ଖାଲିପଡ଼ିଥିବା ଆର୍‌.ଆଇ, ଏ.ଆର୍‌.ଆଇ ଏବଂ ଅମିନ ପଦବୀ କେବେ ପୂରଣ ହେବ ? ବିଧାନସଭାରେ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୨୯ା୮: ରାଜ୍ୟରେ ଖାଲି ପଡ଼ିଥିବା ରାଜସ୍ୱ ନିରୀକ୍ଷକ, ସହକାରୀ ରାଜସ୍ୱ ନିରୀକ୍ଷକ ଏବଂ ଅମିନ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ବିଧାନସଭାରେ ଆଜି ଏ ସଂପର୍କିତ ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି କ୍ଷମତାସଂପନ୍ନ କମିଟିର ଅନୁମୋଦନ ଅନୁଯାୟୀ ଖାଲିପଡ଼ିଥିବା ୭ଶହ ଅଣାନବେଟି ରାଜସ୍ୱ ନିରୀକ୍ଷକ, ୧ହଜାର ୩୮୫ଟି ସହକାରୀ ରାଜସ୍ୱ ନିରୀକ୍ଷକ ଏବଂ ୧ ହଜାର ୧୬୯ ଅମିନ ପଦବୀ ପୂରଣ କରାଯିବ।

ପ୍ରତ୍ୟକ୍ଷ ଚୟନ ପ୍ରକ୍ରିୟା ଭିତ୍ତିରେ ଏହି ପଦବୀ ପୂରଣ ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ସେ କହିଛନ୍ତି। ସେ ଆହୁରି କହିଛନ୍ତି ରାଜ୍ୟରେ ମୋଟ୍‌ ୩ ହଜାର ୫୪୬ଟି ମଂଜୁରୀପ୍ରାପ୍ତ ରାଜସ୍ୱ ନିରୀକ୍ଷକ ପଦବୀ ମଧ୍ୟରୁ ୯୮୮ ଟି ଖାଲିପଡ଼ିଛି। ସେହିଭଳି ୩ ହଜାର ୭୩ଟି ମଂଜୁରୀପ୍ରାପ୍ତ ସହକାରୀ ରାଜସ୍ୱ ନିରୀକ୍ଷକ ପଦବୀ ମଧ୍ୟରୁ ୧ ହଜାର ୭୩୩ଟି ଏବଂ ୨ ହଜାର ୭୬୭ଟି ଅମିନ ପଦବୀ ମଧ୍ୟରୁ ୧ହଜାର ୫୪୭ଟି ଖାଲି ପଡ଼ିଛି।

ରାଜ୍ୟରେ ୩୧୭ଟି ତହସିଲ ଥିବା ବେଳେ ୫ଟି ତହସିଲଦାର ଏବଂ ୨୧୭ଟି ଅତିରିକ୍ତ ତହସିଲଦାର ପଦବୀ ଖାଲି ପଡ଼ିଛି ବୋଲି ସେ ଗୃହରେ ସୂଚନା ଦେଇଛନ୍ତି। ଖାଲି ପଡ଼ିଥିବା ଏହି ପଦବୀ ଗୁଡ଼ିକୁ ପୂରଣ କରିବା ପାଇଁ ଖୁବ୍‌ଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ ପୂଜାରୀ କହିଛନ୍ତି। ଅନ୍ୟ ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ବର୍ତ୍ତମାନ ରାଜ୍ୟରେ ୪ଟି ରାଜସ୍ୱ ନିରୀକ୍ଷକ ତାଲିମ କେନ୍ଦ୍ର କାର୍ଯ୍ୟ କରୁଛି। ଜୟପୁର ଠାରେ ଆଉ ଏକ ତାଲିମ କେନ୍ଦ୍ର ଖୁବ୍‌ ଶୀଘ୍ର ସ୍ଥାପନ କରାଯିବ। ପରବର୍ତ୍ତୀ ସମୟରେ ପର୍ଯ୍ୟାୟକ୍ରମେ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ରାଜସ୍ୱ ନିରୀକ୍ଷକ ତାଲିମ କେନ୍ଦ୍ର ଖୋଲାଯିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମନ୍ତ୍ରୀ ପୂଜାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri