ଯେଉଁଠି ଶତାଧିକ ବର୍ଷ ଧରି ଟଣା ହୋଇନି ରଥ

କେନ୍ଦ୍ରାପଡ଼ା,୨୫।୬ (ଜଗନ୍ନାଥ ଧଳ) କେନ୍ଦ୍ରାପଡ଼ା ସହରଠାରୁ ମାତ୍ର ୧୨ କିଲୋମିଟର ଦୂରରେ ଇନ୍ଦୁପୁର ା ଏଠାରୁ ଦେଢ଼ କିଲୋମିଟର ହାବେଳି (ପତି ସାହି) ଠାରେ ଥିବା ପ୍ରାୟ ୩୦୦ ବର୍ଷର ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତି ଅବସ୍ଥାନ କରୁଛନ୍ତି ା ୩ ଚକାସନରେ ଉପବିଷ୍ଟ ଏହି ଦେବ ପ୍ରତିମା ଦାରୁରେ ନିର୍ମିତ ହୋଇଥିଲେ ମଧ୍ୟ କେବେ ନବକଳେବର ହୁଅନ୍ତି ନାହିଁ ା ମାତ୍ର ଶ୍ରୀ ଜଗନ୍ନାଥ ସଂସ୍କୃତିରେ ପ୍ରଚଳିତ ରୀତିନୀତିକୁ ଅନୁକରଣ କରାଯାଏ ା ସ୍ନାନ ପୂର୍ଣ୍ଣିମା ଅବସରରେ ଦିଅଁମାନେ ନିକଟସ୍ଥ ସ୍ନାନମଣ୍ଡପକୁ ଯାଆନ୍ତି। ସେଠାରୁ ଫେରି ଅନବସର ଗୃହରେ ରୁହନ୍ତି ା ଏହି ସମୟରେ ବନକଲାଗି ହୁଏ ା ନେତ୍ରୋତ୍ସବରେ ଶ୍ରଦ୍ଧାଳୁଙ୍କୁ ନବଯୌବନ ବେଶରେ ଦେଖା ଦିଅନ୍ତି ା ଏହି ଦିନ ରଥ ବଦଳରେ ମନ୍ଦିର ଚୂଳରେ ନେତ ବନ୍ଧାହୁଏ ା ତେବେ ରଥଯାତ୍ରା ଦିନ ରଥ ବଦଳରେ ଶ୍ରୀଜୀଉମାନେ ମନ୍ଦିର ଚକାସନରେ ବିଜେ ହୁଅନ୍ତି ା
ବନ୍ଦ ହୋଇଥିବା ରଥଟଣା ଓ ଏହି ମନ୍ଦିର ସମ୍ପର୍କରେ ଅବସରପ୍ରାପ୍ତ ଶିକ୍ଷକ ତଥା ସେବାୟତ ନୀଳମାଧବ ପତି କୁହନ୍ତି, ପ୍ରାୟ ୩ ଶହ ବର୍ଷରୁ ଅଧିକ ସମୟ ହେବ ଏଠାରେ ରଥଟଣା ବନ୍ଦ ରହିଛି ା ସମ୍ଭବତଃ ଗ୍ରାମରେ ରଥ ଉପଯୋଗୀ ଦାଣ୍ଡ ଓ ମାଉସୀମା’ ମନ୍ଦିର ନ ଥିବାରୁ ଏପରି ବ୍ୟବସ୍ଥା ହୋଇଛି ା ସେ କହିଛନ୍ତି, ଏବକାର ଦେଉଳଟି ପ୍ରାୟ ୩୦୦ ବର୍ଷ ପୂରୁଣା ା ମାତ୍ର ମୂଳ ମନ୍ଦିର ଏଠାରେ ନ ଥିଲା ା ବିରୂପା ନଦୀ କୂଳରେ ଦ୍ୱାଦଶ ଶତାଦ୍ଦୀର ମନ୍ଦିର ରହିଥିବା ବିଭିନ୍ନ ସମୟରେ ପ୍ରମାଣ ମିଳିଛି ା ନଦୀବନ୍ଧ ନିକଟରେ ଜଣେ ବ୍ୟକ୍ତି ଘର ନିଅଁ ଖୋଳିବାକୁ ଯାଇ ଏକ ପ୍ରସ୍ତର ଚଟାଣ ଉଦ୍ଧାର କରିଛନ୍ତି ା ସେହିପରି ନଦୀ ଗର୍ଭକୁ ଚାଲି ଯାଇଥିବା ୩ ବାମ୍ଫି ସମ୍ପର୍କରେ ଲୋକକଥା ଏଯାଏଁ ଅଞ୍ଚଳବାସୀଙ୍କ ମୁହଁରେ ରହିଛି ା ଆଉରେଙ୍ଗଜେବଙ୍କ ସେନା ଆକ୍ରମଣ ସମୟରେ ମନ୍ଦିରର ବହୁ ସୁନା ରୁପା ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀ ସେହି ବାମ୍ଫିରେ ପଡିଛି ବୋଲି ସମସ୍ତେ ବିଶ୍ୱାସ କରନ୍ତି ା ଏହାବ୍ୟତୀତ ଶ୍ରୀଜୀଉଙ୍କ ଚକାସନ ବହୁ ଗବେଷକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି ା ସେବାୟତ ପତି କୁହନ୍ତି, ମନ୍ଦିରର ବିରାଜିତ ଶ୍ରୀଜୀଉଙ୍କ ଉଚ୍ଚତା ପ୍ରାୟ ୪ ଫୁଟ। ଦିଅଁମାନେ ଯେଉଁ ଚକାସନରେ ବସିଛନ୍ତି, ସେଠାରେ ପ୍ରାକ ସମୟର ଭାଷାରେ କିଛି ଲେଖାଯାଇଛି ା ଯାହା ଐତିହାସିକଙ୍କ ଗବେଷଣାକୁ ଅପେକ୍ଷା କରିଛି ା ଏସମ୍ପର୍କରେ ଶିକ୍ଷାବିତ୍‌ ପ୍ରଣବ ପ୍ରକାଶ ଜେନା କୁହନ୍ତି, ଶ୍ରୀକ୍ଷେତ୍ରଧାମରୁ କେତେକ ଅନ୍ବେଷଣକାରୀ ସୁଭଦ୍ରାଙ୍କ ଚକାସନକୁ ଶ୍ରୀକ୍ଷେତ୍ରର ବୋଲି ଦାବି କରିଥିଲେ ା ତେବେ ଏଥିପାଇଁ ଆହୁରି ଗବେଷଣା ଓ ତର୍ଜମାର ଆବଶ୍ୟକତା ଅଛି ା ଇନ୍ଦୁପୁରର ଶ୍ରଦ୍ଧାଳୁ ରଘୁନାଥ ସାହୁ କୁହନ୍ତି, କେନ୍ଦ୍ରାପଡ଼ା ସହରର ଇଚ୍ଛାପୁରରେ ଥିବା ଶ୍ରୀ ବଳଦେବଜୀଉଙ୍କ ମନ୍ଦିରଠାରୁ ଏହା ପୁରୁଣା ା ଏବେ ପଥର ଦେଉଳର କ୍ଷୟକୁ ରୋକିବା ପାଇଁ ସିମେଣ୍ଟ ପ୍ଲାଷ୍ଟର ଓ ମାର୍ବଲ ଯୋଡେଇ ହୋଇଛି ା ତେବେ ଏହି ମନ୍ଦିରର କିଛି ଅଂଶରେ ଥିବା ପୁରୁଣା ଦେବୀଦେବ ଓ ଅନ୍ୟ ପାର୍ଶ୍ୱଦେବତା ମୂର୍ତ୍ତିକୁ ଦେଖିବା ପାଇଁ ଛଡାଯାଇଛି ା ଏହି ପୁରାତନ ମନ୍ଦିରର ପ୍ରଚାର ପ୍ରସାର ନ ଥିବାରୁ ଅବହେଳିତ ହୋଇ ପଡି ରହିଥିବା ସେ କ୍ଷୋଭ ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri