କେବେ ସିଟି ସ୍କାନ ମେଶିନ ବସାଇବ ଜଣାଅ: ହାଇକୋର୍ଟ

କଟକ ଅଫିସ,୩୦।୪: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ୬ ମାସ, ଭୁବନେଶ୍ୱର ଓ ଝାରସୁଗୁଡାରେ ୨ବର୍ଷ ପରେ ସିଟି ସ୍କାନ୍‌ ମେଶିନ୍‌ ଲାଗିବ ବୋଲି ରାଜ୍ୟ ସରକାର ହାଇକୋର୍ଟଙ୍କୁ ସତ୍ୟପାଠ ଜରିଆରେ ଅବଗତ କରିଥିଲେ। କିନ୍ତୁ ଅନ୍ୟ ହସ୍ପିଟାଲରେ ଏହି ମେଶିନ କେବେ ସୁଦ୍ଧା ଲାଗିବ ତାହା ଉପରେ ରାଜ୍ୟ ସରକାର ନୀରବ ରହିଥିଲେ। ଫଳରେ ଅନ୍ୟ ମେଡିକାଲରେ କେବେ ସୁଦ୍ଧା ଏହି ସିଟି ସ୍କାନ୍‌ ମେଶିନ ଲାଗିବ ଏବଂ ଏଥିପାଇଁ ରାଜ୍ୟ ସରକାରଙ୍କ ଯୋଜନା କ’ଣ ରହିଛି ତାହା ଉପରେ ସବିଶେଷ ରିପୋର୍ଟ ଦାଖଲ ଲାଗି ହାଇକୋର୍ଟ ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। କ୍ୟାନ୍‌ସର୍‌ରେ ଅନିତା ବୁଦ୍ଧିଆଙ୍କ ମୃତ୍ୟୁପରେ ତାଙ୍କ ସ୍ବାମୀ ଅରୁଣ ବୁଦ୍ଧିଆଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌. ମୁରଲୀଧର ଓ ବିଚାରପତି ଜଷ୍ଟିସ୍‌ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଅପରପକ୍ଷେ ଏହି ମାମଲାରେ ଗୁରୁବାର ଅରୁଣଙ୍କ ପକ୍ଷରୁ ଆଉ ଏକ ପିଟିଶନ ଦାଏର ହୋଇଥିଲା। ଅନିତାଙ୍କ ପ୍ରତି କ୍ୟାନ୍‌ସର୍‌ ହସ୍ପିଟାଲରେ କିଭଳି ଭାବେ ଚିକିତ୍ସାରେ ଅବହେଳା କରାଯାଇଛି ସେ ନେଇ ଅରୁଣ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଅରୁଣ ତାଙ୍କ ପିଟିଶନ୍‌ରେ ଦର୍ଶାଇଛନ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ କ୍ୟାନ୍‌ସର୍‌ ହସ୍ପିଟାଲ ପକ୍ଷରୁ ୬ ଜଣିଆ ଡାକ୍ତରୀ ଟିମ୍‌ ଗଠନ କରାଯାଇଥିଲା। ଗତ ଜାନୁୟାରୀ ୧୯ ତାରିଖ ରାତି ପ୍ରାୟ ୮ଟାରେ ଅନିତାଙ୍କ ମୃତ୍ୟୁ ଘଟିଥିଲା। ଏହି ଡାକ୍ତରୀ ଟିମ୍‌ ସେହିଦିନ ଗଠନ କରାଯାଇଥିଲାବେଳେ ଅପରାହ୍ନ ୪ଟାରୁ ୮ଟା ଭିତରେ ଏହି ଟିମ୍‌ ଥରେ ହେଲେ ଅନିତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝି ନ ଥିଲା। ଏହି ଟିମ୍‌ ଜଣେ ରୋଗୀର ସ୍ବାସ୍ଥ୍ୟାବସ୍ଥା ନ ଦେଖି କିପରି ରିପୋର୍ଟ ଦେଲେ ବୋଲି ଅରୁଣ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri