ଶାହାରୁଖ୍‌ ଖାନ୍‌ଙ୍କୁ ଚୁପ୍‌ କରିଦେଇଥିଲେ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ: ଜାଣନ୍ତୁ କିପରି…

କରୋନା ମହାମାରୀ ସମୟରେ ବଲିଉଡ୍‌ କଳାକାରଙ୍କ ଅନେକ କାହାଣୀ, ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାରି ମଧ୍ୟରେ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ଏବଂ ଶାହାରୁଖ୍‌ ଖାନ୍‌ଙ୍କ ଏକ ଭିଡିଓ ଏବଂ ଫଟୋ ମଧ୍ୟ ଭାଇରାଲ ହେଉଛି। ଏହି କାହାଣୀ ଅନନ୍ତ ଅମ୍ବାନୀଙ୍କ ପ୍ରଥମ ରୋଜଗାର ଉପରେ ଆଧାରିତ।
ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀ ଭାରତର ସବୁଠାରୁ ଧନୀ ବ୍ୟବସାୟୀ। ସେମାନଙ୍କର ୩ ପିଲା ଝିଅ ଈଶା, ୨ ପୁଅ ଆକାଶ(ବଡ) ଏବଂ ସାନ ପୁଅ ଅନନ୍ତ ଅଛନ୍ତି। ଅନନ୍ତ ବାପା ମୁକେଶଙ୍କ ପରି ସରଜ ଜୀବନଯାପନ କରିବାକୁ ଭଲପାଆନ୍ତି। ଏକଦା ଅନନ୍ତ କଥାରେ କଥାରେ ଶାହାରୁଖ୍‌ଙ୍କୁ ଚୁପ୍‌ କରାଇଦେଇଥିଲେ।
୨୦୧୭ରେ ରିଲାଏନ୍ସକୁ ୪୦ ବର୍ଷ ପୂରଣ ହେବା ଅବସରରେ ଗୁରୁରାଟର ଜାମନଗରରେ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମର ହୋଷ୍ଟ ଦାୟିତ୍ୱରେ ଥିଲେ ଶାହାରୁଖ୍‌ ଖାନ୍‌। ଏହି ଅବସରରେ ଶାହାରୁଖ୍‌ ମୁକେଶଙ୍କ ୩ ପିଲାଙ୍କ ସହ କଥାବାର୍ତ୍ତା କରିବା ସହ ନୃତ୍ୟ ମଧ୍ୟ କରିଥିଲେ। ଅନନ୍ତଙ୍କ ସହ କଥାହେବା ଅବସରରେ ଶାହାରୁଖ୍‌ କହିଥିଲେ ଯେ, ତାଙ୍କର ପ୍ରଥମ ଦରମା ୫୦ ଟଙ୍କା ଥିଲା। ଏହି ପ୍ରଥମ ଦରମାରେ ସେ ତାଜ୍‌ମହଲ ବୁଲିବାକୁ ଯାଇଥିଲେ। ନିଜର ପ୍ରଥମ ଦରମା ବିଷୟରେ କହିସାରିବା ପରେ ଶାହାରୁଖ୍‌ ଅନନ୍ତଙ୍କୁ ତାଙ୍କର ପ୍ରଥମ ଦରମା ବିଷୟରେ ପ୍ରଶ୍ନ କରିଥିଲେ। ଉତ୍ତରରେ ଅନନ୍ତ କହିଥିଲେ ଯେ, ଯଦି ମୁଁ ମୋର ପ୍ରଥମ ଦରମା କହିବି ତେବେ ଆପଣ ଲଜ୍ଜିତ ହୋଇଯିବେ। ଅନନ୍ତଙ୍କ ମୁହଁରୁ ଏହା ଶୁଣିବା ପରେ ଶାହାରୁଖ୍‌ ପୁରା ଚୁପ୍‌ ହୋଇଯାଇଥିଲେ। ଏକଥା ଶୁଣି ସେଠାରେ ଉପସ୍ଥିତ ସମସ୍ତେ ହସିବାକୁ ମଧ୍ୟ ଲାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri