ଆଇପିଏଲ୍‌ ନିଲାମୀରେ କିଙ୍ଗ ଖାନଙ୍କ ପୁଅ, ୟୁଜର୍ସ କହିଲେ…

୨୦୨୧ ବଲିଉଡର କିଙ୍ଗ ଖାନ ତଥା ଶାହାରୁଖ ଖାନଙ୍କ ପାଇଁ ବହୁତ କଷ୍ଟକର ଦିନ ଥିଲା । ଡ୍ରଗ୍ସ ମାମଲାରେ ତାଙ୍କ ପୁଅ ଆର୍ୟନଙ୍କୁ ଗିରଫ କରାଯାଇ ଜେଲରେ ରଖାଯାଇଥିଲା। ଆର୍ୟନ ଜାମିନ ପାଇବା ପରେ ବାପା ଶାହାରୁଖ ଖୁସି ହୋଇଯାଇଥିଲେ। ଏହା ପରେ ସେ ତାଙ୍କ ପୁଅକୁ ମିଡିଆଠାରୁ ବହୁ ଦୂରରେ ରଖିଥିଲେ ।
ବର୍ତ୍ତମାନ ଏହି ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ ତଥା ଆଇପିଏଲ ୨୦୨୨ର ନିଲାମ ଆରମ୍ଭ ହୋଇଛି। ଶାହାରୁଖ ଆଇପିଏଲ ଟିମ୍‌ କୋଲକାତା ନାଇଟ ରାଇଡର୍ସ ଅର୍ଥାତ କେକେଆରର ମାଲିକ ହୋଇଥିବାରୁ ନିଲାମରେ ତାଙ୍କର ଉପସ୍ଥିତି ନିହାତି ଗୁରୁତ୍ୱପୂର୍ଣ୍ଣ। କିନ୍ତୁ ବ୍ୟସ୍ତତା ହେତୁ ସେ ଆସି ନ ପାରିବାରୁ ତାଙ୍କ ଉଭୟ ପିଲା ଆର୍ୟନ ଖାନ ଏବଂ ସୁହାନା ଖାନ ସେଠାରେ ଉପସ୍ଥିତ ଥିବାର ନଜର ଆସିଛନ୍ତି। ଯାହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ପ୍ରଥମ ଥର ପାଇଁ ଡ୍ରଗ୍ସ ମାମଲାରେ ଜେଲରୁ ମୁକୁଳିବା ପରେ  ଆର୍ୟନ ଇଭେଣ୍ଟରେ ନଜର ଆସିଛନ୍ତି । ଆଇପିଏଲ ନିଲାମୀ କାର୍ଯ୍ୟକ୍ରମରେ ଆର୍ୟନଙ୍କୁ ଦେଖି ଲୋକମାନେ ବହୁତ ଖୁସି ଥିବାର ଜଣାପଡୁଛି । ଏହା ସହ ବିଭିନ୍ନ କମେଣ୍ଟ ମଧ୍ୟ ଦେଉଛନ୍ତି । ଜଣେ ଉପଭୋକ୍ତା ଲେଖିଛନ୍ତି, ଏତେ ଦିନ ପରେ ଦେଖିକି ଭଲ ଲାଗିଲା ଅନ୍ୟ ଜଣେ ଲେଖିଛନ୍ତି, ‘ମୁଁ ତାଙ୍କୁ ଦେଖି ବହୁତ ଖୁସି । ଏହା ସହ ଆଉ ଜଣେ କହିଛନ୍ତି, ସିଂହର ପିଲା ମଇଦାନଙ୍କୁ ଫେରିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri