୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ସକାଳୁ ଗୁଳୁଗୁଳି ଜନଜୀବନକୁ ପ୍ରଭାବିତ କରିଥିଲା। ଦିନ ବଢ଼ିବା ସହ ଖରାତାତି ଓ ଝାଞ୍ଜି ପବନ ଦେହମୁହଁକୁ ପୋଡ଼ି ଦେବାଭଳି ଅନୁଭବ ହୋଇଥିଲା। ଅପରାହ୍ନରୁ ବିଶେଷକରି ଖୋର୍ଦ୍ଧା ଜିଲା ସମେତ କେନ୍ଦ୍ରାପଡ଼ା, ବାଲେଶ୍ୱର, ସୁନ୍ଦରଗଡ଼ ଆଦି ବିଭିନ୍ନ ଜିଲାରେ କାଳବୈଶାଖୀ ପାଗରେ ପରିବର୍ତ୍ତନ ଆଣିଥିଲା। ଝଡ଼ବର୍ଷା ସହ ଘଡ଼ଘଡ଼ି ବିଜୁଳି ଡରାଇଥିଲେ ମଧ୍ୟ ବର୍ଷା ଯୋଗୁ ଲୋକେ ତାତିରୁ ମୁକ୍ତି ପାଇଥିଲେ। ରାଜଧାନୀ ଭୁବନେଶ୍ୱରରେ କାଳବୈଶାଖୀ ପରେ ତାପମାତ୍ରା ୧୪ ଡିଗ୍ରୀ କମିଯାଇଥିଲା। ୪୭.୭ରୁ ୨୭ ଡିଗ୍ରୀକୁ ଖସି ଆସିଥିଲା। ତେବେ ଆଗାମୀ ୩ଦିନ ମଧ୍ୟରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ବଢିବ ବୋଲି ପୂର୍ୱାନୁମାନ କରାଯାଇଛି। ଫଳରେ ପ୍ରଚଣ୍ଡ ଗ୍ରୀଷ୍ମ ତାପରେ ଜନଜୀବନ ଆହୁରି ଅସ୍ତବ୍ୟସ୍ତ ହୋଇପଡିବ ବୋଲି ଆଶଙ୍କା କରାଯାଉଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଶନିବାର ରାଜ୍ୟର ୧୦ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ବୌଦ୍ଧରେ ସର୍ୱାଧିକ ୪୧.୯ ଡିଗ୍ରୀ ରେକର୍ଡ ହୋଇଥିଲା। ରାଜଧାନୀ ଭୁବନେଶ୍ୱରରେ ଅସହ୍ୟ ତାତି ସାଙ୍ଗକୁ ଗରମ ଗୁଳୁଗୁଳି ହୋଇଥିଲା। ସକାଳ ୮ଟା ୩୦ ସୁଦ୍ଧା ସହରର ତାପମାତ୍ରା ୩୩ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ହିଟ୍‌ ଇଣ୍ଡେକ୍ସ ୪୭ ଡିଗ୍ରୀ ଏବଂ ହ୍ୟୁମିଡିଟି ୭୭% ରହିଥିଲା। ଅପରାହ୍ନ ୨ଟା ୩୦ ବେଳକୁ ତାପମାତ୍ରା ୪୦.୭ ଡିଗ୍ରୀ ଛୁଇଁବା ସହ ହିଟ୍‌ ଇଣ୍ଡେକ୍ସ ୫୦ ଡିଗ୍ରୀ ରହିଥିଲା। ସେହିଭଳି ଟିଟିଲାଗଡ଼ରେ ୪୧.୭ ଡିଗ୍ରୀ, ଭବାନୀପାଟଣା ଓ ନୟାଗଡ଼ ୪୧.୫,
୧୦ ଯାଏ ଗ୍ରୀଷ୍ମ ପ୍ରବାହ, …
ତାଳଚେର ୪୧, ବଲାଙ୍ଗୀର ୪୦.୮ ଡିଗ୍ରୀ, ସମ୍ୱଲପୁର ୪୦.୬, ସୋନପୁର ୪୦.୪, ଢେଙ୍କାନାଳ ୪୦.୩, ଝାରସୁଗୁଡା ୩୯.୭, ଅନୁଗୋଳ ୩୯.୧, ଖୋର୍ଦ୍ଧା ଓ ହୀରାକୁଦରେ ତାପମାତ୍ରା ୩୯ ଡିଗ୍ରୀ ଛୁଇଁଥିଲା। ତେବେ ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ କାଳବୈଶାଖୀ ପାଇଁ ୟେଲୋ ଓ୍ୱାର୍ନିଂ ଜାରି କରାଯାଇଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଝାରସୁଗୁଡା, କଟକ, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, ଗଜପତି, ମାଲକାନଗିରି, ଗଞ୍ଜାମ, ପୁରୀ ଏବଂ ନୟାଗଡ଼ ଜିଲାକୁ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ୱାର୍ନିଂ ଦେଇଛି ପାଣିପାଗ କେନ୍ଦ୍ର। ଅପରପକ୍ଷେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପରେ ଶନିବାର ସମ୍ପୂର୍ଣ୍ଣ ଗୋଆ, କର୍ନାଟକର କିଛି ଅଞ୍ଚଳ, ତାମିଲନାଡୁର ଅଧିକାଂଶ ଅଞ୍ଚଳ ଓ ଆନ୍ଧ୍ରପ୍ରଦେଶର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି। ସେହିପରି ଆଗାମୀ ୬ରୁ ୮ ଦିନ ମଧ୍ୟରେ ମୌସୁମୀ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଣିପାଗ ସ୍ଥିତି ଅନୁକୂଳ ହେବାର ସମ୍ଭାବନା ରହିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri