇନିଂସ ଖେଳିବା ପରେ କେଏଲ୍‌ ରାହୁଲ ଦ୍ୱିତୀୟ ଦିନିକିଆ ପାଇଁ ତାଙ୍କ ସ୍ଥାନ ପକ୍କା କରିଛନ୍ତି। ଏହା ବ୍ୟତୀତ ମୁମ୍ବାଇରେ ଉଭୟ ବୋଲିଂ ଏବଂ ବ୍ୟାଟିଂରେ ବିଫଳ ହୋଇଥିବା ଶାର୍ଦ୍ଦୁଳ ଠାକୁରଙ୍କ ସ୍ଥାନରେ ୱାଶିଂଟନ ସୁନ୍ଦର ସୁଯୋଗ ପାଇପାରନ୍ତି। ଅପରପକ୍ଷେ ପ୍ରଥମ ମ୍ୟାଚରେ କଡ଼ା ମୁକାବିଲା କରିଥିବା ଅଷ୍ଟ୍ରେଲିଆ ଦଳ କୌଣସି ପରିବର୍ତ୍ତନ ନକରି ଏହି ମ୍ୟାଚକୁ ଓହ୍ଲାଇବ।

-ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଦିନିକିଆ କେଉଁଠାରେ ଖେଳାଯିବ?
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୩ ମ୍ୟାଚ ବିଶିଷ୍ଟ ସିରିଜର ଦ୍ୱିତୀୟ ଦିନିକିଆ ବିଶାଖାପାଟନମର ଓ୍ବାଇଏସ୍‌ଆର୍‌ ରେଡ୍ଡୀ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ।

-କେଉଁଠି ଦେଖିପାରିବେ?
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ଷ୍ଟାର୍‌ ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ସିଧା ପ୍ରସାରଣ ହେବ। ମ୍ୟାଚ ଦିନରାତି ହୋଇଥିବାରୁ ଅପରାହ୍ନ ୧.୩୦ରେ ଆରମ୍ଭ ହେବ। ମ୍ୟାଚ ଅଧ ଘଣ୍ଟା ପୂର୍ବରୁ ଟସ ପଡ଼ିବ।

-ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନିକିଆ ଲାଇଭ ଷ୍ଟ୍ରିମିଂକୁ କେଉଁଠାରେ ଦେଖିବେ?
ଡିଜନି ପ୍ଲସ ହଟଷ୍ଟାର ଆପ୍‌ରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଦିନିକିଆର ଲାଇଭ ଷ୍ଟ୍ରିମିଂ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?