କରୀନା କପୁରଙ୍କୁ ଅହଂକାରୀ କହିଲେ ନାରାୟଣ ମୂର୍ତ୍ତି

ଇନଫୋସିସର ସହପ୍ରତିଷ୍ଠାତା ନାରାୟଣ ମୂର୍ତ୍ତିଙ୍କ ଏକ ପୁରୁଣା ଭିଡିଓ ଆଜିକାଲି ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ସେ ବଲିଉଡ ଅଭିନେତ୍ରୀ କରୀନା କପୁର ଖାନଙ୍କୁ ଅହଂକାରୀ ବୋଲି କହିଛନ୍ତି।
ନାରାୟଣ ମୂର୍ତ୍ତି ତାଙ୍କ ପତ୍ନୀ ସୁଧାଙ୍କ ସହ ମୁଖ୍ୟ ଅତିଥି ଭାବରେ ଆଇଆଇଟି କାନପୁରରେ ପହଞ୍ଚିଥିଲେ। ଏହି ସମୟରେ ନାରାୟଣ କହିଥିଲେ, ଦିନେ ମୁଁ ଲଣ୍ଡନରୁ ଆସୁଥିଲି ଏବଂ କରୀନା କପୁର ମୋ ପାଖରେ ଥିବା ସିଟରେ ବସିଥିଲେ। ଅନେକ ଲୋକ ତାଙ୍କ ପାଖକୁ ଆସି ହେଲୋ କଲେ। କିନ୍ତୁ କରୀନା ସେମାନଙ୍କୁ ଉତ୍ତର ମଧ୍ୟ ଦେଲେ ନାହିଁ। ମୁଁ ଟିକିଏ ଆଶ୍ଚର୍ଯ୍ୟ ହୋଇଗଲ। ଯିଏ ମୋ ପାଖକୁ ଆସିଲା, ମୁଁ ଠିଆ ହେଲି ଏବଂ ଆମେ ଏକ ମିନିଟ କିମ୍ବା ଅଧ ମିନିଟ ପାଇଁ ଆଲୋଚନା କଲୁ। ତାହା ହିଁ ସେମାନେ ଆଶା କରୁଥିଲେ। କରୀନାଙ୍କ ଅହଙ୍କାର ଦେଖି ମୁଁ ଆଶ୍ଚର୍ଯ୍ୟ ହୋଇଯାଇଥିଲି।
ଏହି ସମୟରେ ସୁଧା ମୂର୍ତ୍ତି ସ୍ବାମୀଙ୍କୁ ଅଟକାଇ କହିଥିଲେ, କରିନାଙ୍କର ଲକ୍ଷ ଲକ୍ଷ ପ୍ରଶଂସକ ଅଛନ୍ତି। ସେ ନିଶ୍ଚୟ ଥକି ଯାଇଥିବେ। ଏକ ସଫ୍ଟୱେର୍‌ କମ୍ପାନୀର ମାଲିକ ଭାବରେ ମୁର୍ତ୍ତୀଙ୍କର ୧୦,୦୦୦ ଫଲୋଅର୍ସ ଥିବେ କିନ୍ତୁ ଜଣେ ଚଳଚ୍ଚିତ୍ର ଅଭିନେତ୍ରୀଙ୍କର ଲକ୍ଷ ଲକ୍ଷ ଫଲୋଅର୍ସ ଥିବେ। ସୁଧାଙ୍କ ଏହି କଥାରେ ସେଠାରେ ଉପସ୍ଥିତ ଛାତ୍ରୀଛାତ୍ରମାନେ ହସିଥିଲେ ଏବଂ କରତାଳି ଦେଇଥିଲେ। ଏହା ସତ୍ତ୍ୱେ ନାରାୟଣ ମୂର୍ତ୍ତି ନିଜର ମତ ବଦଳାଇ ନ ଥିଲେ। ସେ କହିଥିଲେ, ଯଦି ଯଦି ଭଲ ପାଇବା ଦେଖାଉଛି, ତାକୁ ମଧ୍ୟ ଭଲ ପାଇବା ମିଳିବା ଆବଶ୍ୟକ। ମୁଁ ଭାବୁଛି ଏହା ବହୁତ ଗୁରୁତ୍ୱପୂର୍ଣ୍ଣ।
କରୀନା କପୁର ୨୩ ବର୍ଷ ଧରି ବଲିଉଡରେ ସକ୍ରିୟ ଅଛନ୍ତି। ତାଙ୍କୁ ଜଣେ ସଫଳ ବଲିଉଡ ଅଭିନେତ୍ରୀ ଭାବେ ବିବେଚନା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri