୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮:  ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି।  ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର
୫ମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆନୁଷ୍ଠାନିକ ଭାବେ ସୂଚନା ଦେଇଛନ୍ତି। ଚଳିତଥର ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ସେଥିମଧ୍ୟରୁ ୨ ଲକ୍ଷ ୨୧ ହଜାର ୫୪ ଜଣ ହିତାଧିକାରୀ ପ୍ରଥମ ଥର ପାଇଁ ସୁଭଦ୍ରା ଟଙ୍କା ପାଇବେ।

ସମସ୍ତ ଯୋଗ୍ୟ ମହିଳା ଯେପରି ବିନା କୌଣସି ଅସୁବିଧାରେ ଏହି ଟଙ୍କା ପାଇପାରିବେ, ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Share