Posted inଖେଳ

କ’ଣ ଆଇସିସିର ଆଗାମୀ ଅଧ୍ୟକ୍ଷ ହେବେ ଜୟ ଶାହା? ଜାଣନ୍ତୁ କେବେ, କେଉଁଠାରେ ହେବ ନିଷ୍ପତ୍ତି… 

ନୂଆଦିଲ୍ଲୀ,୧୮।୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ପକ୍ଷରୁ ଶୁକ୍ରବାର କଲମ୍ବୋରେ ହେବାକୁ ଥିବା ୪ ଦିନିଆ ବାର୍ଷିକ ସମ୍ମିଳନୀରେ ଅଧ୍ୟକ୍ଷ ପଦକୁ ନେଇ ଚର୍ଚ୍ଚା ହୋଇପାରେ। ନ୍ୟୁଜଲ୍ୟାଣର ଗ୍ରେଗ୍‌ ଓ୍ବାର୍କଲେଙ୍କ ପରେ ବିସିସିଆଇ ସଚିବ ଜୟ ଶାହାଙ୍କ ଏହି ଦାୟିତ୍ୱ ତୁଲାଇବେ ବୋଲି କୁହାଯାଉଥିବା ଯୋଗୁ ତାହା ଉପରେ ସମସ୍ତଙ୍କ ନଜର ରହିବ।
ଶୁକ୍ରବାର ବୋର୍ଡ ବୈଠକରେ ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ର ଆୟୋଜନ କରି ଆମେରିକାକୁ ୨ କୋଟି ଆମେରୀକୀୟ ଡଲାର କ୍ଷତି ହେବା ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ବୋର୍ଡ ପକ୍ଷରୁ ‘କାର୍ଯ୍ୟକ୍ରମ ପରର ରିପୋର୍ଟ’ ଭାବେ ଏହା ଉପରେ ଚର୍ଚ୍ଚା ହେବ। ଏହାଛଡ଼ା ଆଇସିସିର ସଦସ୍ୟତା, ମିଳିତ ସଦସ୍ୟଙ୍କ ବୈଠକ ରିପୋର୍ଟ ଏବଂ ଆଇସିସି ବିକାଶ ପୁରସ୍କାର ଲାଗି ପ୍ରସ୍ତୁତି ଉପରେ ଆଲୋଚନା କରାଯିବ। ଅନ୍ୟ ମହତ୍ୱପୂର୍ଣ୍ଣ ପ୍ରସଙ୍ଗ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ଲାଗି ଭାରତ ପାକିସ୍ତାନ ନ ଯିବା ଥିଲେ ହେଁ ସେ ନେଇ ଆଲୋଚନା ହୋଇ ନ ପାରେ।
ଏକ ରିପୋର୍ଟରେ କୁହାଯାଇଛି ଯେ, ବିସିସିଆଇ ସଚିବ ଭାବେ ଜୟ ଶାହାଙ୍କ ପାଖରେ ଆଉ ବର୍ଷଟିଏ ରହିଛି। ଏହାପରେ ସମ୍ବିଧାନ ଅନୁଯାୟୀ ଭାରତୀୟ ବୋର୍ଡରେ ତାଙ୍କ ବ୍ରେକ୍‌(କୁଲିଂ ଅଫ୍‌ ପିରିୟଡ଼) ୨୦୨୫ରୁ ଆରମ୍ଭ ହେବ। ଯଦି ସେ ୨୦୨୫ରୁ ପଦ ସମ୍ଭାଳିବା ଚାହାନ୍ତି ତେବେ ଓ୍ବାର୍କଲେ ଡିସେମ୍ବର ୨୦୨୪ରୁ ଡିସେମ୍ବର ୨୦୨୬ ଯାଏ ନିଜର ତୃତୀୟ କାର୍ଯ୍ୟକାଳ  ପୂରଣ କରିପାରିବେ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri