Posted inଜାତୀୟ

୬-ଜି ସେବା ଆରମ୍ଭ ହେବ କେବେ ? ପ୍ରଧାନମନ୍ତ୍ରୀ ଦେଲେ ସୂଚନା…

ନୂଆଦିଲ୍ଲୀ, ୧୭।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କହିଛନ୍ତି ଯେ ଚଳିତ ଦଶନ୍ଧି ଶେଷ ସୁଦ୍ଧା ଦେଶରେ ୬-ଜି ସେବା ଆରମ୍ଭ ହେବାର ଆଶା ରହିଛି। ଏଥିପାଇଁ ସରକାରଙ୍କ ତରଫରୁ ଉଦ୍ୟମ ଆରମ୍ଭ ହୋଇଥିବା ସେ କହିଛନ୍ତି। ଦେଶରେ ୩-ଜି ଏବଂ ୪-ଜି ସେବା ଉପଲବ୍ଧ ଏବଂ ଆସନ୍ତା କିଛି ମାସ ମଧ୍ୟରେ ୫-ଜି ସେବା ଆରମ୍ଭ ହେବାକୁ ଯାଉଛି। ଟ୍ରାଇର ରୌପ୍ୟ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀ ଯୋଗ ଦେଇ ଏଭଳି ସୂଚନା ପ୍ରଦାନ କରିଛନ୍ତି।

କହିଛନ୍ତି ଯେ ଆସନ୍ତା ଦେଢ଼ ଦଶନ୍ଧି ମଧ୍ୟରେ ୫-ଜି ଦେଶର ଅର୍ଥନୀତିରେ ୪୫୦ ବିଲିୟନ ଡଲାରର ଯୋଗଦାନ ଦେବ ଏବଂ ଏହା ଦେଶର ପ୍ରଗତି ଏବଂ ନିଯୁକ୍ତି କ୍ଷେତ୍ରକୁ ତ୍ୱରାନ୍ବିତ କରିବ। ସେ କହିଛନ୍ତି ଯେ ଏକବିଂଶ ଶତାବ୍ଦୀରେ ଯୋଗାଯୋଗ ବ୍ୟବସ୍ଥା ଦେଶର ବିକାଶର ଗତି ର୍ନିଣ୍ଣୟ କରିବ।

ତେଣୁ ଏହାକୁ ପ୍ରତ୍ୟେକ ସ୍ତରରେ ଆଧୁନିକୀକରଣ କରିବାକୁ ପଡିବ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ୫-ଜି ଟେକ୍ନୋଲୋଜି ଶାସନରେ ଏକ ସକରାତ୍ମକ ପରିବର୍ତ୍ତନ ଆଣିବାକୁ ଯାଉଛି। ଏହା ଦ୍ୱାରା ଜୀବନ ଶୈଳୀ ସହଜ ଏବଂ ବ୍ୟବସାୟ କରିବାରେ ସହଜ ହେବା ସହିତ କୃଷି, ସ୍ବାସ୍ଥ୍ୟ, ଶିକ୍ଷା, ଭିତ୍ତିଭୂମି ଏବଂ ପ୍ରତ୍ୟେକ କ୍ଷେତ୍ରରେ ଅଗ୍ରଗତି ପାଇଁ ପ୍ରେରଣା ମିଳୁଛି।

ଟେଲିକମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଏବଂ ଆଧୁନିକ ଜ୍ଞାନକୌଶଳର ଆତ୍ମନିର୍ଭରଶୀଳତା ଦେଶର ବିକାଶରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?