Posted inଖେଳ

ଭାରତୀୟ ଟିମ ନେଲାନି ଟ୍ରଫି, ଏବେ ନକଭିଙ୍କ ପଦ ଉପରେ ସଙ୍କଟ? BCCI ନେବ…

ନୂଆଦିଲ୍ଲୀ,୧୫।୯: ଏସିଆ କପ ଟ୍ରଫି ପ୍ରେଜେଣ୍ଟେସନ୍‌କୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (PCB) ମୁଖ୍ୟ ତଥା ଏସିଆନ କ୍ରିକେଟ କାଉନସିଲ (ACC) ଅଧ୍ୟକ୍ଷ ମୋହସିନ ନକଭିଙ୍କୁ ନେଇ ପୁଣି ଚର୍ଚ୍ଚା ଜୋର ଧରିଛି। ଶ୍ରୀଲଙ୍କାକୁ ପରାସ୍ତ କରି ଚାମ୍ପିୟନ ହୋଇଥିବା ଭାରତୀୟ ମହିଳା ଦଳ ମଧ୍ୟ ନକଭିଙ୍କ ହାତରୁ ଟ୍ରଫି ଗ୍ରହଣ କରିନାହିଁ। ଏହା ପରେ ଏବେ ନକଭିଙ୍କ ଏସିସି ଅଧ୍ୟକ୍ଷ ପଦର କାର୍ଯ୍ୟକାଳ ବୃଦ୍ଧି ପାଇବ କି ନାହିଁ, ତାହାକୁ ନେଇ ପ୍ରଶ୍ନ ଉଠିଛି।

ଗତବର୍ଷ ଭାରତୀୟ ପୁରୁଷ କ୍ରିକେଟ ଦଳ ଏସିଆ କପ ଚାମ୍ପିୟନ ହେବା ପରେ ମଧ୍ୟ ନକଭିଙ୍କ ହାତରୁ ଟ୍ରଫି ନେବାକୁ ମନା କରିଥିଲା। ଏହି ଘଟଣା ପରେ ଚଳିତଥର ଭାରତୀୟ ମହିଳା ଦଳ ମଧ୍ୟ ତାଙ୍କ ହାତରୁ ଟ୍ରଫି ନେବ ନାହିଁ ବୋଲି ଆଶଙ୍କା ରହିଥିଲା। ତଥାପି ନକଭି ଟ୍ରଫି ପ୍ରେଜେଣ୍ଟେସନ୍‌ରେ ଉପସ୍ଥିତ ରହିଥିଲେ। ଶେଷରେ ଭାରତୀୟ ମହିଳା ଦଳ ମଧ୍ୟ ତାଙ୍କଠାରୁ ଟ୍ରଫି ଗ୍ରହଣ କରିନଥିଲା।

ମୋହସିନ ନକଭିଙ୍କୁ ୨୦୨୫ ଏପ୍ରିଲରେ ଏସିଆନ କ୍ରିକେଟ କାଉନସିଲରେ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଥିଲା। ତାଙ୍କ ପୂର୍ବରୁ ଶ୍ରୀଲଙ୍କାର ଶମ୍ମି ସିଲ୍ଭା ଏହି ପଦରେ ଥିଲେ। ତାଙ୍କ ପୂର୍ବରୁ ବିସିସିଆଇର ପୂର୍ବତନ ସଚିବ ଜୟ ଶାହା ଏସିସିର ଅଧ୍ୟକ୍ଷ ଥିଲେ।

ଏସିସି ଅଧ୍ୟକ୍ଷ ପଦ ସାଧାରଣତଃ ଦୁଇ ବର୍ଷର ରୋଟେସନ ବ୍ୟବସ୍ଥାରେ ଚାଲିଥାଏ। ସେହି ହିସାବରେ ନକଭିଙ୍କ କାର୍ଯ୍ୟକାଳ ୨୦୨୭ ଏପ୍ରିଲରେ ଶେଷ ହେବ। ତା’ପରେ ନୂଆ ଅଧ୍ୟକ୍ଷ ଚୟନ ହେବାର ନିୟମ ରହିଛି।

ନିୟମ ଅନୁସାରେ ନକଭିଙ୍କ କାର୍ଯ୍ୟକାଳ ବଢ଼ିବାର ସମ୍ଭାବନାକୁ ସମ୍ପୂର୍ଣ୍ଣ ଏଡ଼ାଇ ଦିଆଯାଇପାରିବ ନାହିଁ। ଏଥିପାଇଁ ଏସିସିର ସଦସ୍ୟ ଦେଶଗୁଡ଼ିକର ସମର୍ଥନ ଆବଶ୍ୟକ ହେବ।

ଏହାର ଉଦାହରଣ ହେଉଛନ୍ତି ଜୟ ଶାହା। ୨୦୨୧ରେ ସେ ଏସିସି ଅଧ୍ୟକ୍ଷ ଦାୟିତ୍ୱ ନେଇଥିଲେ। ପରେ ସଦସ୍ୟ ଦେଶଗୁଡ଼ିକର ସହମତିରେ ତାଙ୍କ କାର୍ଯ୍ୟକାଳ ୨୦୨୪ ପର୍ଯ୍ୟନ୍ତ ବଢ଼ିଥିଲା। ଫଳରେ ସେ ପ୍ରାୟ ୪ ବର୍ଷ ଏହି ପଦରେ ରହିଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଭିକ ମାଗୁଥିବା ଭାଜପା ବିଧାୟକଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ଜାଣିଲେ ଚମକି ପଡ଼ିବେ, ହେଲେ ରାସ୍ତାରେ…

ମୁମ୍ବାଇ,୧୫।୯: ମୁମ୍ବାଇର ଘାଟକୋପର ପୂର୍ବ ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପରାଗ ଶାହାଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ୫,୦୦୦ କୋଟି ଟଙ୍କା। ଟଙ୍କା ଦ୍ୱାରା କିଣାଯାଇପାରୁଥିବା ସମସ୍ତ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…

‘ମୋ ପତ୍ନୀ ବି ଚିତ୍କାର କରିବାକୁ ଲାଗିଲେ’, ବୈଭବଙ୍କ ସହ ଏମିତି କ’ଣ ହେଲା? ପ୍ରଶ୍ନ ଉଠାଇଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ T20 ମ୍ୟାଚ ଆରମ୍ଭ ହେବାକୁ ଯାଉଛି। ତେବେ ଏହା ପୂର୍ବରୁ ପ୍ରଥମ T20ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନ୍‌ରୁ…

ଭାରତୀୟ କ୍ରିକେଟ ପାଇଁ ସୁନୀଲ ଗାଭାସ୍କରଙ୍କ ବଡ଼ ଅନୁରୋଧ; କଲେ ଏମିତି ଦାବି

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଏକ ସୁବର୍ଣ୍ଣଯୁଗ ଦେଇ ଗତି କରୁଛି ଏବଂ ବିଶ୍ୱ କ୍ରିକେଟରେ ଏହାର ପ୍ରଭାବଶାଳୀ ସ୍ଥିତି ରହିଛି; ତଥାପି, ପୂର୍ବତନ କିମ୍ବଦନ୍ତୀ…

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ…

ଦିନକୁ କେତେ କୋଟି ରୋଜଗାର କରନ୍ତି ବୈଭବ? ୧୫ ବର୍ଷର ଷ୍ଟାରଙ୍କ ଆୟ ଜାଣିଲେ ଉଡ଼ିଯିବ ହୋସ!

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟର ଯୁବ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ଏବେ ବିଶ୍ୱ କ୍ରିକେଟର ସବୁଠୁ ଚର୍ଚ୍ଚିତ ଖେଳାଳିଙ୍କ ମଧ୍ୟରେ ଜଣେ। ମାତ୍ର ୧୫ ବର୍ଷ ବୟସରେ ଫ୍ରାଞ୍ଚାଇଜ…

T20Iରେ ସବୁଠୁ ଦ୍ରୁତ ଅର୍ଦ୍ଧଶତକ କାହା ନାଁରେ? ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ, ବୈଭବ-ଅଭିଷେକଙ୍କ ପାଇଁ ବି ରେକର୍ଡ ଭାଙ୍ଗିବା କଷ୍ଟକର

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟ୍ର ନୂଆ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ତାଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଦେଖି କ୍ରିକେଟ୍‌ପ୍ରେମୀଙ୍କ ମନରେ ଗୋଟିଏ ପ୍ରଶ୍ନT20…

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?