Posted inଜାତୀୟ

ଅଭିନେତା ରାକେଶ ରୋଶନଙ୍କୁ ଦେଶର ପ୍ରଥମ ମହାକାଶଚାରୀ କହିଦେଲେ ମମତା ବାନାର୍ଜୀ

କୋଲକତା,୨୪।୮: ଭାରତର ତୃତୀୟ ମୁନ୍‌ ମିଶନ୍‌ ଚନ୍ଦ୍ରୟାନ-୩କୁ ମିଳିଛି ବିରଳ ସଫଳତା। ଚନ୍ଦ୍ରର ସାଉଥ୍‌ ପୋଲ୍‌ରେ ଚନ୍ଦ୍ରୟାନ-୩ ସଫ୍ଟ ଲ୍ୟାଣ୍ଡିଂ କରିବାରେ ସଫଳ ହେବା ସହ ୧୪୦ କୋଟି ଭାରତୀୟଙ୍କ ହୃଦୟରେ ଖୁସିର ଲହରି ଖେଳିଯାଇଛି। ଏହି ଖୁସିଲେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ଭୁଲ କରିଦେଇଛନ୍ତି। ଚନ୍ଦ୍ରୟାନ-୩ ଲ୍ୟାଣ୍ଡର୍‌ ଚନ୍ଦ୍ରରେ ପହଞ୍ଚିବାର କିଛି ସମୟ ପୂର୍ବରୁ କୋଲକାତାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ବାନାର୍ଜୀ ଭୁଲରେ ଭାରତର ପ୍ରଥମ ମହାକାଶଚାରୀ ରାକେଶ ଶର୍ମାଙ୍କ ବଦଳରେ ବଲିଉଡ ଅଭିନେତା-ଚଳଚ୍ଚିତ୍ର ନିର୍ମାତା ରାକେଶ ରୋଶନଙ୍କ ବିଷୟରେ ଉଲ୍ଲେଖ କରିଥିଲେ। ଯାହା ପରେ ସୋସିଆଲ ମିଡିଆରେ ଏହି ପ୍ରସଙ୍ଗ ଆଲୋଚନାର ବିଷୟ ପାଲଟିଥିଲା।
ମମତା ବାନାର୍ଜୀ କହିଛନ୍ତି, ପଶ୍ଚିମବଙ୍ଗର ଲୋକଙ୍କ ତରଫରୁ ମୁଁ ଇସ୍ରୋକୁ ମୋର ଆଗୁଆ ଶୁଭେଚ୍ଛା ପଠାଉଛି। ଏହାର ସମସ୍ତ ଶ୍ରେୟ ବୈଜ୍ଞାନିକଙ୍କ ନିକଟକୁ ଯିବା ଉଚିତ, ଦେଶକୁ ଯିବା ଉଚିତ। ରାକେଶ ରୋଶନ ଚନ୍ଦ୍ରରେ ଅବତରଣ କରିବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ସେଠାରୁ ଭାରତ କିପରି ଦେଖାଗଲା ବୋଲି ତାଙ୍କୁ ପଚାରିଥିଲେ। ଆମ ଦେଶ ବିଜ୍ଞାନ ଏବଂ ମହାକାଶ ଅନୁସନ୍ଧାନରେ ଏକ ପଦକ୍ଷେପ ନେଇଛି, ମୁଁ ଏଥିପାଇଁ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।
ଭାରତୀୟ ବାୟୁସେନା ପାଇଲଟ ରାକେଶ ଶର୍ମା ସୋଭିଏତ୍‌ ୟୁନିଅନର ସୋୟୁଜ ଟି -୧୧ ମିଶନର ଏକ ଅଂଶ ଭାବରେ ୧୯୮୪ରେ ମହାକାଶକୁ ଯାତ୍ରା କରିଥିବା ପ୍ରଥମ ଭାରତୀୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri