ସ୍ବାମୀଙ୍କ ମୃତ୍ୟୁ ପରେ ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ କୁହାଯାଉଥିଲା ଡାହାଣୀ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଡ୍ରଗ୍ସ କନେକ୍ସନ ଆସିବା ପରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ୧୪ ଦିନ ଜେଲରେ ଅଛନ୍ତି। ଅନେକ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ ରିୟାଙ୍କୁ ସମର୍ଥନ କରି ଗଣମାଧ୍ୟମର ଭୂମିକା ଉପରେ ପ୍ରଶ୍ନ କରିଛନ୍ତି। ଜଣାଶୁଣା ଗାୟିକ ଚିନ୍ମୟ ଶ୍ରୀପଡା ରିୟାଙ୍କ ମାମଲାକୁ ଭେଟେରାନ ଅଭିନେତ୍ରୀ ରେଖାଙ୍କ ମିଡିଆ ଟ୍ରାଏଲ ସହିତ ତୁଳନା କରିଛନ୍ତି। ଚିନ୍ମୟ ଟୁଇଟରରେ ରେଖାଙ୍କ ଜୀବନୀରୁ କିଛି ଉଦ୍ଧୃତ ଅଂଶ ପୋଷ୍ଟ କରିଛନ୍ତି। ଏଥିରେ ଦର୍ଶାଯାଇଛି ଯେ ରେଖାଙ୍କ ସ୍ବାମୀ ମୁକେଶ ଅଗ୍ରୱାଲ ଆତ୍ମହତ୍ୟା କରିଥିଲେ। ଏହା ପରେ ରେଖାଙ୍କ ଶାଶୁ ଏବଂ ବଲିଉଡ ସେଲିବ୍ରିଟିମାନେ ତାଙ୍କ ପ୍ରତି କିପରି ବ୍ୟବହାର କରିଥିଲେ। ୧୯୯୦ରେ ରେଖା ମୁକେଶଙ୍କୁ ବିବାହ କରିଥିଲେ। ଏହାର ପରବର୍ତ୍ତୀ ବର୍ଷ ଅର୍ଥାତ ୧୯୯୧ରେ, ରେଖାଙ୍କ ସ୍ବାମୀ ଓଢଣୀ ସାହାଯ୍ୟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। ସେତେବେଳେ ଖବର ଆସିଥିଲା ଯେ ଯେଉଁ ଓଢଣୀ ଦ୍ୱାରା ମୁକେଶ ଫାଶୀ ଲଗାଇଥିଲେ ସେହି ଓଢଣୀଟି ରେଖାଙ୍କର ଥିଲା। ଏହାପରେ ରେଖାଙ୍କୁ ଅନେକ ବିରୋଦର ସାମ୍ନା କରିବାକୁ ପଡିଥିଲା। ଏପରିକି ମୁକେଶଙ୍କ ମା’ ତାଙ୍କୁ ଡାହାଣୀ, ମୋ ପୁଅକୁ ଖାଇଲୁ ବୋଲି କହିଥିଲେ। ସେତେବେଳେ ଗଣମାଧ୍ୟମ ମଧ୍ୟ ତାଙ୍କୁ ନେଇ ବେଶ୍‌ ଚର୍ଚ୍ଚା କରି ତାଙ୍କୁ ଭିଲିଆନ୍‌ ଆଖ୍ୟା ଦେଇଥିଲା ବୋଲି ଚିନ୍ମୟୀ କହିଛନ୍ତି। ଏଭଳି ଘଟଣା ପରେ ରେଖା ଦୃଢତାର ସହ କମବ୍ୟାକ୍‌ କରିଥିଲେ। ଅନେକ ଫିଲ୍ମ ଅଭିନୟ କରି ପ୍ରଶଂସା ସାଉଁଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri