ନେତା ଭୋଟ ମାଗି ଆସିଲେ ଗାଁରେ ପୂରାଇ ଦେବୁନି

ମୋହନା,୫ା୪(ମନ୍ମଥ ମିଶ୍ର)Lପାଣି ନାହିଁ ତ ଭୋଟ ନାହିଁ, ନିର୍ବାଚନ ସମୟରେ କୌଣସି ନେତା, କୁଜିନେତା ଯଦି ସାହିକୁ ଭୋଟ ମାଗିବାକୁ ଆସନ୍ତି ତେବେ ବିରୋଧ କରିବୁ, ଗାଁରେ ପୂରାଇ ଦେବୁନି। ଏଭଳି ଚେତାବନୀ ଦେଇଛନ୍ତି ଗଜପତି ଜିଲା ମୋହନା ସଦର ମହକୁମା ନାରାୟଣନଗରର ୧୪ ନଂ ୱାର୍ଡର ମହିଳାମାନେ। ଦୀର୍ଘଦିନ ହେବ ୱାର୍ଡରେ ଜଳ ଯୋଗାଣ ପାଇଁ ପ୍ରତି ଘର ସାମ୍ନାରେ ଷ୍ଟାଣ୍ଡ ପୋଷ୍ଟ ସ୍ଥାପନ କରି ଟ୍ୟାପ ଲଗାଯାଇଛି। ହେଲେ ଜଳ ଯୋଗାଣ ବ୍ୟବସ୍ଥା ହୋଇ ପାରିଲା ନାହିଁ। କେବଳ ସୋଲାର ଟାଙ୍କି ବସାଇ ଜଳ ଯୋଗାଣ ବ୍ୟବସ୍ଥା କରାଯାଇଛି। ସାହିରେ ପ୍ରାୟ ୮୦ ପରିବାରରୁ ଅଧିକ ଅଛନ୍ତି ହେଲେ ସେଥିରେ ମଧ୍ୟ ଠିକରେ ପାଣି ଆସୁନି। ଫଳରେ ପିଇବା ପାଣି ପାଇଁ ୱାର୍ଡ ବାସିନ୍ଦା ଡହଳବିକଳ ହେଉଛନ୍ତି । ଯଦି ସରକାର ବା ପ୍ରଶାସନ ୱାର୍ଡ ବାସିନ୍ଦାଙ୍କୁ ପାଣି ଯୋଗାଇ ନ ଦିଅନ୍ତି ଭୋଟ ବର୍ଜନ କରିବା ସହ କୌଣସି ନେତା ଓ କୁଜିନେତାକୁ ସାହିକୁ ପୁରାଇ ଦେବୁନାହିଁ ବୋଲି ଚେତବନୀ ଦେଇଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ୱାର୍ଡ ମେମ୍ବର କହିଛନ୍ତି ଜଳ ଯୋଗାଣ ଅଧିକାରୀଙ୍କୁ ଜଣାଇଛନ୍ତି। ପାନୀୟ ଜଳ ଯୋଗାଣ କନିଷ୍ଠ ଯନ୍ତ୍ରୀ କହିଛନ୍ତି, ସୋଲାର ଟାଙ୍କିର ୨୦ ମିଟର ବ୍ୟବଧାନରେ ଗୋଟିଏ ପାଣଟ୍ୟାପ୍‌ ରହିବା ପରିବର୍ତ୍ତେ ସେଠାରେ ୩ ଗୋଟି ଟ୍ୟାପ୍‌ କରାଯାଇଛି। ଅନ୍ୟପକ୍ଷେ ଦିନକୁ ଦିନ ଖରା ବଢ଼ିବା ସହ ଜଳସ୍ତର କମୁଛି। ତେଣୁ ଉପରିସ୍ଥ ଅଧିକାରୀଙ୍କୁ ଯୋଗାଯୋଗ କରି ଠିକାଦାର ପଠାଇ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

କଟକ, ୩୦।୦୪ (କାର୍ତ୍ତିକ ସାହୁ): ଜଗତପୁର ଥାନା ଅନ୍ତର୍ଗତ ନଜରପୁରଠାରେ ଥିବା ଶ୍ରମିକ ମାନଙ୍କର ରହିବା ପାଇଁ ଛ’ଟି କଣ୍ଟେନରରେ ସୋମବାର ବିଳମ୍ବିତ ରାତି ପ୍ରାୟ...

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି...

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

କଟକ ଲୋକ ସଭା ଆସନ: ଅଭିଜ୍ଞ ବନାମ ନୂଆ ଚେହେରା

କଟକ,୩୦।୪(ଶିଳ୍ପା ପ୍ରିୟଦର୍ଶିନୀ):କଟକ ସଂସଦୀୟ କ୍ଷେତ୍ରରେ ତ୍ରିମୁଖୀ ଲଢେଇ ହେବା ନେଇ ଆଲୋଚନା ହେଉଛି। ଲୋକ ସଭା ଆସନ ପାଇଁ ବିଜେଡି ସଂତୃପ୍ତ ମିଶ୍ର, ଭାଜପା ଭର୍ତ୍ତୃହରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri