ସବୁ ହିତାଧିକାରୀଙ୍କୁ କେବେ ମିଳିବ ପକ୍କାଘର: ଭାଜପା

ଭୁବନେଶ୍ୱର,୯।୪(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ସମସ୍ତଙ୍କୁ ପକ୍କାଘର’ ଯୋଗାଇବା ଲାଗି ଦେଖିଥିବା ସ୍ବପ୍ନକୁ ଧୂଳିସାତ୍‌ କରିବା ପାଇଁ ରାଜ୍ୟ ସରକାର ବିଧିବଦ୍ଧ ଷଡ଼ଯନ୍ତ୍ର ଚଳାଇଛନ୍ତି। କେବେ ସୁଦ୍ଧା ପୂର୍ଣ୍ଣାଙ୍ଗ, ପ୍ରକୃତ ଓ ନିରପେକ୍ଷ ହିତାଧିକାରୀ ତାଲିକା ପ୍ରସ୍ତୁତ ହୋଇପାରିବ ତଥା ଗରିବ ହିତାଧିକାରୀଙ୍କୁ କେବେସୁଦ୍ଧା ପକ୍କାଘର ଆବଣ୍ଟନ ହେବ ତାହାର ସମୟସୀମା ରାଜ୍ୟ ସରକାର ଘୋଷଣା କରନ୍ତୁ ବୋଲି ଭାଜପା ଦାବି କରିଛି।
ଭାଜପା ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଜରିଆରେ କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଛିି। ଆବାସ ଯୋଜନାରୁ ବାଦ୍‌ ପଡିଥିବା ଗରିବ ବାସହୀନଙ୍କ ଦରଖାସ୍ତ ଯାଞ୍ଚ କରାଯାଇ କେବେ ସୁଦ୍ଧା ସେମାନଙ୍କୁ ତାଲିକାଭୁକ୍ତ କରାଯିବ ବୋଲି ସେ କରିଛନ୍ତି। ଏହାସହ ରାଜ୍ୟ ସରକାର କେବଳ ଚୋରି, ଭ୍ରଷ୍ଟାଚାର, ପକ୍ଷପାତିତା, ଅସହିଷ୍ଣୁ ମନୋଭାବ ପ୍ରଦର୍ଶନ କରିଆସୁଛନ୍ତି ବୋଲି ସେ କହିଛନ୍ତି। ରାଜ୍ୟର ସାଧାରଣ ଗରିବ ବାସହୀନ ଲୋକଙ୍କ ସ୍ବାର୍ଥକୁ କୌଣସି ପ୍ରକାରରେ ହତ୍ୟା କରିବାକୁ ଦିଆଯିବ ନାହିଁ। ଆବାସ ବଣ୍ଟନ ଦୁର୍ନୀତି ଓ ଭ୍ରଷ୍ଟାଚାରରେ ସମ୍ପୃକ୍ତ ଥିବା ଅଧିକାରୀମାନଙ୍କ ବିରୋଧରେ କେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ପ୍ରଶ୍ନ କରିଛନ୍ତି। ଗରିବ ଶ୍ରେଣୀର ଲୋକଙ୍କ ଆତ୍ମବିଶ୍ୱାସ ବୃଦ୍ଧି କରିବା ଲକ୍ଷ୍ୟ ରଖି ସେମାନଙ୍କୁ ପ୍ରଥମେ ବାସଗୃହ ଯୋଗାଇଦେବା ଉଦ୍ଦେଶ୍ୟରେ କେନ୍ଦ୍ରରେ ମୋଦି ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଶୁଭାରମ୍ଭ କରିଥିଲେ। ଏବେସୁଦ୍ଧା ୩ କୋଟିରୁ ଊର୍ଦ୍ଧ୍ୱ ବାସଗୃହ ନିର୍ମାଣ ସମ୍ଭବ ହୋଇଛି। ଦେଶର ଗ୍ରାମାଞ୍ଚଳରେ ବାସହୀନଙ୍କ ପାଇଁ ୨.୫୨ କୋଟି ବାସଗୃହ ଓ ସହରାଞ୍ଚଳରେ ୫୮ ଲକ୍ଷ ଗୃହ କାମ ଶେଷ ହୋଇଛି। ଓଡ଼ିଶାରେ ଏବେ ସୁଦ୍ଧା ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ୧୬.୮୫ ଲକ୍ଷ ବାସଗୃହ ନିର୍ମାଣ ଶେଷ ହୋଇଛି। ଏହି ଯୋଜନାର ରାଜ୍ୟରେ ସୁଫଳ କାର୍ଯ୍ୟାନ୍ବୟନ ଲାଗି ଭାଜପା ବାରମ୍ବାର ଆନ୍ଦୋଳନ କରିଛି। ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାକୁ ଗୋଟିଏ ହେଲେ ବାସଗୃହ ଆବଣ୍ଟନ କରା ନ ଯିବା ରାଜ୍ୟ ସରକାରଙ୍କ ରାଜନୈତିକ ଅସହିଷ୍ଣୁ ମନୋଭାବକୁ ସ୍ପଷ୍ଟ କରୁଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri