କୁଆଡେ ଗଲା ୬୫୩ ରାଉଣ୍ଡ ଗୁଳି ? ସହରରେ ଲକଡାଉନ ଲଗାଇଲେ କିମ୍‌, ୨ ଲକ୍ଷରୁ ଅଧିକ ଲୋକ ଗୃହବନ୍ଦୀ…

ପ୍ୟୋଙ୍ଗୟାଙ୍ଗ,୨୮।୩ : ଉତ୍ତର କୋରିଆରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଆସିଛି। ଏଠାରେ ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଏକ ସହରରେ ଲକଡାଉନ ଘୋଷଣା କରିଛନ୍ତି। କାରଣ ଏହି ସହରର ଜଣେ ସୈନିକଙ୍କ ନିକଟରୁ ୬୫୩ ରାଉଣ୍ଡ ବନ୍ଧୁକ ଗୁଳି ହଜି ଯାଇଛି। ଏହାକୁ ଖୋଜିବା ପାଇଁ ସମଗ୍ର ସହରରେ ଲକଡାଉନ ଘୋଷଣା ଯାଇଛି।

ରେଡିଓ ଫ୍ରି ଏସିଆର ଏକ ରିପୋର୍ଟ ଅନୁଯାୟୀ, ମାର୍ଚ୍ଚ ୭ ରେ ଏହି ଘଟଣା ଘଟିଥିଲା। ସରକାରଙ୍କ କଡା ନିର୍ଦ୍ଦେଶ ରହିଥିଲା ସମସ୍ତ ଗୁଳି ନ ମିଳିବା ପର୍ଯ୍ୟନ୍ତ ସହରରେ ଲକଡାଉନ ଜାରି ରହିବ। ଉଭୟ ପୋଲିସ ଏବଂ ସେନା ଏହାକୁ ଏକାଠି ଖୋଜୁଛନ୍ତି। ମାତ୍ର ୧୦ ଦିନ ବିତିଯାଇଥିଲେ ମଧ୍ୟ ଏହି ଗୁଳିଗୁଡ଼ିକ ଏପର୍ଯ୍ୟନ୍ତ ଉଦ୍ଧାର ହୋଇନାହିଁ ।

ଏହା ଯୋଗୁ ଦୁଇ ଲକ୍ଷରୁ ଅଧିକ ଲୋକ ଘରେ ବନ୍ଦୀ ହୋଇ ରହିଛନ୍ତି। ରେଡିଓ ଫ୍ରି ଏସିଆର ରିପୋର୍ଟ ଅନୁଯାୟୀ, ଏହି ଘଟଣା ଉତ୍ତର ରିଆଙ୍ଗଗଙ୍ଗର ହେସାନ ସହରରେ ଘଟିଛି।
ବନ୍ଧୁକ ଗୁଳି ପାଇଁ ସୈନିକମାନଙ୍କ ଦ୍ୱାରା ସର୍ଚ୍ଚ ଅପରେଶନ ଚାଲିଛି। ଅଧିକାରୀମାନେ ଘର-ଘର ବୁଲି ସର୍ଚ୍ଚ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri