ନାବାଳିକାଙ୍କୁ ନେଇ କୁଆଡ଼େ ଗଲେ ଆକାଶ, ବଢୁଛି ସନ୍ଦେହ: ମନ୍ଦିର ପଛପଟୁ ମିଳିଲା…

ବଲାଙ୍ଗୀର, ୨୭।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଭିତରେ ହଇଚଇ। ମିଳିଲା ନିଖୋଜ ଯୁବକଙ୍କୁ ଚପଲ। ହତ୍ୟା ଅଭିଯୋଗ କଲେ ପରିବାର ଲୋକେ।ଏପରି ଏକ ଘଟଣା ଘଟିଛି ବଲାଙ୍ଗୀର ଲଷ୍ମୀଜୋର ଥାନା ଆରଆର କଲୋନୀରେ। ଗତ ଶନିବାର ସ୍ଥାନୀୟ ଆଇଟିଆଇ କଲୋନୀର ଆକାଶ ବାଗ ଆରଆର କଲୋନୀ ଜଗନ୍ନାଥ ମନ୍ଦିର ପଛପଟେ ଜଣେ ନାବାଳିକା ସହ କଥାବାର୍ତ୍ତା କରୁଥିଲେ। ନାବାଳିକାଙ୍କ ବାପା ରାସ୍ତାରେ ଆସୁଥିବା ସମୟରେ ଦୁଇ ଜଣଙ୍କୁ ଦେଖିବାକୁ ପାଇଥିଲେ l ପରେ ଯୁବକ ଓ ନାବାଳିକା ଦୌଡ଼ି ପଳେଇଥିବା ସଦର ଥାନା ଅଧିକାରୀ ରାଜ କୁମାର ବିଶ୍ବାଳ କହିଛନ୍ତି l ସେବେଠାରୁ ନାବାଳିକା ଓ ଆକାଶ ନିଖୋଜ ଅଛନ୍ତି। ଉଭୟ ପରିବାର ଥାନାରେ ରିପୋର୍ଟ କରିଛନ୍ତି। ନାବାଳିକାଙ୍କ ପରିବାର ପକ୍ଷରୁ ଅପହରଣ ଅଭିଯୋଗ ଥାନାରେ ଦାଖଲ କରିଛନ୍ତି l ଅନ୍ୟପଟେ ଯୁବକଙ୍କ ପରିବାର ଲୋକେ ଆକାଶଙ୍କ ନିଖୋଜ ନେଇ ଥାନାରେ ଅଭିଯୋଗ କରିଥିବା ପୋଲିସ ପକ୍ଷରୁ କୁହାଯାଇଛି l କିନ୍ତୁ ସୋମବାର ରାତିରେ ଜଗନ୍ନାଥ ମନ୍ଦିର ପଛପଟୁ ଆକାଶଙ୍କ ଦୁଇଟି ଚପଲ ଠାବ ହୋଇଛି। ଏହା ସହିତ ଆକାଶଙ୍କ ମୋବାଇଲ ମଧ୍ୟ ମିଳିଥିବା ଜଣାପଡିଛି। ଯାହା ଫଳରେ ନାବାଳିକାଙ୍କ ଘର ଲୋକେ ଆକାଶକୁ ହତ୍ୟା କରିଥିବା ସନ୍ଦେହ କରୁଛନ୍ତି ଯୁବକଙ୍କ ପରିବାର ଲୋକେ। ଏ ନେଇ ବଲାଙ୍ଗୀର ସଦରଥାନା ଓ ଲକ୍ଷ୍ମୀଜୋର ଥାନା ପୋଲିସ ଘଟଣାର ତଦନ୍ତ ଜାରି ରଖିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri