Posted inଜାତୀୟ

ସାଧାରଣ ଜନତାଙ୍କ ପାଇଁ କେବେ ଖୋଲିବ ରାମ ମନ୍ଦିର? କେତେ ରହିବ ପ୍ରବେଶ ଶୁଳ୍କ

ଅଯୋଧ୍ୟା,୨୨।୧: ସୋମବାର ଅର୍ଥାତ୍‌ ୨୨ ଜାନୁଆରୀ ୨୦୨୪ରେ ଅଯୋଧ୍ୟାରେ ଏକ ବିଶାଳ ରାମ ମନ୍ଦିର ଉଦଘାଟନ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଦେଶ ତଥା ବିଶ୍ୱର ଅଧିକାଂଶ ବଡ ବ୍ୟକ୍ତିତ୍ୱ ରାମ ମନ୍ଦିରରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେଇଛନ୍ତି। ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ଅନୁଯାୟୀ, ପ୍ରାଣ ପ୍ରତିଷ୍ଠା ହେବା ପରେ ଭକ୍ତଙ୍କ ପାଇଁ ରାମ ମନ୍ଦିର ଖୋଲାଯିବ। ଏଭଳି ପରିସ୍ଥିତିରେ ବଡ ପ୍ରଶ୍ନ ହେଉଛି ଦେଶର ସାଧାରଣ ଜନତା କେବେ ତାଙ୍କ ପ୍ରିୟ ଶ୍ରୀ ରାମଙ୍କ ଦର୍ଶନ ପାଇ ପାରିବେ? ଏବଂ ଏଥିପାଇଁ ଦେୟ କ’ଣ ହେବ? ଏହା ବ୍ୟତୀତ ଆରତୀର ସମୟ କ’ଣ ହେବ? ଏମିତି ଅନେକ ପ୍ରଶ୍ନ ଏବେ ଭକ୍ତଙ୍କ ମନରେ ଉଙ୍କି ମାରିଛି।
ସୂଚନାଯୋଗ୍ୟ, ରାମ ମନ୍ଦିରର ପରିଚାଳନା ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟଙ୍କ ହାତରେ ଅଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କେନ୍ଦ୍ର ସରକାର ଗଠନ କରିଥିବା ଟ୍ରଷ୍ଟ ମଧ୍ୟ ମନ୍ଦିରର ନିର୍ମାଣ କାର୍ଯ୍ୟ ଉପରେ ନଜର ରଖିଛି। ସାଧାରଣ ଲୋକଙ୍କ ପାଇଁ ରାମ ମନ୍ଦିର ଖୋଲିବା ବିଷୟରେ, ସୋମବାର ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବା ପରେ ଯଥା ୨୨ ଜାନୁଆରୀରେ ଆସନ୍ତାକାଲି ଅର୍ଥାତ୍‌ ୨୩ ଜାନୁଆରୀରୁ ସାଧାରଣ ଭକ୍ତଙ୍କ ପାଇଁ ଏହି ମନ୍ଦିର ଖୋଲାଯିବ। ଅର୍ଥାତ୍‌ ଜାନୁୟାରୀ ୨୩ରୁ ଦେଶବାସୀ ଅଯୋଧ୍ୟାରେ ପହଞ୍ଚି ରାମଲାଲାଙ୍କ ଦର୍ଶନ ପାଇପାରିବେ। ଟ୍ରଷ୍ଟରୁ ମିଳିଥିବା ସୂଚନା ଅନୁଯାୟୀ, ଜାନୁଆରୀ ୨୨ରେ ସାଧାରଣ ଭକ୍ତଙ୍କ ପାଇଁ ଦର୍ଶନ କାରିବାକୁ କୌଣସି ବ୍ୟବସ୍ଥା କରାଯାଇ ନାହିଁ, କିନ୍ତୁ ପରଦିନ ସମସ୍ତଙ୍କ ପାଇଁ ମନ୍ଦିରର ଦ୍ୱାର ଖୋଲାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?