ଶବ ନେଇ ଫେରୁଥିଲେ ନିଜେ ଶବ ହୋଇଗଲେ

ଭୋଗରାଇ,୧ା୨(ପ୍ରଦୀପ ଦାସ): ବାପାଙ୍କ ଶବ ନେଇ ଶୁକ୍ରବାର ବିଳମ୍ବିତ ରାତିରେ କଟକରୁ ଗାଡ଼ିରେ ଭୋଗରାଇ ଫେରୁଥିଲେ ପୁଅ, ମାଆ ଓ ଗାଡିଚାଳକ। ଭଦ୍ରକ ରାଣୀତାଲ ଜାତୀୟ ରାଜପଥରେ ଘନ କୁହୁଡି କିମ୍ବା ଆଖି ଲାଗିଯିବାରୁ ଆଗରେ ଥିବା ଏକ ଡମ୍ପରକୁ ପଛପଟୁ ଧକ୍କଦେବାରୁ ଗାଡିଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ଥିବା ଭୋଗରାଇ ବ୍ଲକ ଶ୍ରଦ୍ଧାପୁର ପଞ୍ଚାୟତ ପଳାସିଆ ଗ୍ରାମର ହିମାଂଶୁ ଜେନା(୩୦) ଓ କଟକ ବାସିନ୍ଦା ଗାଡ଼ିଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ହିମାଂଶୁଙ୍କ ମା’ ସାବିତ୍ରୀ (୫୮)ଙ୍କୁ ମୁମୂର୍ଷୁ ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ଭଦ୍ରକ ମୁଖ୍ୟ ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ସାବିତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବାର ପରିବାର ସୂତ୍ରରୁ ଜଣାଯାଇଛି। ମୃତ ଗାଡ଼ିଚାଳକଙ୍କ ଠିକଣା ଖବର ଲେଖା ହେଲା ବେଳକୁ ମିଳିପାରିନାହିଁ। ଏହି ଦୁଃଖଦ ଘଟଣା ଗାଁରେ ପହଞ୍ଚିବା କ୍ଷଣି ମୃତ ହିମାଂଶୁଙ୍କ ସ୍ତ୍ରୀ ତାଙ୍କର ୨ ଝିଅ ଓ ଜଣେ ପୁଅ ସହିତ ଆତ୍ମୀୟସ୍ବଜନଙ୍କ କାନ୍ଦ ବୋବାଳିରେ ଗାଁ ଦାଣ୍ଡ ଫାଟି ପଡ଼ିଥିଲା। ମୃତ ହିମାଂଶୁଙ୍କ ସ୍ତ୍ରୀ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିବାକୁ ଯାଉଥିବାବେଳେ ଗାଁ ଲୋକେ ତାଙ୍କୁ ଅଟକାଇ ରଖି ଆଶ୍ୱାସନା ଦେଉଥିବାର ସୂଚନା ମିଳିଛି।

ସୂଚନାନୁଯାୟୀ, ଉକ୍ତ ଗ୍ରାମର ଦିବାକର ଜେନା(୬୫) ଦୀର୍ଘ ଦିନ ଧରି ଅସୁସ୍ଥ ଥିବାବେଳେ ଗୁରୁବାର ତାଙ୍କୁ କଟକ ଏକ ନର୍ସିଂହୋମ୍‌କୁ ତାଙ୍କ ପୁଅ ଓ ସ୍ତ୍ରୀ ଚିକିତ୍ସା ନିମନ୍ତେ ଯାଇଥିଲେ। ସେଠାରେ ଦିବାକରଙ୍କ ମୃତ୍ୟୁ ଘଟିଥିବାବେଳେ ଏକ ଗାଡ଼ିରେ ଡ୍ରାଇଭର ସହିତ ପୁଅ ଓ ମା’ ଘରକୁ ଫେରୁଥିଲେ । ଗାଡ଼ିଟି ଜାତୀୟ ରାଜପଥରେ ଦୁର୍ଘଟଣାଗସ୍ତ ହୋଇ ନିଜେ ଶବ ପାଲଟିଗଲେ ପୁଅ ଓ ଗାଡିଚାଳକ। ପାଖ ପଡ଼ୋଶୀଙ୍କ କହିବାନୁଯାୟୀ, ଭଦ୍ରକ ଡାକ୍ତରଖାନାରେ ପୁଅ ଓ ମା’ଙ୍କୁ ଜରୁରୀଭିତ୍ତିର ଉନ୍ନତ ଚିକିତ୍ସା ମିଳି ନ ଥିବାରୁ ପୁଅର ମୃତ୍ୟୁ ଘଟିଲା ବୋଲି ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri