Posted inଜାତୀୟ

କଶ୍ମୀରକୁ କେବେ ଫେରାଇବ ରାଜ୍ୟ ମାନ୍ୟତା

ନୂଆଦିଲ୍ଲୀ,୩୦ା୮: ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା କେବେ ଫେରାଇବ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଏଥିସହ ଏ ସଂକ୍ରାନ୍ତ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରି ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୩୧ ସୁଦ୍ଧା ଏହା ଉପରେ ବିସ୍ତୃତ ବିବରଣୀ ଦେବାକୁ ସାମ୍ବିଧାନିକ ପୀଠ ନିର୍ଦ୍ଦେଶ ଦେଇଛନ୍ତି।
ଅଗଷ୍ଟ ୫ରେ କେନ୍ଦ୍ର ସରକାର ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିବା ସହ ଜମ୍ମୁ-କଶ୍ମୀରକୁ ଏହା ବଳରେ ମିଳିଆସୁଥିବା ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରତ୍ୟାହାର କରିଥିଲେ। ସେବେଠୁ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ ହୋଇରହିଛି। ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ୨୦ରୁ ଊର୍ଦ୍ଧ୍ୱ ପିଟିଶନ ଦାଖଲ ହୋଇଛି। ଉକ୍ତ ଆବେଦନଗୁଡ଼ିକର ଶୁଣାଣି ସାମ୍ବିଧାନିକ ପୀଠରେ ଚାଲିଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ଏସ୍‌.କେ. କୌଲ, ସଞ୍ଜୀବ ଖାନ୍ନା, ବି.ଆର୍‌. ଗଭାଇ ଏବଂ ସୂର୍ଯ୍ୟକାନ୍ତଙ୍କୁ ନେଇ ଗଠିତ ସାମ୍ବିଧାନିକ ପୀଠରେ ଏହି ପ୍ରସଙ୍ଗରେ ମଙ୍ଗଳବାର ଥିଲା ଶୁଣାଣିର ଦ୍ୱାଦଶ ଦିନ। ଶୁଣାଣି ବେଳେ କେନ୍ଦ୍ର ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ସଲିସିଟର ଜେନେରାଲ (ଏସ୍‌ଜି) ତୁଷାର ମେହେଟ୍ଟା ୨୦୧୯ରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପାର୍ଲାମେଣ୍ଟରେ ଜମ୍ମୁ ଓ କଶ୍ମୀର ପୁନର୍ଗଠନ ବିଧେୟକ ଆଗତ ବେଳେ ଦେଇଥିବା ସୂଚନାର ଅବତାରଣା କରିଥିଲେ। ଏସ୍‌ଜି ମେହେଟ୍ଟା କହିଥିଲେ, କଶ୍ମୀରକୁ ରାଜ୍ୟ ମାନ୍ୟତା ଉପଯୁକ୍ତ ସମୟରେ ଫେରାଇ ଦିଆଯିବ। କେନ୍ଦ୍ରଶାସିତ ଅଞ୍ଚଳ ମାନ୍ୟତା ସ୍ଥାୟୀ ନୁହେଁ ବୋଲି ମେହେଟ୍ଟା କହିବା ପରେ ସିଜେଆଇ ସମୟକୁ ନେଇ ପ୍ରଶ୍ନ କରିଥିଲେ, ଏହା କିପରି ଅସ୍ଥାୟୀ? ସରକାର ଜମ୍ମୁ-କଶ୍ମୀରରେ କେବେ ନିର୍ବାଚନ କରାଇବାକୁ ଯାଉଛନ୍ତି? ମେହେଟ୍ଟା କହିଥିଲେ, ଏହି ପ୍ରସଙ୍ଗରେ କେନ୍ଦ୍ରକୁ ପଚାରି ଜଣାଇବେ। ରାଜ୍ୟ ମାନ୍ୟତା ପୁନଃ ଅବସ୍ଥାପିତ କରିବା ପ୍ରକ୍ରିୟା ଚାଲିଛି। ଏହି ପରିପେକ୍ଷୀରେ ସିଜେଆଇ କହିଥିଲେ, କେନ୍ଦ୍ର ଜାତୀୟ ନିରାପତ୍ତା ଆଳରେ ଏକ ରାଜ୍ୟକୁ ଅସ୍ଥାୟୀ କେନ୍ଦ୍ରଶାସିତ ଅଞ୍ଚଳରେ ପରିବର୍ତ୍ତିତ କରିପାରିବ କି? କେନ୍ଦ୍ର ପାଖରେ ଯଦି ଏପରି କ୍ଷମତା ରହିଛି, ତେବେ ସରକାର ଅନ୍ୟ ରାଜ୍ୟଗୁଡ଼ିକୁ ମଧ୍ୟ କେନ୍ଦ୍ରଶାସିତ ଅଞ୍ଚଳ କରିଦେବେ, ଯାହାକି ଜଣେ ଆବେଦନକାରୀ ନିଜ ପିଟିଶନରେ ଉଲ୍ଲେଖ କରିଛନ୍ତି। ଉପତ୍ୟକାରେ ଗଣତନ୍ତ୍ରର ପୁନଃ ପ୍ରତିଷ୍ଠା କରିବା ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୋଲି ସିଜେଆଇ କହିଥିଲେ।
ଯେ, ୨୦୨୦ ମାର୍ଚ୍ଚରେ ୩୭୦ ଉଚ୍ଛେଦ ପ୍ରସଙ୍ଗ ତାଲିକାଭୁକ୍ତ ହେବା ପରେ ସେତେବେଳର ୫ ଜଣିଆ ସାମ୍ବିଧାନିକ ପୀଠ ଏହାକୁ ୭ ଜଣିଆ ସାମ୍ବିଧାନକ ପୀଠକୁ ପଠାଇବାକୁ ମନା କରିଦେଇଥିଲେ। ଗତ ୨ରେ ଶୀର୍ଷ ଅଦାଲତରେ ଏହି ପ୍ରସଙ୍ଗରେ ଚୂଡ଼ାନ୍ତ ଶୁଣାଣି ଆରମ୍ଭ ହୋଇଥିଲା। ମୂଳ ପ୍ରଶ୍ନ ଥିଲା, ସମ୍ବିଧାନ ପ୍ରଣେତାମାନେ ଅନୁଚ୍ଛେଦ ୩୭୦କୁ ସ୍ଥାୟୀ କିମ୍ବା ଅସ୍ଥାୟୀ ଭାବେ ରଖିବା ପାଇଁ ପ୍ରଣୟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?