ବର୍ଷା ହେଲେ ବଢୁଛି ଭୟ

ଢେଙ୍କାନାଳ ଅଫିସ, ୨୫।୫ ଢେଙ୍କାନାଳ ସହରରେ ଜଳ ନିଷ୍କାସନ ବ୍ୟବସ୍ଥା ସ୍ଥାଣୁ ପାଲଟିଛି। ସାମାନ୍ୟ ବର୍ଷା ହେଲେ ସହର ତଳି ଅଞ୍ଚଳରେ ଥିବା ଘରେ ପାଣି ପଶୁଛି। ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ୱେ ପୌର ପ୍ରଶାସନ ଏହାର ସମାଧାନ କରାଯାଉନାହିଁ। ଆଗକୁ ମୌସୁମୀ ଆସୁଥିବାରୁ ପରିସ୍ଥିତି ଜଟିଳ ହେବା ଆଶଙ୍କା ରହିଛି। ଏହାକୁ ନେଇ କ୍ଷୋଭ ବ୍ୟକ୍ତ କରିଛି ଜିଲା ସକ୍ରିୟ ନାଗରିକ ପରିଷଦ।
୧୯୫୦ରେ ଗଠିତ ଢେଙ୍କାନାଳ ପୌରସଂସ୍ଥାରେ ଜନସଂଖ୍ୟା ୧ଲକ୍ଷ ଟପିଲାଣି। ସହରରେ ଜନବସତି ସଂଖ୍ୟା ବୃଦ୍ଧି ପାଇଥିବାବେଳେ ସୁଚିନ୍ତିତ ଜଳ ନିଷ୍କାସନ ବ୍ୟବସ୍ଥା ହୋଇନାହିଁ। ସମନ୍ବିତ ଜଳ ନିଷ୍କାସନ ଯୋଜନା ଅଭାବରୁ ସାମାନ୍ୟ ବର୍ଷରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେଉଛି। ସହର ଉନ୍ନତୀକରଣ ପାଇଁ ବାରମ୍ବାର ବୈଠକ ବସୁଥିଲେ ଏଭଳି ମୌଳିକ ସମସ୍ୟାର ସମାଧାନର ବାଟ ବାହାରିପାରୁନାହିଁ। କେବଳ ଠିକାଦାରଙ୍କୁ ପୋଷିବା ପାଇଁ ଡ୍ରେନ୍‌ କାର୍ଯ୍ୟ କରାଯାଉଥିବା ଅଭିଯୋଗ ହେଉଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଭୋର୍‌ ସମୟରେ ହୋଇଥିବା ପ୍ରବଳ ବର୍ଷାରେ ବହୁ ଲୋକଙ୍କ ଘରେ ନର୍ଦ୍ଦମା ପାଣି ପଶିଯାଇଥିଲା। ସୂଚନାଯୋଗ୍ୟ, ୪-୫ଦିନ ତଳେ ପାରାଡାଇଜ ଗଳିରେ ଗୋଟିଏ ପଟରେ ନର୍ଦ୍ଦମା ପୁନରୁଦ୍ଧାର କରାଯାଇଛି। ନାଳରୁ ବାହାରିଥିବା ମାଟି ରାସ୍ତାକଡ଼ରେ ଜମା କରି ରଖାଯାଇଛି। ତେଣୁ ବର୍ଷା ପାଣି ନିଷ୍କାସନ ବାଧାପ୍ରାପ୍ତ ହୋଇ ଲୋକଙ୍କ ଘରେ ପଶିଯାଇଥିବା ଜଣାପଡ଼ିଛି। ବର୍ଷା ପୂର୍ବରୁ ଯୁଦ୍ଧକାଳୀନ ଭିତ୍ତିରେ ନର୍ଦ୍ଦମା ସଫେଇ ସହ ଜଳ ନିଷ୍କାସନର ଉପଯୁକ୍ତ ବ୍ୟବସ୍ଥା କରିବାକୁ ଦାବି ହେଉଛି।
ଏ ସଂକ୍ରାନ୍ତରେ ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ କୁହନ୍ତି, ନାଳ ନର୍ଦ୍ଦମା ସଫେଇ କାମ ଚାଲିଛି। ସମସ୍ୟା ରହିଥିବା ସ୍ଥାନ ପରିଦର୍ଶନ କରାଯିବା ପରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri