‘ପୌର ନିର୍ବାଚନ କେବେ ହେବ’

କଟକ ଅଫିସ,୧୨।୮: ପୌର ନିର୍ବାଚନ ବିଳମ୍ବ ନେଇ ଆଗତ ମାମଲାରେ ହାଇକୋର୍ଟ ବୁଧବାର ଶୁଣାଣି କରିଛନ୍ତି । ପୌର ପରିଷଦର କାର୍ଯ୍ୟକାଳ ପୁରିବାକୁ ୩ ବର୍ଷ ହେଲାଣି। ହେଲେ ଏପର୍ଯ୍ୟନ୍ତ ନିର୍ବାଚନ ହୋଇନାହିଁ। ଏଥିଯୋଗୁ ରାଜ୍ୟ ନିର୍ବାଚନ କମିଶନଙ୍କୁ ନୋଟିସ ଜାରି କରିଛନ୍ତି ହାଇକୋର୍ଟ। ଆସନ୍ତା ୪ ସପ୍ତାହ ମଧ୍ୟରେ ଜବାବ ଦେବାକୁ ହାଇକୋର୍ଟ କମିଶନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ମାମଲାରେ ମୁଖ୍ୟ ଶାସନ ସଚିବ, ପଞ୍ଚାୟତିରାଜ ବିଭାଗ ଓ ନଗର ଉନ୍ନୟନ ବିଭାଗର ସଚିବଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। କେଉଁ ପରିସ୍ଥିତିରେ ବର୍ତ୍ତମାନ ସୁଦ୍ଧା ନିର୍ବାଚନ କରାଯାଇ ନାହିଁ ଏବଂ କେବେ ସୁଦ୍ଧା ନିର୍ବାଚନ ହେବ ଏହାର ସ୍ପଷ୍ଟୀକରଣ ଦିଅ। ଏହାର ଜବାବ ଦାଖଲ ପରେ ଏହା ଉପରେ ଚୂଡାନ୍ତ ଶୁଣାଣି ହେବ ବୋଲି ମୁଖ୍ୟ ବିଚାରପତି ଜଷ୍ଟିସ ଡ. ଏସ. ମୁରଲୀଧର ଓ ଜଷ୍ଟିସ ବିପି ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି।

ଆବେଦନକାରୀ ପୁରୀର ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ, ପୂର୍ବତନ ମନ୍ତ୍ରୀ ସମୀର ଦେ ଓ ପୂର୍ବତନ ପ୍ରଶାସକ ପ୍ରସନ୍ନ ମିଶ୍ରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ମାମଲା ପରିଚାଳନା କରୁଛନ୍ତି। ସେହିପରି ଆଇନଜୀବୀ ସଞ୍ଜୟ ରଥ, ସୌମିକ ତ୍ରିପାଠୀ, ବିଶ୍ୱରୂପା ପତି ମାମଲାରେ ସହାୟତା କରୁଛନ୍ତି।

ସୂଚନାଯୋଗ୍ୟ, ୨୦୧୮ ସେପ୍ଟେମ୍ବରରୁ ରାଜ୍ୟର ଏନ୍‌ଏସି, ପୌରପାଳିକା ଓ ମହାନଗର ନିଗମର କାର୍ଯ୍ୟକାଳ ଶେଷ ହୋଇଛି। ଏନେଇ ରାଜ୍ୟ ସରକାର କିଛି ପଦକ୍ଷେପ ନେଉ ନ ଥିବାରୁ ଭାଜପାର ଏକ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି ପୌର ନିର୍ବାଚନ ସମ୍ପର୍କରେ ଏକ ସ୍ମାରକପତ୍ର ଦାଖଲ କରିଥିଲେ। ପରେ ଉପରୋକ୍ତ ୩ ଜଣଙ୍କ ପକ୍ଷରୁ ପୃଥକ ଭାବେ ହାଇକୋର୍ଟରେ ମାମଲା ଦାୟର କରାଯାଇଥିଲା। ରାଜ୍ୟ ସରକାରଙ୍କ ଚାପରେ ରାଜ୍ୟ ନିର୍ବାଚନ କମିସନ ପୌର ନିର୍ବାଚନ କରିବା ପାଇଁ ପଦକ୍ଷେପ ଗ୍ରହଣ କରୁନାହାନ୍ତି ବୋଲି ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri