କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

 

ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ ଦାୟିତ୍ୱ ପ୍ରଦାନ କରାଯାଇଛି। ମୀନାକ୍ଷୀ ନଟରାଜନ ଏବଂ ଛତିଶଗଡ଼ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି) ପକ୍ଷରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଉଭୟ ନେତା ଖୁବ୍‌ଶୀଘ୍ର ଓଡ଼ିଶା ଆସି ସମସ୍ତଙ୍କୁ ଭେଟିବେ। ସମସ୍ତଙ୍କ ସହିତ ଭେଟି ମତାମତ ସଂଗ୍ରହ କରିବା ପରେ ରାଜ୍ୟର ନୂଆ ସଭାପତିଙ୍କ ନାଁ ଘୋଷଣା କରାଯିବ। ନଭେମ୍ବର ମଧ୍ୟଭାଗ ସୁଦ୍ଧା ସଭାପତିଙ୍କ ନାଁ ଘୋଷଣା ହୋଇଯିବ ବୋଲି ଓଡ଼ିଶା ସ୍କ୍ରିନିଂ କମିଟି ଅଧ୍ୟକ୍ଷ ଅଜୟ କୁମାର କହିଛନ୍ତି। ତେବେ ରାଜ୍ୟରେ ପିସିସି ସଭାପତି ଏବଂ କମିଟି ଘୋଷଣା ନେଇ ବିଳମ୍ବ ହେଉଥିବା ଯୋଗୁ ନାନା ପ୍ରକାର ଚର୍ଚ୍ଚା ଆଲୋଚନା ଲାଗି ରହିଛି। ଏହାକୁ ଦୃଷ୍ଟିରେ ରଖି ଏଆଇସିସି ପକ୍ଷରୁ ଗୁରୁବାର ଛତିଶଗଡ଼ କଂଗ୍ରେସର ବିଧାୟକ ଦଳ ନେତା ଚରଣ ଦାସ ମହନ୍ତିଙ୍କୁ ଓଡ଼ିଶା ସଭାପତି ଚୟନ ନେଇ ଦାୟିତ୍ୱ ପ୍ରଦାନ କରାଯାଇଛି। ତେବେ ପିସିସି ସଭାପତି ଚୟନକୁ ନେଇ ମହମ୍ମଦ ମୋକିମ କହିଛନ୍ତି, ବିଗତ ଦିନରେ ଓଡ଼ିଶାରେ କଂଗ୍ରେସ ଭଲ କରିପାରି ନ ଥିଲା; ଯେଉଁଥିଲାଗି କେନ୍ଦ୍ରୀୟ ନେତୃତ୍ୱ ଚିନ୍ତାବ୍ୟକ୍ତ କରିଥିଲେ। ଏଥିଲାଗି ପିସିସି କମିଟିକୁ ଭାଙ୍ଗିଦେଇଥିଲେ। ଓଡ଼ିଶାରେ ନୂଆ ମଙ୍ଗୁଆଳ ଚୟନ ପାଇଁ ଏକ ଷ୍ଟିୟରିଂ କମିଟି ଗଠନ ହୋଇଛି। କମିଟି ବିଭିନ୍ନ ପର୍ଯ୍ୟାୟରେ ଓଡ଼ିଶାର ନେତାଙ୍କ ସହିତ ଆଲୋଚନା କରୁଛନ୍ତି। ଆଗାମୀ ସପ୍ତାହରେ ଆଲୋଚନା ପାଇଁ ଏଆଇସିସିରୁ ୨ ଜଣ ବରିଷ୍ଠ ସଦସ୍ୟ ରାଜ୍ୟ ଗସ୍ତରେ ଆସିବେ। ସେମାନେ ଓଡ଼ିଶାର ତୃଣମୂଳସ୍ତରରେ ଥିବା ନେତାମାନଙ୍କୁ ଭେଟି ଆଲୋଚନା କରିବେ। ଏହା ପରେ କଂଗ୍ରେସର ସର୍ବୋଚ୍ଚ ନେତୃତ୍ୱ ନୂଆ ମଙ୍ଗୁଆଳ ଚୟନ କରିବେ। ସେ ସାଧାରଣ ଲୋକଙ୍କ ପାଇଁ କାମ କରୁଥିବେ, ସେପରି ବ୍ୟକ୍ତିଙ୍କୁ ଚୟନ କରାଯିବ। ଦୀପାବଳି ପାଖାପାଖି ନୂଆ ପିସିସି ସଭାପତିଙ୍କ ନାଁ ଘୋଷଣା କରାଯିବ ବୋଲି ମୋକିମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri