ବର୍ଷା ଆସିଲେ ଦାଣ୍ଡରେ ହୁଡ଼ା

ପରଜଙ୍ଗ, ୧୭।୭(ନିଗମାନନ୍ଦ ଦଳବେହେରା): ଆଷାଢ଼ ଆସିଲେ ଚିନ୍ତା ବଢ଼େ। ବର୍ଷାପାଣି ଯେପରି ଘରେ ନ ପଶିବ, ସେଥିଲାଗି ସଜାଗ ହୋଇଯାଆନ୍ତି ଗାଁ ଲୋକେ। ଏଥିଲାଗି ଘର ସମ୍ମୁଖ ଦାଣ୍ଡରେ ମାଟିରେ ହୁଡ଼ା ବାନ୍ଧନ୍ତି। ପଞ୍ଚାୟତ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀଙ୍କ ଅବହେଳା ଯୋଗୁ ବର୍ଷ ବର୍ଷ ଧରି ଏଭଳି ଜଳବନ୍ଦୀ ସମସ୍ୟା ଭୋଗୁଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଲଦା ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମଣବେଡ଼ିଆ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ପରିବାର।
ଅଭିଯୋଗ ଅନୁଯାୟୀ, ଗ୍ରାମରେ ୭୦ରୁ ଊଦ୍ଧର୍‌ବ ପରିବାର ବାସ କରନ୍ତି। ତେବେ ଗାଁ ଚୌପାଢ଼ିରେ ରହୁଥିବା ୩୦ ପରିବାରର ବର୍ଷା ଆସିଲେ ଦୁଃଖ ବଢ଼ିଯାଉଛି। ଗତ ଦୁଇଦିନ ହେଲା ଗ୍ରାମବାସୀଙ୍କ ଉପରେ ଦାଉସାଧୁଛି ଲଘୁଚାପଜନିତ ଲଗାଣବର୍ଷା। ଜଳ ନିଷ୍କାସନ ହୋଇପାରୁ ନ ଥିବାରୁ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗାଁଦାଣ୍ଡ ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯାଇଛି। କାଳେ ଘରେ ପାଣି ପଶିଯିବ, ସେଥିଲାଗି ସମ୍ପୃକ୍ତ ପରିବାର ଘର ଆଗରେ ହୁଡ଼ା ବାନ୍ଧିଛନ୍ତି। ବିଭିନ୍ନ ସରକାରୀ ଯୋଜନାରେ ଅଜସ୍ର ଅର୍ଥ ବ୍ୟୟ କରାଯାଉଥିବାବେଳେ ଅଦ୍ୟାବଧି ଗାଁକୁ ସବୁଦିନିଆ ରାସ୍ତା ହୋଇପାରିନାହିଁ। ଅପେକ୍ଷାକୃତ ଖାଲୁଆ ଅଞ୍ଚଳରେ ରହୁଥିବା ସମ୍ପୃକ୍ତ ପରିବାର ପାଇଁ ଡ୍ରେନ୍‌ ସ୍ବପ୍ନ ପାଲଟିଛି। ଫଳରେ ପାଣି ଜମି ରହି ସଂକ୍ରାମକ ରୋଗ ବ୍ୟାପିବା ଆଶଙ୍କା ଦେଖାଦେଇଛି। ପୂର୍ବରୁ କୁଆଳୋ ପଞ୍ଚାୟତରେ ଥିବା ବ୍ରାହ୍ମଣବେଡିଆକୁ କଲଦା ପଞ୍ଚାୟତରେ ଅନ୍ତର୍ଭୁକ୍ତ କରାଯାଇଛି। ବାରମ୍ବାର ପଞ୍ଚାୟତ ଠିକଣା ବଦଳୁଥିଲେ ମଧ୍ୟ ଗ୍ରାମବାସୀଙ୍କ ଭାଗ୍ୟ ବଦଳି ନ ପାରିବା ପରିତାପର ବିଷୟ ବୋଲି ସେମାନେ ଅଭିଯୋଗ କରିଛନ୍ତି। ଗ୍ରାମରେ ସ୍ଥାୟୀ ଭାବେ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ସାଧାରଣରେ ଦାବି ହୋଇଛି।
ସମସ୍ୟା ସମ୍ପର୍କରେ ସରପଞ୍ଚ ପ୍ରକାଶ ଚନ୍ଦ୍ର ବେହେରା କୁହନ୍ତି, ପଞ୍ଚାୟତରେ ପାଣ୍ଠି ନ ଥିବାରୁ ରାସ୍ତା ମରାମତି କରାଯାଇପାରୁନାହିଁ। ଫଳରେ ବର୍ଷା ହେବା ମାତ୍ରେ ପାଣି ଜମି ରହୁଛି। ଏ ବିଷୟରେ ସେ ବିଡିଓଙ୍କ ସହ ଆଲୋଚନା କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri