Posted inଜାତୀୟ

ସରକାରକୁ ଆସିଲେ ମହିଳାଙ୍କୁ ସ୍କୁଟି, ମାଗଣା ବସ୍‌ ସେବା ଯୋଗାଇ ଦେବ କଂଗ୍ରେସ

ଲକ୍ଷ୍ନୌ,୮।୧୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମହିଳାମାନଙ୍କ ପାଇଁ ଏକ ପୃଥକ ନିର୍ବାଚନୀ ଘୋଷଣା ପତ୍ର ଜାରି କରିଛନ୍ତି। ଏହି ଘୋଷଣାପତ୍ରକୁ ଶକ୍ତି ବିଦ୍ୟା ନାମରେ ନାମିତ କରାଯାଇଛି। ପ୍ରିୟଙ୍କା କହିଛନ୍ତି ଯେ, ଆମେ ମହିଳାମାନଙ୍କୁ ୪୦ ପ୍ରତିଶତ ଟିକେଟ ଦେବାର ପ୍ରତିଶୃତି ଦେଇଛୁ, ଯାହା ଦ୍ୱାରା ମହିଳା ସଶକ୍ତିକରଣର କଥାବାର୍ତ୍ତା କେବଳ କାଗଜରେ ରହିବ ନାହିଁ। କଂଗ୍ରେସ ଦଳ ଦେଶକୁ ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଦେଇଛି ବୋଲି ସେ କହିଛନ୍ତି।
ମହିଳାମାନଙ୍କ ପାଇଁ ବଡ ପ୍ରତିଶ୍ରୁତି ଦେଇଥିବାବେଳେ ପ୍ରିୟଙ୍କା ଗାନ୍ଧୀ କହିଛନ୍ତି ଯେ, ଯଦି କଂଗ୍ରେସ ସରକାର ଗଠନ ହୁଏ ତେବେ ୮ ଲକ୍ଷ ମହିଳାଙ୍କୁ ୟୁପିରେ ନିଯୁକ୍ତି ଦିଆଯିବ। ମହିଳାମାନେ ମନରେଗାରେ ପ୍ରାଥମିକତା ପାଇବେ। ସରକାରୀ ପଦବୀରେ ୪୦ ପ୍ରତିଶତ ମହିଳା ନିଯୁକ୍ତି ପାଇବେ। ମହିଳାମାନଙ୍କ ପାଇଁ ୧୦ଟି ଆବାସିକ କ୍ରୀଡା ଏକାଡେମୀ, ବାଳିକାମାନଙ୍କ ପାଇଁ ସା ବିଦ୍ୟାଳୟ ଖୋଲାଯିବ। ପ୍ରିୟଙ୍କା ମହିଳାମାନଙ୍କ ପାଇଁ ମାଗଣା ବସ ସେବା, ମହିଳାଙ୍କୁ ଶସ୍ତା ରୁଣ, ୨୫ଟି ସହରରେ କାର୍ଯ୍ୟରତ ମହିଳାଙ୍କ ପାଇଁ ହଷ୍ଟେଲ, ୧ ହଜାର ସମ୍ମାନଜନକ, ୫୦ ପ୍ରତିଶତ ରାସନ ଦୋକାନ ମହିଳାମାନଙ୍କ ଦ୍ୱାରା ପରିଚାଳିତ ହେବ। ସେହିପରି ସ୍ନାତକୋତ୍ତରରେ ନାମ ଲେଖାଇଥିବା ଛାତ୍ରୀମାନେ ସ୍କୁଟି ପାଇବେ। ମହିଳାମାନେ ପ୍ରତିବର୍ଷ ମାଗଣାରେ ତିନୋଟି ଗ୍ୟାସ ସିଲିଣ୍ଡର ପାଇବେ। ପ୍ରତ୍ୟେକ ଝିଅ ପିଲାଙ୍କ ପାଇଁ ଏକ ଏଫ୍‌ଡି ପ୍ରସ୍ତୁତ କରାଯିବ। ପୋଲିସ ଫୋର୍ସରେ ୨୫% ମହିଳାଙ୍କୁ ଚାକିରି ଦେବାକୁ ପ୍ରିୟଙ୍କା ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri