Posted inଖେଳ

କୋହଲି ଫେରିବା ପରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହେବ: ଚାପେଲ

ସିଡ୍‌ନୀ,୨୩।୧୧(ପି.ଟି.): ପିତୃତ୍ୱ ଛୁଟିରେ ଭାରତୀୟ ଅଧିନାୟକ ବିରାଟ କୋହଲି ପ୍ରଥମ ଟେଷ୍ଟ ଖେଳି ସ୍ବଦେଶ ଫେରିବା ପରେ ଭାରତୀୟ ବ୍ୟାଟିଂ ଲାଇନ୍‌ଅପ୍‌ରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହେବ ବୋଲି କିମ୍ବଦନ୍ତୀ ଅଷ୍ଟ୍ରେଲୀୟ କ୍ରିକେଟର ଇଆନ ଚାପେଲ କହିଛନ୍ତି। ଏହାପରେ ଭାରତ ପାଇଁ ଦଳ ଚୟନ କରିବା ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହେବ। ତେବେ ଦଳ ଚୟନ ଉପରେ ସିରିଜର ଭାଗ୍ୟ ତଥା ଫଳାଫଳ ନିର୍ଭର କରିବ ବୋଲି ସେ ସ୍ପଷ୍ଟ କରିଛନ୍ତି।
ଆଡିଲେଡ୍‌ରେ ଡିସେମ୍ବର ୧୭ରୁ ୨୧ ତାରିଖରେ ପ୍ରଥମ ଟେଷ୍ଟ ଖେଳାଯିବ। ଏହି ଟେଷ୍ଟ ଖେଳିବା ପରେ କୋହଲି ପ୍ରଥମ ସନ୍ତାନର ପିତା ହେବା ପାଇଁ ଭାରତ ପ୍ରତ୍ୟାବର୍ତ୍ତନ କରିବେ। ଫଳରେ ନିଜର ପ୍ରତିଭା ପ୍ରଦର୍ଶନ ପାଇଁ ଯୁବ ବ୍ୟାଟ୍ସମ୍ୟାନମାନଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ ସୃଷ୍ଟି ହେବ ବୋଲି ଚାପେଲ ଇଏସ୍‌ପିଏନ୍‌ରେ ପ୍ରକାଶିତ ତାଙ୍କ ସ୍ତମ୍ଭରେ ଉଲ୍ଲେଖ କରିଛନ୍ତି।
କରୋନା କାଳରେ ପ୍ରସ୍ତୁତି ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଆୟୋଜକ ଅଷ୍ଟ୍ରେଲିଆ ତୁଳନାରେ ଭାରତ ପାଦେ ଆଗରେ ରହିବ ବୋଲି ଚାପେଲ ପୂର୍ବାନୁମାନ କରିଛନ୍ତି। ଗତ ବର୍ଷ ଭାରତ ଘରୋଇ ଅଷ୍ଟ୍ରେଲିଆକୁ ୨-୧ରେ ଟେଷ୍ଟ ସିରିଜରେ ହରାଇଥିଲା। ଏଥିସହ ଅଷ୍ଟ୍ରେଲିଆ ମାଟିରେ ପ୍ରଥମ ଟେଷ୍ଟ ସିରିଜ ଜିତି ଭାରତ ଇତିହାସ ସୃଷ୍ଟି କରିଥିଲା। ଏହି ବିଜୟୀରୁ ଭାରତୀୟ ଦଳ ପ୍ରେରଣା ହାସଲ କରି ଭଲ ପ୍ରଦର୍ଶନ କରିବାକୁ ପ୍ରୟାସ କରିବ। ଅଷ୍ଟ୍ରେଲିଆରେ ବେଶ୍‌ କିଛି ଦିନ ରହି ଭାରତୀୟ ଖେଳାଳି ପରିବେଶ ସହ ଖାପ୍‌ ଖୁଆଇବାର ସୁଯୋଗ ହାସଲ କରିବ। ଅଷ୍ଟ୍ରେଲୀୟ ଚୟନକର୍ତ୍ତାମାନେ ଏକ ଶ୍ରେଷ୍ଠ ଦଳ ଚୟନ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। ନଭେମ୍ବର ୧୩ ତାରିଖରେ ଏଠାରେ ପହଞ୍ଚିବା ପରେ ଭାରତୀୟ ଦଳ ସିଡ୍‌ନୀରେ ଦୁଇ ସପ୍ତାହ ଧରି କ୍ୱାରାଣ୍ଟାଇନରେ ରହିବ। ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ ଭାରତ ଓ ଅଷ୍ଟ୍ରେଲିଆ ୩ଟି ଲେଖାଏ ଦିନିକିଆ ଓ ଟି୨୦ ମ୍ୟାଚ୍‌ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri