Posted inଜାତୀୟ

କେବେ ଲାଗୁ ହେବ ୟୁନିଫର୍ମ ସିଭିଲ କୋଡ: ଉତ୍ତର ଦେଲେ ଆଇନ ମନ୍ତ୍ରୀ…

ନୂଆଦିଲ୍ଲୀ,୨୩।୪ : କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଖୁବ ଶୀଘ୍ର ୟୁନିଫର୍ମ ସିଭିଲ କୋଡ (ୟୁସିସି) ଲାଗୁ କରିବାକୁ ପ୍ରସ୍ତୁତ ହେଉଛନ୍ତି। କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ଏହା ସୂଚିତ କରିଛନ୍ତି। ଧାରା ୪୪କୁ ଦର୍ଶାଇ ରିଜିଜୁ କହିଛନ୍ତି, ସମ୍ବିଧାନରେ ସ୍ପଷ୍ଟ ଭାବେ କୁହାଯାଇଛି ୟୁନିଫର୍ମ ସିଭିଲ କୋଡ ଲାଗୁ କରିବା ଦିଗରେ ସରକାର କାର୍ଯ୍ୟ କରିବା ଉଚିତ। ଏଥିପାଇଁ ଆମ ସରକାର ସମସ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ।

ନ୍ୟୁଜ ଚ୍ୟାନେଲ ସହ କଥାବାର୍ତ୍ତା କରି କେନ୍ଦ୍ର ଆଇନ ମନ୍ତ୍ରୀ କହିଛନ୍ତି, ସମ୍ବିଧାନର ଏହି ଧାରାର ଲାଗୁ ନେଇ ଏହା ସ୍ପଷ୍ଟ କରାଯାଇଛି। ତାହା ଅଧୀନରେ ଯାହା କରିବାକୁ ହେବ ଆମେ ତାହା କରିବୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମ ଉପରେ ବିଶ୍ୱାସ କରି କୋଟି କୋଟି ଲୋକ ତାଙ୍କ ସରକାରଙ୍କୁ ସମ୍ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ଦେଇଛନ୍ତି। ତେଣୁ ଦେଶ ପାଇଁ ଯାହା ଠିକ ତାହା ଆମେ କରିବୁ।

ତାରିଖ ସମ୍ପର୍କରେ ସେ କହିଛନ୍ତି, ମୁଁ ବର୍ତ୍ତମାନ ଏହାକୁ ଘୋଷଣା କରିପାରିବି ନାହିଁ। କିନ୍ତୁ ଆମ ସରକାରଙ୍କ ଉଦ୍ଦେଶ୍ୟ କ’ଣ ଏବଂ ଦେଶର ଲୋକମାନେ କଣ ଚାହୁଁଛନ୍ତି ତାହା ସମସ୍ତେ ଜାଣନ୍ତି। ଏପରି ପରିସ୍ଥିତିରେ, ଯାହା କରିବା ଆବଶ୍ୟକ, ଠିକ ସମୟରେ କରାଯିବ। ଏଭଳି ପ୍ରସଙ୍ଗରେ ସହମତି ହେବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri