ଶବ ନେଇ ଫେରୁଥିଲେ ନିଜେ ଶବ ହୋଇଗଲେ

ଭୋଗରାଇ,୧ା୨(ପ୍ରଦୀପ ଦାସ): ବାପାଙ୍କ ଶବ ନେଇ ଶୁକ୍ରବାର ବିଳମ୍ବିତ ରାତିରେ କଟକରୁ ଗାଡ଼ିରେ ଭୋଗରାଇ ଫେରୁଥିଲେ ପୁଅ, ମାଆ ଓ ଗାଡିଚାଳକ। ଭଦ୍ରକ ରାଣୀତାଲ ଜାତୀୟ ରାଜପଥରେ ଘନ କୁହୁଡି କିମ୍ବା ଆଖି ଲାଗିଯିବାରୁ ଆଗରେ ଥିବା ଏକ ଡମ୍ପରକୁ ପଛପଟୁ ଧକ୍କଦେବାରୁ ଗାଡିଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ଥିବା ଭୋଗରାଇ ବ୍ଲକ ଶ୍ରଦ୍ଧାପୁର ପଞ୍ଚାୟତ ପଳାସିଆ ଗ୍ରାମର ହିମାଂଶୁ ଜେନା(୩୦) ଓ କଟକ ବାସିନ୍ଦା ଗାଡ଼ିଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ହିମାଂଶୁଙ୍କ ମା’ ସାବିତ୍ରୀ (୫୮)ଙ୍କୁ ମୁମୂର୍ଷୁ ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ଭଦ୍ରକ ମୁଖ୍ୟ ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ସାବିତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବାର ପରିବାର ସୂତ୍ରରୁ ଜଣାଯାଇଛି। ମୃତ ଗାଡ଼ିଚାଳକଙ୍କ ଠିକଣା ଖବର ଲେଖା ହେଲା ବେଳକୁ ମିଳିପାରିନାହିଁ। ଏହି ଦୁଃଖଦ ଘଟଣା ଗାଁରେ ପହଞ୍ଚିବା କ୍ଷଣି ମୃତ ହିମାଂଶୁଙ୍କ ସ୍ତ୍ରୀ ତାଙ୍କର ୨ ଝିଅ ଓ ଜଣେ ପୁଅ ସହିତ ଆତ୍ମୀୟସ୍ବଜନଙ୍କ କାନ୍ଦ ବୋବାଳିରେ ଗାଁ ଦାଣ୍ଡ ଫାଟି ପଡ଼ିଥିଲା। ମୃତ ହିମାଂଶୁଙ୍କ ସ୍ତ୍ରୀ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିବାକୁ ଯାଉଥିବାବେଳେ ଗାଁ ଲୋକେ ତାଙ୍କୁ ଅଟକାଇ ରଖି ଆଶ୍ୱାସନା ଦେଉଥିବାର ସୂଚନା ମିଳିଛି।

ସୂଚନାନୁଯାୟୀ, ଉକ୍ତ ଗ୍ରାମର ଦିବାକର ଜେନା(୬୫) ଦୀର୍ଘ ଦିନ ଧରି ଅସୁସ୍ଥ ଥିବାବେଳେ ଗୁରୁବାର ତାଙ୍କୁ କଟକ ଏକ ନର୍ସିଂହୋମ୍‌କୁ ତାଙ୍କ ପୁଅ ଓ ସ୍ତ୍ରୀ ଚିକିତ୍ସା ନିମନ୍ତେ ଯାଇଥିଲେ। ସେଠାରେ ଦିବାକରଙ୍କ ମୃତ୍ୟୁ ଘଟିଥିବାବେଳେ ଏକ ଗାଡ଼ିରେ ଡ୍ରାଇଭର ସହିତ ପୁଅ ଓ ମା’ ଘରକୁ ଫେରୁଥିଲେ । ଗାଡ଼ିଟି ଜାତୀୟ ରାଜପଥରେ ଦୁର୍ଘଟଣାଗସ୍ତ ହୋଇ ନିଜେ ଶବ ପାଲଟିଗଲେ ପୁଅ ଓ ଗାଡିଚାଳକ। ପାଖ ପଡ଼ୋଶୀଙ୍କ କହିବାନୁଯାୟୀ, ଭଦ୍ରକ ଡାକ୍ତରଖାନାରେ ପୁଅ ଓ ମା’ଙ୍କୁ ଜରୁରୀଭିତ୍ତିର ଉନ୍ନତ ଚିକିତ୍ସା ମିଳି ନ ଥିବାରୁ ପୁଅର ମୃତ୍ୟୁ ଘଟିଲା ବୋଲି ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ୍‌ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ କୋଚ: ଆମେ ଚାପ….

କରାଚି,୨୪।୯: ଏସିଆନ ଗେମ୍ସ ୨୦୨୬ରେ ପାକିସ୍ତାନ କ୍ରିକେଟ ଟିମ ଆସନ୍ତା ସେପ୍ଟେମ୍ବର ୨୮ ରୁ ନିଜ ଅଭିଯାନ ଆରମ୍ଭ କରିବ। ତେବେ କ୍ୱାର୍ଟର ଫାଇନାଲରେ ପାକିସ୍ତାନ କେଉଁ…

ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ…

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍…

୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ

ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?