Posted inଖେଳ

ଆଫଗାନିସ୍ତାନର ସମସ୍ତ କ୍ରିକେଟ ଷ୍ଟାଡିୟମ ଦଖଲ କଲା ତାଲିବାନ: ଜାଣନ୍ତୁ କେଉଁଠି ଅଛନ୍ତି ଦେଶର ଖେଳାଳି !

କାବୁଲ,୧୭।୮: ତାଲିବାନ ଆଫଗାନିସ୍ତାନକୁ ସମ୍ପୂର୍ଣ୍ଣ ଦଖଲ କରିଛି। ରାଷ୍ଟ୍ରପତି ଅଶରଫ ଗନି ଦେଶ ଛାଡ଼ି ପଳାଇବା ପରେ ପରିସ୍ଥିତି ଅନିୟନ୍ତ୍ରିତ ହୋଇପଡ଼ିଛି। ଏପରି ସ୍ଥିତିରେ ଆଫଗାନିସ୍ତାନରେ କ୍ରୀଡ଼ା କ୍ଷେତ୍ରରେ ଅସୁବିଧା ଉପୁଜିବାର ସମ୍ଭାବନା ଦେଖାଦେଇଛି।

ତାଲିବାନ ଦେଶର ସମସ୍ତ କ୍ରିକେଟ ଷ୍ଟାଡିୟମକୁ କବ୍ଜା କରିଛି। ଫଳରେ ଖେଳାଳିଙ୍କ ପାଇଁ ଉପଲବ୍ଧ ହେଉଥିବା ସୁବିଧାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି। ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ୟୁଏଇରେ ଟି-୨୦ ବିଶ୍ୱକପ୍‌ ଖେଳାଯିବ, ଯେଉଁଥିପାଇଁ ଆଫଗାନିସ୍ତାନ ଦଳ ଯୋଗ୍ୟତା ଅର୍ଜନ କରିଛି। ତେବେ ତାଲିବାନ କ୍ଷମତାକୁ ଆସିବା ପରେ ଦଳ ବିଶ୍ୱକପ ଖେଳିବ କି ନାହିଁ ତାହା ଏଯାବତ ସ୍ପଷ୍ଟ ହୋଇନାହିଁ। ଅପରପକ୍ଷେ ତାଲିବାନ କ୍ରୀଡ଼ାକୁ ବିରୋଧ କରେ ବୋଲି କୁହାଯାଉଛି।

କ୍ରିକେଟ ପ୍ରଶଂସକଙ୍କ ମନରେ ମଧ୍ୟ ବର୍ତ୍ତମାନ ଆଫଗାନିସ୍ତାନ ଖେଳାଳି କେଉଁଠାରେ ଅଛନ୍ତି ତାହାକୁ ନେଇ ପ୍ରଶ୍ନ ଉଠିଛି। ହେଲେ କେବଳ ତିନିଜଣ ଆଫଗାନିସ୍ତାନ ଖେଳାଳିଙ୍କ ବିଷୟରେ ସ୍ପଷ୍ଟ ସୂଚନା ମିଳିଛି।ଷ୍ଟାର ସ୍ପିନର ରସିଦ ଖାନ, ଅଲରାଉଣ୍ଡର ମହମ୍ମଦ ନବୀ ଏବଂ ସ୍ପିନର ମୁଜିବ-ଉର-ରହମାନ। ଏମାନେ ଏବେ ଇଂଲଣ୍ଡର ‘ ଦ ହଣ୍ଡ୍ରେଡ୍‌’ ଲିଗ୍‌ରେ ଖେଳୁଛନ୍ତି। ଲିଗ୍‌ ଶେଷ ହେବା ପର୍ଯ୍ୟନ୍ତ ସେମାନେ ଏଠାରେ ରହିବେ।

ଆସନ୍ତା ମାସରୁ ଆଫଗାନିସ୍ତାନ ପାକିସ୍ତାନ ସହ ତିନି ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ ଖେଳିଥାନ୍ତା। ପୂର୍ବରୁ ଏହା ୟୁଏଇରେ ଖେଳାଯାଇଥାନ୍ତା ହେଲେ ଏହାକୁ ଶ୍ରୀଲଙ୍କା ସ୍ଥାନାନ୍ତର କରାଯାଇଥିଲା। ତାଲିବାନ କ୍ଷମତାକୁ ଆସିବା ପରେ ଏହି ସିରିଜ ଉପରେ ମଧ୍ୟ ସଙ୍କଟ ଦେଖାଦେଇଛି।

କହିରଖୁଛୁ, ଆଫଗାନିସ୍ତାନ କ୍ରିକେଟ ବୋର୍ଡ ସିଇଓ ହମିଦ ସିନ୍‌ଓ୍ବାରୀ କହିଛନ୍ତି, ରାଜନୈତିକ ପରିବର୍ତ୍ତନ ପରେ କ୍ରିକେଟ କ୍ଷତିଗ୍ରସ୍ତ ହେବ ନାହିଁ। କାରଣ ତାଲିବାନ ଏହି ଖେଳକୁ ପସନ୍ଦ କରେ। ଏହାକୁ ସମର୍ଥନ କରେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri