Posted inଖେଳ

ବାଉନ୍ସର ପକାଇ ଇଂଲଣ୍ଡ ବ୍ୟାଟ୍ସମ୍ୟାନ୍‌ଙ୍କ ନାକ ହାଡ଼ ଭାଙ୍ଗିଥିଲେ ଏହି ବୋଲର୍‌, ଉଇକେଟ ବି ନେଇ କରିଥିଲେ…

ନୂଆଦିଲ୍ଲୀ,୧୮।୨: କ୍ରିକେଟ ମଇଦାନରେ ଅନେକ ଅବିସ୍ମରଣୀୟ ଘଟଣା ଦେଖିବାକୁ ମିଳିଥାଏ। ସେଥିରୁ ଗୋଟିଏ ହେଉଛି ୧୯୮୬ ଫେବୃୟାରୀ ୧୮ ତାରିଖରେ ଖେଳାଯାଇଥିବା ଏକ ମ୍ୟାଚ୍‌ର ଘଟଣା। ସେତେବେଳେ ଇଂଲଣ୍ଡ ଟିମ୍‌ ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରେ ଥିଲା। ଏହି ସମୟରେ ଓ୍ବେଷ୍ଟଇଣ୍ଡିଜ୍‌ ଦଳରେ ଏକକୁ ବଳି ଆରେକ ବୋଲର୍‌ ଥିଲେ। ଏହି ଗସ୍ତର ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଇଂଲଣ୍ଡ ଟିମ୍‌ ପ୍ରଥମେ ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଥିଲା। ହେଲେ ଏହି ପାଳିରେ ଇଂଲଣ୍ଡର ପୂର୍ବ ଅଭିଜ୍ଞ ବ୍ୟାଟ୍ସମ୍ୟାନ୍‌ ମାଇକ୍‌ ଗେଟିଂ ଏକ ଭୟଙ୍କର ଦୁର୍ଘଟଣାର ଶିକାର ହୋଇଥିଲେ।

ମାଇକ୍‌ ଚତୁର୍ଥ ସ୍ଥାନରେ ବ୍ୟାଟିଂ କରିବାକୁ ଆସିଥିଲେ। ହେଲେ ତାଙ୍କୁ ସଂଘର୍ଷ କରିବାକୁ ପଡ଼ିଥିଲା। ଓ୍ବେଷ୍ଟଇଣ୍ଡିଜ୍‌ ବୋଲରଙ୍କ ବଲ୍‌ରେ ଗୋଟିଏ ରନ୍‌ ନେବା କଷ୍ଟକର ହୋଇପଡ଼ୁଥିଲା। ୩୬ ବଲ୍‌ରେ ୧୦ରନ୍‌ କରି ଖେଳୁଥିଲେ ସେ। ଏହି ସମୟରେ ବୋଲର୍‌ ମାଲକମ୍‌ ମାର୍ଶଲ ଏକ ବାଉନ୍ସର ପକାଇଥିଲେ। ଏହି ବଲ୍‌ ଗେଟିଂଙ୍କ ନାକରେ ବାଜିଥିଲା। ହେଲେ ଏହା ଏତେ ଦ୍ରୁତ ବେଗରେ ବାଜିଥିଲା ଯେ ତାଙ୍କ ନାକର ହାଡ଼ ଭାଙ୍ଗି ଯାଇଥିଲା। ଏହାପରେ ବଲ୍‌ଟି ଷ୍ଟମ୍ପରେ ବାଜିଥିଲା। ଫଳରେ ସେ ଉଇକେଟ ହରାଇଥିଲେ। ସେଠାରେ ଉପସ୍ଥିତ ବୋଲର ବଲ୍‌ ଉଠାଇବା ବେଳେ ସେଥିରେ ନାକ ହାଡ଼ର ଏକ ଅଂଶ ଲାଗିଥିବା ଦେଖିଥିଲେ। ଏହା ସେଠାରେ ଉପସ୍ଥିତ ଅନେକଙ୍କୁ ଚକିତ କରିଥିଲା।

ତେବେ ଉକ୍ତ ମ୍ୟାଚ୍‌ରେ ମାଲକମ୍‌ ବ୍ୟାଟ୍ସମ୍ୟାନ୍‌ଙ୍କ ପାଇଁ ଦୁଃସ୍ବପ୍ନ ପାଲଟିଥିଲେ। ସେ ୧୦ ଓଭରରେ ଗୋଟିଏ ମେଡେନ୍‌ ସହ ୨୩ ରନ୍‌ ଦେଇ ୪ ଉଇକେଟ ନେଇଥିଲେ। ତାଙ୍କ ଯୋଗୁ ଇଂଲଣ୍ଡ ଟିମ୍‌ ୪୬ ଓଭରରେ ୮ ଉଇକେଟ ହରାଇ ୧୪୫ ରନ୍‌ କରିପାରିଥିଲା। ଜବାବରେ ଓ୍ବେଷ୍ଟଇଣ୍ଡିଜ ଦଳ ୪୩.୫ ସଭରରେ ୪ ଉଇକେଟ ହରାଇ ସହଜ ବିଜୟ ହାସଲ କରିଥିଲେ। ଏଥିରେ ମାଲକମ୍ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri