Posted inଜାତୀୟ

ଓମ ବିର୍ଲାଙ୍କୁ ନେଇ ଯେତେବେଳେ ବାଚସ୍ପତି ଆସନ ପାଖରେ ପହଞ୍ଚିଲେ ମୋଦି-ରାହୁଲ, ପୋଡିୟମ ଉପରେ ହେଲା ଏମିତି କିଛି…

ନୂଆଦିଲ୍ଲୀ,୨୬।୬: ଲୋକ ସଭା ବାଚସ୍ପତି ପଦବୀକୁ ନେଇ ସରକାର ଓ ବିରୋଧୀଙ୍କ ମଧ୍ୟରେ ଚାଲିଥିବା ବିବାଦରେ ଆଜି ପୂର୍ଣ୍ଣଚ୍ଛେଦ ପଡିଛି। ଭାଜପା ଏମପି ଓମ ବିର୍ଲା ୧୮ତମ ଲୋକ ସଭାର ବାଚସ୍ପତି ଭାବରେ ନିର୍ବାଚିତ ହୋଇଛନ୍ତି। ତାଙ୍କ ବିରୋଧରେ କେ ସୁରେଶଙ୍କୁ ପ୍ରାର୍ଥୀ କରାଯାଇଥିଲା। ବିର୍ଲା ବାଚସ୍ପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିରୋଧୀ ଦଳ ନେତା ରାହୁଲ ଦୁହେଁ ଏକାଠି ମିଶି ତାଙ୍କୁ ବାଚସ୍ପତି ଆସନ ପାଖକୁ ନେଇଥିଲେ।

ଏହାପୂର୍ବରୁ ବୁଧବାର ମୋଦ ଲୋକ ସଭାରେ ଓମ ବିର୍ଲାଙ୍କୁ ଲୋୟର ହାଉସର ବାଚସ୍ପତି ଭାବରେ ଚୟନ କରିବାକୁ ଏକ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ତାଙ୍କ ପରେ ଲଲାନ ସିଂ, ଜିତନ ରାମ ମଝୀ, ଅମିତ ଶାହା, ଚିରାଗ ପାସୱାନ, ଏଚଡି କୁମାରସ୍ବାମୀ ଏବଂ କିଞ୍ଜାରାପୁ ରାମ ମୋହନ ନାଇଡୁ ମଧ୍ୟ ଓମ ବିର୍ଲାଙ୍କୁ ଲୋୟର ହାଉସର ବାଚସ୍ପତି ଭାବରେ ଚୟନ କରିବାକୁ ଏକ ପ୍ରସ୍ତାବ ଉପସ୍ଥାପନ କରିଥିଲେ।

ଏହାପରେ ଭାଜପା ଏମପି ଓମ ବିର୍ଲା ୧୮ତମ ଲୋକ ସଭାର ବାଚସ୍ପତି ଭାବରେ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ତାଙ୍କୁ ବାଚସ୍ପତିଙ୍କ ଚେୟାରକୁ ନେଇଥିଲେ। ଏହି ସମୟରେ ପୁରା ଗୃହ କରତାଳିରେ କମ୍ପିବାକୁ ଲାଗିଲା। ଚେୟାର ପାଖକୁ ଯିବା ପୂର୍ବରୁ ଆଗରେ ମୋଦି ଏବଂ ପଛପଛେ ରାହୁଲ ଚାଲୁଥିଲେ। ଲୋକ ସଭା ଅଧିବେଶନର ସ୍ବତନ୍ତ୍ର ଅଧିବେଶନରେ ଏକ ଚମତ୍କାର ଦୃଶ୍ୟ ଦେଖିବାକୁ ମିଳିଥିଲା। ଦୁହେଁ ଆଗ ପଛ ହୋଇ ପହଞ୍ଚିବା ପରେ ବାଚସ୍ପତି ଆସନରେ ଓମ ବିର୍ଲାଙ୍କୁ ଶୁଚ୍ଛୋ ଜଣାଇଥିଲେ। ପ୍ରତିଟି ପ୍ରସଙ୍ଗରେ ମୁହାଁମୁହିଁ ହେଉଥିବା ଦୁଇ ଶକ୍ତିଶାଳୀ ନେତାଙ୍କୁ ଏକାଠି ଗୋଟିଏ ମଞ୍ଚରେ ଦେଖିବାକୁ ମିଳିଥିଲା। କହିବାକୁ ଗଲେ, ଏହା ତ ଆରମ୍ଭ ମାତ୍ର। ଅର୍ଥାତ୍‌ ବିରୋଧୀ ଦଳ ନେତା ଭାବେ ଏବେ ରାହୁଲ ସରକାରଙ୍କ ପ୍ରତିଟି ନିଷ୍ପତ୍ତିରେ ଉପସ୍ଥିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri