ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିଲେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ କରିଥାଏ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): କରୋନାରୁ ସୁସ୍ଥ ହେବାପରେ ଅନେକ ଆକ୍ରାନ୍ତ ବ୍ଲାକ ଫଙ୍ଗସ୍‌ ଦ୍ୱାରା ସଂକ୍ରମିତ ହେଉଛନ୍ତି। ରୋଗ ପ୍ରତିରୋଧକ ଶକ୍ତି କମିଲେ ବ୍ଲାକ୍‌ ଫଙ୍ଗସ୍‌ ଭାଇରସ୍‌ ଶରୀରରେ ପଶେ ବୋଲି ଏସ୍‌ସିବି ମେଡିକାଲ କଲେଜ ମେଡିସିନ ବିଭାଗ ମୁଖ୍ୟ ଡା. ଜୟନ୍ତ ପଣ୍ଡା କହିଛନ୍ତି। ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ପରାମର୍ଶଭିତ୍ତିକ କାର୍ଯ୍ୟକ୍ରମରେ ଡା. ପଣ୍ଡା ବ୍ଲାକ୍‌ ଫଙ୍ଗସ ଓ ତା’ର ଚିକିତ୍ସା ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଏହି ଭାଇରସ୍‌ ସବୁବେଳେ ବାୟୁମଣ୍ଡଳରେ ଥାଏ। ଶ୍ୱାସକ୍ରିୟା ଜରିଆରେ ଶରୀର ମଧ୍ୟରେ ପ୍ରବେଶ କରିଥାଏ। ଯେଉଁମାନଙ୍କ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି କମ୍‌ ସେମାନଙ୍କୁ ଏହି ଭାଇରସ୍‌ ଅତିଶୀଘ୍ର ସଂକ୍ରମଣ କରେ। ମଧୁମେହ ରୋଗୀଙ୍କ କ୍ଷେତ୍ରରେ ଏହା ଅଧିକ ମାତ୍ରାରେ ଦେଖାଯାଏ। ବ୍ଲାକ୍‌ ଫଙ୍ଗସ୍‌ ହେଲେ ଆଖି ଫୁଲିବା, ନାକରୁ କଳା ପାଣି ବାହାରିବା ଲକ୍ଷଣ ସହ ପତଳା ଝାଡ଼ା ବା ଚର୍ମରେ କଳା ଫୋଟକା ହେବା ଲକ୍ଷଣ ଦେଖାଯାଏ। ପତଳା ଝାଡ଼ା ବା ଚର୍ମରେ କଳା ଫୋଟକା ଲକ୍ଷଣ ଥିବା ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କୁ ଏମ୍ଫୋଟେରିସିନ୍‌-ବି (Amphotericin B) ଔଷଧ ଦିଆଯାଏ। ରାଜ୍ୟରେ ଏହି ଔଷଧ ପର୍ଯ୍ୟାପ୍ତ ପରିମାଣର ଷ୍ଟକ୍‌ ରହିଥିବା ଡା. ପଣ୍ଡା କହିଛନ୍ତି। ଏହି କାର୍ଯ୍ୟକ୍ରମରେ କଟକ ଟିବି ଡେମୋନ୍‌ଷ୍ଟ୍ରେଶନ କେନ୍ଦ୍ରର ମାଇକ୍ରୋବାୟେଲୋଜି ପରାମର୍ଶଦାତା ଡା. ପରେଶ ନାଥ ମହାନ୍ତି, ଭୁବନେଶ୍ୱରସ୍ଥିତ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନ ନିର୍ଦ୍ଦେଶକ ଡା. ଅମରେନ୍ଦ୍ର ନାଥ ମହାନ୍ତି ଉପସ୍ଥିତ ରହି ରୋଗ ସମ୍ପର୍କରେ କହିଥିଲେ।
ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ପାଇଁ ଗାଇଡ୍‌ଲାଇନ କରିବାକୁ ରାଜ୍ୟ ସରକାର ୭ଜଣ ବିଶେଷଜ୍ଞ ଡାକ୍ତରଙ୍କୁ ନେଇ କମିଟି ଗଠନ କରିଛନ୍ତି। ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ଉପରେ ଅନୁଧ୍ୟାନ କରିବ ଏହି କମିଟି। ରୋଗୀଙ୍କ ସ୍ଥିତି ତର୍ଜମା କରି ତ୍ୱରିତ ରୋଗ ଚିହ୍ନଟ ଓ ପରିଚାଳନା ନେଇ କମିଟି ଗାଇଡ୍‌ଲାଇନ କରିବ। ସେହିପରି ସବୁ ସରକାରୀ ମେଡିକାଲ କଲେଜରେ ଏକ୍ସପର୍ଟ କମିଟି ଗଠନ ପାଇଁ ନିର୍ଦ୍ଦେଶ ଜାରି ହୋଇଛି। ଏଭଳି ରୋଗୀଙ୍କ ଚିକିତ୍ସା ବ୍ୟବସ୍ଥା ସହ ତୁରନ୍ତ ଜଣାଇବାକୁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri