‘ବିଜେଡି ନେତାଙ୍କ ବିରୋଧରେ କେବେ ହେବ କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ବିଏମ୍‌ସି ଅଧିକାରୀ ଭୁବନେଶ୍ୱର ଏମ୍‌ପିଙ୍କ ଦଳୀୟ କାର୍ଯ୍ୟାଳୟକୁ ଶନିବାର ସିଲ୍‌ କରିବା ପରେ ଅପରାଜିତା ଷଡ଼ଙ୍ଗୀ ବେଶ୍‌ ପ୍ରତିକ୍ରିୟାଶୀଳ ହୋଇଛନ୍ତି। ଶାସକ ଦଳ ବିଜେଡି ଉପରେ ବର୍ଷିଛନ୍ତି। ସିଲ୍‌ ପରେ କାର୍ଯ୍ୟାଳୟ ବାହାରେ ଏକ ଖବରଦାତା ସମ୍ମିଳନୀରେ ବିଜେଡି ନେତା ଓ ମନ୍ତ୍ରୀ କୋଭିଡ ନିୟମ ଉଲ୍ଲଂଘନ କରିଥିବା ଅପରାଜିତା ପାଲଟା ଅଭିଯୋଗ କରିଛନ୍ତି। ବିଜେଡି ନେତାମାନେ ନିୟମ ଉଲ୍ଲଂଘନ କରିଥିବାର ୧୭ଟି ଫଟୋ ଓ ଗୋଟିଏ ଭିଡିଓକୁ ଦେଖାଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେବେ ଏହି ନେତାମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଅପରାଜିତା ପ୍ରଶ୍ନ କରିଛନ୍ତି। ସ୍ବର୍ଗତ ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ଅନ୍ତ୍ୟେଷ୍ଟି କାର୍ଯ୍ୟକ୍ରମରେ କୋଭିଡ୍‌ ପଜିଟିଭ୍‌ ହୋଇଥିବା ବିଜେଡି ନେତା ଏବଂ ମନ୍ତ୍ରୀଙ୍କ ଯୋଗଦାନ, ବିଜେଡି କାର୍ଯ୍ୟାଳୟରେ ରକ୍ତଦାନ ଏବଂ ତିର୍ତ୍ତୋଲରେ ବିଜେଡି ନେତାଙ୍କ ରାଜନୈତିକ ସଭାରେ ଖୋଲାଖୋଲି ନିୟମ ଉଲ୍ଲଂଘନ କରାଯାଇଛି। ଏନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ସମସ୍ତ ପ୍ରମାଣ ଯୋଗାଇଦେବେ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ଦ୍ଦେଶକ୍ରମେ ସେ ସାଧାରଣ ଲୋକଙ୍କ ସମସ୍ୟା ବୁଝୁଛନ୍ତି। ତାଙ୍କ କାର୍ଯ୍ୟାଳୟକୁ ବିଏମ୍‌ସି ୧୫ ଦିନ ପାଇଁ ସିଲ୍‌ କରିଛି, ତା ସତ୍ତ୍ୱେ ସେ କାର୍ଯ୍ୟାଳୟ ବାହାରେ ତାଙ୍କ ସେବା ଜାରି ରଖିବେ ବୋଲି ଏହି ଅବସରରେ କହିଛନ୍ତି। ଅପରପକ୍ଷରେ ଅପରାଜିତାଙ୍କ ଏଭଳି ଅଭିଯୋଗ ପରେ ବିଜେଡି ପ୍ରତିକ୍ରିୟା ରଖିଛି। କୌଣସି କୋଠାକୁ ସିଲ୍‌ କରିବା ନିଷ୍ପତ୍ତି ସମ୍ପୂର୍ଣ୍ଣ ପ୍ରଶାସନିକ ବୋଲି ଦଳୀୟ ମୁଖପାତ୍ର ସୁଲତା ଦେଓ କହିଛନ୍ତି। ସାଧାରଣ ଲୋକଙ୍କ ଧନ ଜୀବନର ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଅତୀତରେ ସମଗ୍ର ରାଜ୍ୟରେ ଅନେକ କୋଠା, ହୋଟେଲ ଆଦିକୁ ସିଲ୍‌ କରାଯାଇଛି। ଲୋକଙ୍କ ସ୍ବାର୍ଥ ଦୃଷ୍ଟିରୁ ଆଗାମୀ ଦିନରେ ଆବଶ୍ୟକ ପଡିଲେ ମଧ୍ୟ ଏଭଳି ସିଲ୍‌ କରାଯିବ। ଭାଜପା, ବିଜେଡି, କଂଗ୍ରେସ କିମ୍ବା ଅନ୍ୟ କୌଣସି ରାଜନୈତିକ ଦଳକୁ ଦେଖି କରୋନା ସଂକ୍ରମିତ କରେ ନାହିଁ। ଏହା ହେଉଛି ମାନବିକତା ଏବଂ ଆମେ ସମସ୍ତେ କୋଭିଡ୍‌ ନିୟମ ମାନି ଏହି ମହାମାରୀ ବିରୋଧରେ ଲଢେଇ କରିବାର ଆବଶ୍ୟକ ରହିଛି ବୋଲି ଦେଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ସଡ଼କ ଦୁର୍ଘଟଣା ହ୍ରାସ କରିବ ଆଇଇଏମ୍‌ଏସ୍‌

ଭୁବନେଶ୍ୱର,୨୯ା୩(ଅନିଲ ଦାସ):ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ରାଜ୍ୟର ନୂତନ ନିର୍ମାଣାଧୀନ ରାସ୍ତା, ଏନ୍‌ଏଚ୍‌ ସମେତ ପୂର୍ତ୍ତ...

ପୋଲିସ କବ୍‌ଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଭୁବନେଶ୍ୱର (ସତ୍ୟଜିତ୍‌ ରାଉତ)/ଜଟଣୀ(ରବୀନ୍ଦ୍ରନାଥ ମହାକୁଡ଼),୨୯।୩:କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ। ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ଜଟଣୀ ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri