ଖାଲିପଡ଼ିଥିବା ଆର୍‌.ଆଇ, ଏ.ଆର୍‌.ଆଇ ଏବଂ ଅମିନ ପଦବୀ କେବେ ପୂରଣ ହେବ ? ବିଧାନସଭାରେ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୨୯ା୮: ରାଜ୍ୟରେ ଖାଲି ପଡ଼ିଥିବା ରାଜସ୍ୱ ନିରୀକ୍ଷକ, ସହକାରୀ ରାଜସ୍ୱ ନିରୀକ୍ଷକ ଏବଂ ଅମିନ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ବିଧାନସଭାରେ ଆଜି ଏ ସଂପର୍କିତ ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି କ୍ଷମତାସଂପନ୍ନ କମିଟିର ଅନୁମୋଦନ ଅନୁଯାୟୀ ଖାଲିପଡ଼ିଥିବା ୭ଶହ ଅଣାନବେଟି ରାଜସ୍ୱ ନିରୀକ୍ଷକ, ୧ହଜାର ୩୮୫ଟି ସହକାରୀ ରାଜସ୍ୱ ନିରୀକ୍ଷକ ଏବଂ ୧ ହଜାର ୧୬୯ ଅମିନ ପଦବୀ ପୂରଣ କରାଯିବ।

ପ୍ରତ୍ୟକ୍ଷ ଚୟନ ପ୍ରକ୍ରିୟା ଭିତ୍ତିରେ ଏହି ପଦବୀ ପୂରଣ ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ସେ କହିଛନ୍ତି। ସେ ଆହୁରି କହିଛନ୍ତି ରାଜ୍ୟରେ ମୋଟ୍‌ ୩ ହଜାର ୫୪୬ଟି ମଂଜୁରୀପ୍ରାପ୍ତ ରାଜସ୍ୱ ନିରୀକ୍ଷକ ପଦବୀ ମଧ୍ୟରୁ ୯୮୮ ଟି ଖାଲିପଡ଼ିଛି। ସେହିଭଳି ୩ ହଜାର ୭୩ଟି ମଂଜୁରୀପ୍ରାପ୍ତ ସହକାରୀ ରାଜସ୍ୱ ନିରୀକ୍ଷକ ପଦବୀ ମଧ୍ୟରୁ ୧ ହଜାର ୭୩୩ଟି ଏବଂ ୨ ହଜାର ୭୬୭ଟି ଅମିନ ପଦବୀ ମଧ୍ୟରୁ ୧ହଜାର ୫୪୭ଟି ଖାଲି ପଡ଼ିଛି।

ରାଜ୍ୟରେ ୩୧୭ଟି ତହସିଲ ଥିବା ବେଳେ ୫ଟି ତହସିଲଦାର ଏବଂ ୨୧୭ଟି ଅତିରିକ୍ତ ତହସିଲଦାର ପଦବୀ ଖାଲି ପଡ଼ିଛି ବୋଲି ସେ ଗୃହରେ ସୂଚନା ଦେଇଛନ୍ତି। ଖାଲି ପଡ଼ିଥିବା ଏହି ପଦବୀ ଗୁଡ଼ିକୁ ପୂରଣ କରିବା ପାଇଁ ଖୁବ୍‌ଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ ପୂଜାରୀ କହିଛନ୍ତି। ଅନ୍ୟ ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ବର୍ତ୍ତମାନ ରାଜ୍ୟରେ ୪ଟି ରାଜସ୍ୱ ନିରୀକ୍ଷକ ତାଲିମ କେନ୍ଦ୍ର କାର୍ଯ୍ୟ କରୁଛି। ଜୟପୁର ଠାରେ ଆଉ ଏକ ତାଲିମ କେନ୍ଦ୍ର ଖୁବ୍‌ ଶୀଘ୍ର ସ୍ଥାପନ କରାଯିବ। ପରବର୍ତ୍ତୀ ସମୟରେ ପର୍ଯ୍ୟାୟକ୍ରମେ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ରାଜସ୍ୱ ନିରୀକ୍ଷକ ତାଲିମ କେନ୍ଦ୍ର ଖୋଲାଯିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମନ୍ତ୍ରୀ ପୂଜାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?