‘ବିଜେଡି ନେତାଙ୍କ ବିରୋଧରେ କେବେ ହେବ କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ବିଏମ୍‌ସି ଅଧିକାରୀ ଭୁବନେଶ୍ୱର ଏମ୍‌ପିଙ୍କ ଦଳୀୟ କାର୍ଯ୍ୟାଳୟକୁ ଶନିବାର ସିଲ୍‌ କରିବା ପରେ ଅପରାଜିତା ଷଡ଼ଙ୍ଗୀ ବେଶ୍‌ ପ୍ରତିକ୍ରିୟାଶୀଳ ହୋଇଛନ୍ତି। ଶାସକ ଦଳ ବିଜେଡି ଉପରେ ବର୍ଷିଛନ୍ତି। ସିଲ୍‌ ପରେ କାର୍ଯ୍ୟାଳୟ ବାହାରେ ଏକ ଖବରଦାତା ସମ୍ମିଳନୀରେ ବିଜେଡି ନେତା ଓ ମନ୍ତ୍ରୀ କୋଭିଡ ନିୟମ ଉଲ୍ଲଂଘନ କରିଥିବା ଅପରାଜିତା ପାଲଟା ଅଭିଯୋଗ କରିଛନ୍ତି। ବିଜେଡି ନେତାମାନେ ନିୟମ ଉଲ୍ଲଂଘନ କରିଥିବାର ୧୭ଟି ଫଟୋ ଓ ଗୋଟିଏ ଭିଡିଓକୁ ଦେଖାଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେବେ ଏହି ନେତାମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଅପରାଜିତା ପ୍ରଶ୍ନ କରିଛନ୍ତି। ସ୍ବର୍ଗତ ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ଅନ୍ତ୍ୟେଷ୍ଟି କାର୍ଯ୍ୟକ୍ରମରେ କୋଭିଡ୍‌ ପଜିଟିଭ୍‌ ହୋଇଥିବା ବିଜେଡି ନେତା ଏବଂ ମନ୍ତ୍ରୀଙ୍କ ଯୋଗଦାନ, ବିଜେଡି କାର୍ଯ୍ୟାଳୟରେ ରକ୍ତଦାନ ଏବଂ ତିର୍ତ୍ତୋଲରେ ବିଜେଡି ନେତାଙ୍କ ରାଜନୈତିକ ସଭାରେ ଖୋଲାଖୋଲି ନିୟମ ଉଲ୍ଲଂଘନ କରାଯାଇଛି। ଏନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ସମସ୍ତ ପ୍ରମାଣ ଯୋଗାଇଦେବେ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ଦ୍ଦେଶକ୍ରମେ ସେ ସାଧାରଣ ଲୋକଙ୍କ ସମସ୍ୟା ବୁଝୁଛନ୍ତି। ତାଙ୍କ କାର୍ଯ୍ୟାଳୟକୁ ବିଏମ୍‌ସି ୧୫ ଦିନ ପାଇଁ ସିଲ୍‌ କରିଛି, ତା ସତ୍ତ୍ୱେ ସେ କାର୍ଯ୍ୟାଳୟ ବାହାରେ ତାଙ୍କ ସେବା ଜାରି ରଖିବେ ବୋଲି ଏହି ଅବସରରେ କହିଛନ୍ତି। ଅପରପକ୍ଷରେ ଅପରାଜିତାଙ୍କ ଏଭଳି ଅଭିଯୋଗ ପରେ ବିଜେଡି ପ୍ରତିକ୍ରିୟା ରଖିଛି। କୌଣସି କୋଠାକୁ ସିଲ୍‌ କରିବା ନିଷ୍ପତ୍ତି ସମ୍ପୂର୍ଣ୍ଣ ପ୍ରଶାସନିକ ବୋଲି ଦଳୀୟ ମୁଖପାତ୍ର ସୁଲତା ଦେଓ କହିଛନ୍ତି। ସାଧାରଣ ଲୋକଙ୍କ ଧନ ଜୀବନର ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଅତୀତରେ ସମଗ୍ର ରାଜ୍ୟରେ ଅନେକ କୋଠା, ହୋଟେଲ ଆଦିକୁ ସିଲ୍‌ କରାଯାଇଛି। ଲୋକଙ୍କ ସ୍ବାର୍ଥ ଦୃଷ୍ଟିରୁ ଆଗାମୀ ଦିନରେ ଆବଶ୍ୟକ ପଡିଲେ ମଧ୍ୟ ଏଭଳି ସିଲ୍‌ କରାଯିବ। ଭାଜପା, ବିଜେଡି, କଂଗ୍ରେସ କିମ୍ବା ଅନ୍ୟ କୌଣସି ରାଜନୈତିକ ଦଳକୁ ଦେଖି କରୋନା ସଂକ୍ରମିତ କରେ ନାହିଁ। ଏହା ହେଉଛି ମାନବିକତା ଏବଂ ଆମେ ସମସ୍ତେ କୋଭିଡ୍‌ ନିୟମ ମାନି ଏହି ମହାମାରୀ ବିରୋଧରେ ଲଢେଇ କରିବାର ଆବଶ୍ୟକ ରହିଛି ବୋଲି ଦେଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ

ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର…

୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ

ରୋମ୍‌,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି…

ଘୂର୍ଣ୍ଣିବଳୟ ପ୍ରଭାବରେ ସପ୍ତାହେ ଯାଏ ପ୍ରବଳ ବର୍ଷା: ଅରେଞ୍ଜ ଓ୍ବାର୍ନିଂ ଜାରି, ଘଣ୍ଟାପ୍ରତି…

ଭୁବନେଶ୍ୱର,୭ା୮(ବନ୍ଦନା ସେଠୀ): ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ…

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri