୧୭ ପରେ ଆପ୍ଲାଏ କରିଥିବା ହିତାଧିକାରୀଙ୍କୁ କେବେ ମିଳିବ ଟଙ୍କା? ଜାଣନ୍ତୁ…

ଭୁବନେଶ୍ୱର,୧୭।୯: ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିଜ ଜନ୍ମଦିନରେ ଓଡିଶାରେ ମହିଳାମାନଙ୍କୁ ବଡ ଭେଟି ପ୍ରଦାନ କରିଛନ୍ତି ପିିଏମ । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି । ଆଜି ଓଡିଶାର ପ୍ରାୟ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କ ଖାତାକୁ ଯାଇଛି ସୁଭଦ୍ରା ଟଙ୍କା। ତେବେ ଆଜି ଅଧିକାଂଶ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଆସିଥିବା ବେଳେ ଅନେକଙ୍କୁ ଏହି ଟଙ୍କା ମିଳିନାହିଁ । ଯାହାକୁ ନେଇ ସେମାନେ ଦ୍ୱନ୍ଦ୍ୱରେ ଅଛନ୍ତି ।

ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦେଇଥିବା ସୂଚନା ଅନୁସାରେ, ୧୭ ତାରିଖ ଅର୍ଥାତ ଆଜି ପରେ ଆବେଦନ କରୁଥିବା ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଲାଭ ନିଶ୍ଚିତ ଭାବେ ମିଳିବ । ସୁଭଦ୍ରା ଟଙ୍କା ପାଇଁ ଆବେଦନ କରିବାକ ର୍ନିଦ୍ଦିଷ୍ଟ କୌଣସି ସମୟ ସୀମା ନାହିଁ । ଜଣେ ଚାହିଁଲେ ବର୍ତ୍ତମାନ ମଧ୍ୟ ରେଜିଷ୍ଟ୍ରେସନ କରିପାରିବ । କିନ୍ତୁ ୧୫ତାରିଖ ପର୍ଯ୍ୟନ୍ତ ଯେଉଁମାନେ ଆବେଦନ କରିଥିଲେ ସେମାନଙ୍କୁ ଆଜି ଟଙ୍କା ମିଳିବ । ଆଜି ଅର୍ଥାତ ୧୭ ତାରିଖ ପରେ ଆବେଦନ କରିଥିବା ମହିଳାମାନେ ଏଥିରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ ।

ସୁଭଦ୍ରା ପାଇଁ ପ୍ରଥମେ ପରୀକ୍ଷା ମୂଳକ ଭାବରେ ୧ ଟଙ୍କା ପଠାଇଥିଲେ ରାଜ୍ୟ ସରକାର । ତେବେ ଯେଉଁମାନଙ୍କ ଆକାଉଣ୍ଟକୁ ୧ ଟଙ୍କା ଯାଇଥିଲା ଏବଂ ଯେଉଁମାନଙ୍କର ଯାଇ ବି ନ ଥିଲା ସେମାନଙ୍କ ଆକାଉଣ୍ଟକୁ ଯାଇଛି ୪,୯୯୯ ଟଙ୍କା। କିନ୍ତୁ ଯେଉଁମାନେ ୧୫ ପରେ ଆବେଦନ କରିଥିବେ ସେମାନଙ୍କୁ ଆଜି ଟଙ୍କା ମିଳିବ ନାହିଁ।

ସୂଚନାଥାଉ କି, ସୁଭଦ୍ରା ଯୋଜନାରେ ଆବେଦନ କରିବା ପାଇଁ ସେଭଳି କେଣସି ଆବେଦନ ସୀମା ନାହିଁ । ଆଜି ଯେଉଁମାନଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳିନାହିଁ ସେମାନେ ଆବେଦନ କରିଲେ ପରେ ମିଳିବ । ଏପରିକି ଯେଉଁମାନେ ପ୍ରଥମ କିସ୍ତି ଟଙ୍କା ନପାଇବେ ସେମାନଙ୍କୁ ପରବର୍ତ୍ତୀ କିସ୍ତିରେ ଏକାବେଳେ ଦୁଇଟି କିସ୍ତି ମିଳିବ । ଆବେଦନକାରୀଙ୍କ ନାଁରେ ଆଧାର କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଥିବା ଆବଶ୍ୟକ । ବ୍ୟାଙ୍କ ସହ ଆଧାର ସଂଯୋଗ ହୋଇଥିବା ଜରୁରୀ। ତା’ସହିତ ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ । ସୁଭଦ୍ରା ଯୋଜନାରେ ୨୧ ବର୍ଷରୁ ୬୦ ବର୍ଷ ପର୍ଯ୍ୟନ୍ତ ମହିଳା ସାମିଲ ହୋଇପାରିବେ । ଏ ନେଇ ଗାଇଡଲାଇନରେ ସ୍ପଷ୍ଟ କରିସାରିଛନ୍ତି ରାଜ୍ୟ ସରକାର । ବର୍ଷକୁ ଦୁଇଟି କିସ୍ତିରେ ମହିଳାଙ୍କୁ ଟଙ୍କା ମିଳିବ । ପ୍ରତ୍ୟେକ କିସ୍ତିରେ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଆସିବ । ରାକ୍ଷୀ ପୂର୍ଣ୍ଣିମା ଏବଂ ମହିଳା ଦିବସରେ ଏହି ଟଙ୍କା ମିଳିବ । ଯେଉଁମାନେ ଡିସେମ୍ବର ପର୍ଯ୍ୟନ୍ତ ଆବେଦନ କରିଥିବେ ସେମାନେ ମଧ୍ୟ ପ୍ରଥମ କିସ୍ତିର ଲାଭ ପାଇବେ । ଯେଉଁ ମହିଳାମାନଙ୍କ ଖାତାକୁ ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ଆସିଛି, ସେମାନେ ଦ୍ୱିତୀୟ କିସ୍ତି ଭାବରେ ମାର୍ଚ୍ଚରେ ୧୦ ଟଙ୍କା ପାଇବେ ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri